ତରଭା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୨୩ଟି ଦରଖାସ୍ତ ଗ୍ରହଣ l
ସୁବର୍ଣ୍ଣପୁର— ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଅନୁଷ୍ଠିତ ହୋଇଯାଇଛି।
ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ ) ଅଞ୍ଜଳୀନା ପ୍ରଧାନ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଲଳିତା ଲିଳିମା ବାର୍ଲା ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ। ସର୍ବମୋଟ ୨୩ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରାଯାଇଥିବାବେଳେ, ସେଥିମଧ୍ୟରୁ ୧୭ଟି ବ୍ୟକ୍ତିଗତ ଏବଂ ୬ଟି ସାମୂହିକ ଦରଖାସ୍ତ ଥିଲା।ସମସ୍ତ ଦରଖାସ୍ତଗୁଡ଼ିକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କ ନିକଟକୁ ପ୍ରେରଣ କରାଯାଇଛି।
ଏହି ଅବସରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ସୁବର୍ଣ୍ଣପୁର ଶ୍ରୀ ଅଶ୍ୱିନୀ ମେହେର, ତରଭା ତହସିଲଦାର ସୁଶ୍ରୀ ଶ୍ୱେତାଲିନା ମାହାନା ଉପସ୍ଥିତ ଥିଲେ ।
ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତରଭା ଶ୍ରୀ ଶିବାନନ୍ଦ କର୍ମୀଙ୍କ ଦ୍ୱାରା ଆୟୋଜିତ ଏହି ଶିବିରରେ, ସହକାରୀ କଲେକ୍ଟର (ଜନ ଅଭିଯୋଗ) ସୁଶ୍ରୀ ପ୍ରିୟଦର୍ଶିନୀ ସାହୁ ଏବଂ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।
ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ…
