August 29, 2026
Home » ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ ଅନୁଷ୍ଠିତ l

ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ ଅନୁଷ୍ଠିତ l

0
WhatsApp Image 2026-08-05 at 6.05.14 PM

 

ସୁବର୍ଣ୍ଣପୁର — ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼. ନୃପରାଜ ସାହୁ ଙ୍କ ଅଧ୍ୟକ୍ଷତା ରେ ଜ଼ିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି l ଏ ଅଭିଯାନ ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି ପାଳନ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ତରଫରୁ ଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡା. ଉଷା ରାଣୀ ଦାସ, ଅତିରିକ୍ତ ଜିଲ୍ଲାପାଳ ( ରାଜସ୍ବ )ରାଜେନ୍ଦ୍ର ମାଝୀ ଓ ଅତିରିକ୍ତ ଜିଲ୍ଲାପାଳ ( ସାଧାରଣ )ଅଞ୍ଜଳିନା ପ୍ରଧାନ ଉପସ୍ଥିତ ଥିଲେ।ଏହି କାର୍ଯ୍ୟକ୍ରମ ରେ ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ (ଭିବିଡି)ଡ଼ା. ଦେବୀ ପ୍ରସାଦ ମହାପାତ୍ର ଏହାର ମୁଖ୍ୟ ଉଦ୍ଦେଶ୍ୟ ଓ ଡେଙ୍ଗୁ ରୋଗର ଲକ୍ଷଣ ଓ ଚି଼ହ୍ନଟ କରି ଶୀଘ୍ର ଡାକ୍ତର ଙ୍କ ପରାମର୍ଶ କରାଯାଇ ପାରିବ ଓ ଡ୍ରାଇ ଦିବସ ପାଳନ ଉପରେ କିପରି ଜନ ସଚେତନତା ସୃଷ୍ଟି ହୋଇପାରିବ ସେସବୁ ବିଷୟ ରେ ବୁଝାଇ ଥିଲେ। ଏହି ସଭାରେ ଅନ୍ୟ ମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ (ପରିବାର କଲ୍ୟାଣ )ଡ଼ା. ପ୍ରକାଶ ଦଣ୍ଡସନା,ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ (ରୋଗ ନିୟନ୍ତ୍ରଣ) ଡା. ରମେଶ ଚନ୍ଦ୍ର ସ୍ୱାଇଁ, ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ( ଯକ୍ଷ୍ମl) ଡା.ପଦ୍ମହଂସା ଦୋରା ଓ ଜିଲ୍ଲା କାର୍ଯ୍ୟକ୍ରମ ସଂଯୋଜକ ଜାତୀୟ ସ୍ୱାସ୍ଥ୍ୟ ମିଶନ ରୂପକ କୁମାର ମହାପାତ୍ର, ଭିବିଡି consultant ସୁନୀଲ କୁମାର ମହନ୍ତ ,ଅତିରିକ୍ତ ଜିଲ୍ଲା ଜନ ସ୍ୱାସ୍ଥ୍ୟ ଯୋଗାଯୋଗ ଅଧିକାରୀ ବୃନ୍ଦାବନ ସାହୁ,ସ୍ୱାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ, ଜିଲ୍ଲା ର ସମସ୍ତ ସ୍ବାସ୍ଥ୍ୟ ଅଧିକାରୀ ଉପସ୍ଥିତ ଥିଲେ । ସମସ୍ତ କାର୍ଯ୍ୟକ୍ରମ କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଏବଂ ଜାତୀୟ ସ୍ୱାସ୍ଥ୍ୟ ମିଶନ ର ସମସ୍ତ କର୍ମକର୍ତ୍ତା ତଦାରଖ କରିଥିଲେ। ଶେଷ ରେ ରୂପକ କୁମାର ମହାପାତ୍ର ଉପସ୍ଥିତ ସମସ୍ତ ଙ୍କୁ ଧନ୍ୟବାଦ ପ୍ରଦାନ କରିଥିଲେ l

ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ….

Leave a Reply

Your email address will not be published. Required fields are marked *