ଲକର୍ମା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ହର୍ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ l
ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଳକ ହରଡଖୋଲ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଲକର୍ମା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତରଫରୁ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ବ୍ୟୋମକେଶ ତ୍ରିପାଠୀଙ୍କ ତତ୍ତ୍ଵାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଛାତ୍ର ଛାତ୍ରୀ ଲକର୍ମା ଗ୍ରାମ ପରିକ୍ରମା କରି ହର୍ଘର୍ ତ୍ରିରଙ୍ଗା ବାର୍ତ୍ତା ପ୍ରଦାନ କରିବା ସହ ଲୋକମାନଙ୍କୁ ତ୍ରିରଙ୍ଗା ପତାକା ବଣ୍ଟନ କରିଥିଲେ। ଉକ୍ତ କାର୍ଯ୍ୟକ୍ରମକୁ ବିଦ୍ୟାଳୟର ଜୁନିୟର ରେଡ଼କ୍ରସ ପରାମର୍ଶଦାତା ଶିକ୍ଷକ ବିକ୍ରମ କୁମାର ନନ୍ଦ ପରିଚାଳନା କରିଥିବାବେଳେ ବରିଷ୍ଠ ଶିକ୍ଷକ ଲକ୍ଷ୍ମୀଧର ବେହେରା,ଶଙ୍କର୍ଷଣ ମିଶ୍ର ଓ ଦୟାନିଧି ପଧାନ ସହଯୋଗ କରିଥିଲେ l
ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ…
