July 15, 2026
Home » ପିସିସି ପକ୍ଷରୁ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଶ୍ରାଦ୍ଧ ଉତ୍ସବ ପାଳିତ

ପିସିସି ପକ୍ଷରୁ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଶ୍ରାଦ୍ଧ ଉତ୍ସବ ପାଳିତ

0
WhatsApp Image 2026-07-15 at 12.43.45 PM

ଭୁବନେଶ୍ୱର :  ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କର ୯୮ ତମ ଶ୍ରାଦ୍ଧ ଉତ୍ସବ ଭୁବନେଶ୍ୱର କଂଗ୍ରେସ ଭବନ ଠାରେ ପାଳିତ ହୋଇଛି । ଏହି ଉପଲକ୍ଷେ ସକାଳେ କଂଗ୍ରେସ ନତେୃବୃନ୍ଦ ଭୁବନେଶ୍ୱର ଗୋପବନ୍ଧୁ ଛକଠାରେ ଥିବା ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ

ପରେ କଂଗ୍ରେସ ଭବନ କାର୍ଯ୍ୟାଳୟରେ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ କଂଗ୍ରେସ ନେତୃବୃନ୍ଦ ସର୍ବଶ୍ରୀ ସନ୍ତୋଷ ସିଂ ସାଲୁଜା, ଶିବାନନ୍ଦ ରାୟ, ସୁରେଶ କୁମାର ରାଉତରାୟ, ଡ. ଲଲାଟେନ୍ଦୁ ମହାପାତ୍ର, କିଶୋର ଜେନା, ସୁଦର୍ଶନ ଦାସ, ପ୍ରକାଶ ମିଶ୍ର, ତରୁଣ ମିଶ୍ର, ମିହିର ଆଚାର୍ଯ୍ୟ, ଭାସ୍କର ସେଠୀ, ସୁଭାଷ ପ୍ରଧାନ ପ୍ରମୁଖ କଂଗ୍ରେସ ନେତୃବୃନ୍ଦ ଉପସ୍ଥିତ ରହି ଗୋପବନ୍ଧୁ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

Leave a Reply

Your email address will not be published. Required fields are marked *