July 15, 2026
Home » ରଥଯାତ୍ରା-୨୦୨୬ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ରଥଯାତ୍ରା-୨୦୨୬ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

0
WhatsApp Image 2026-07-14 at 1.32.46 PM

— ସେବାୟତଙ୍କ ସହ ସମନ୍ୱୟ ରକ୍ଷା କରି ରଥଯାତ୍ରାକୁ ଶୃଙ୍ଖଳିତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ପୁରୀ: ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ କୁମାର ପାଢ଼ୀ ଆଜି ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିଛନ୍ତି ଏବଂ ବିଶ୍ୱପ୍ରସିଦ୍ଧ ରଥଯାତ୍ରା-୨୦୨୬ ରେ ଯୋଗ ଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଛନ୍ତି। ସାକ୍ଷାତକାର ସମୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରଥଯାତ୍ରାର ବିଭିନ୍ନ ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଥିଲେ। ସେବାୟତଙ୍କ ସହ ସମନ୍ୱୟ ରକ୍ଷା କରି ସୁରୁଖୁରୁରେ ନୀତିକାନ୍ତି ସମ୍ପନ୍ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏହାସହ ରଥଯାତ୍ରାକୁ ଶୃଙ୍ଖଳିତ ଓ ସଫଳ କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ, ଜିଲ୍ଲା ପ୍ରଶାସନ ଏବଂ ପୋଲିସ ପ୍ରଶାସନ ମଧ୍ୟରେ ମିଳିତ ସମନ୍ୱୟ ଉପରେ ମୁଖ୍ୟମନ୍ତ୍ରୀ ବିଶେଷ ଗୁରୁତ୍ୱ ଦେଇଛନ୍ତି। ଚଳିତ ବର୍ଷର ରଥଯାତ୍ରା ଯେପରି ଶ୍ରଦ୍ଧାଳୁ ଓ ଭକ୍ତମାନଙ୍କ ପାଇଁ ଶାନ୍ତିପୂର୍ଣ୍ଣ ଏବଂ ସୁଗମ ହେବ, ସେଥିପାଇଁ ରାଜ୍ୟ ସରକାର ଓ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଇଛି।

Leave a Reply

Your email address will not be published. Required fields are marked *