July 4, 2025
Home » ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଓ କଳା ଉତ୍ସବ-୨୦୨୪ ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଓ କଳା ଉତ୍ସବ-୨୦୨୪ ଅନୁଷ୍ଠିତ

0
WhatsApp Image 2024-10-28 at 3.27.41 PM

ମାଲକାନଗିରି ସମଗ୍ର ଶିକ୍ଷା ଅଭିଯାନ ଆନୁକୁଲ୍ୟରେ ୨୭/୧୦/୨୪ ତାରିଖରେ ବୁଟିଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଓ କଳା ଉତ୍ସବ-୨୦୨୪ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ଶିକ୍ଷା ଅଧିକାରୀ ବିଶ୍ୱନାଥ ସାହୁଙ୍କ ସଭାପତିତ୍ବରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରମିଳା ମାଝୀ, କୋରୁକୋଣ୍ଡା ବ୍ଲକ ଶିକ୍ଷା ଅଧିକାରୀ ଅସିତ କୁମାର ମିସ୍ତ୍ରୀ, ଚିତ୍ରକୋଣ୍ଡା ବ୍ଲକ ଶିକ୍ଷା ଅଧିକାରୀ ଗାୟତ୍ରୀ ଦେବୀ, ସଦର ସହକାରୀ ବ୍ଲକ ଶିକ୍ଷା ଅଧିକାରୀ ଗୌରାଙ୍ଗ ସଜ୍ଜନ, ଖଇରପୁଟ ସହକାରୀ ବ୍ଲକ ଶିକ୍ଷା ଅଧିକାରୀ ଶିବାନୀ ମୁଦୁଲି ଏବଂ ପେଡାଗଜି ଓ ଜନଜାତି ସଂଯୋଜକ ଶେଷ ଶଙ୍କର ମହାଲିକ ମଞ୍ଚାସୀନ ଥିଲେ। ସୁରଭି କାର୍ଯ୍ୟକ୍ରମ ମାଧ୍ୟମରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଥିବା ଲୁକ୍କାୟିତ ପ୍ରତିଭାର ବିକାଶ ହୋଇପାରିବ ବୋଲି ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ସାହୁ ପ୍ରକାଶ କରିଥିଲେ। କଳାର ବିକାଶ ହେବା ଦ୍ଵାରା ଛାତ୍ରଛାତ୍ରୀଙ୍କ ଶିକ୍ଷା ପ୍ରତି ରୁଚି ବଢିବ ଏବଂ ସେମାନଙ୍କର ଦକ୍ଷତା ବୃଦ୍ଧି ହେବା ଦ୍ଵାରା ସାମଗ୍ରିକ ବିକାଶ ହୋଇପାରିବ ବୋଲି ଶ୍ରୀ ସାହୁ ଆଲୋକପାତ କରିଥିଲେ। ରାଜ୍ୟ ସ୍ତରୀୟ ସୁରଭୀ କାର୍ଯ୍ୟକ୍ରମରେ ନିଜର ଦକ୍ଷତାକୁ ସର୍ବଶ୍ରେଷ୍ଠ ଭାବେ ପ୍ରଦର୍ଶନ କରି ଜିଲ୍ଲା ପାଇଁ ଗୌରବ ଆଣିବା ପାଇଁ ଉପସ୍ଥିତ ଅତିଥି ଛାତ୍ରଛାତ୍ରୀଙ୍କୁ ଅନୁପ୍ରାଣୀତ କରିଥିଲେ। ସୂଚନା ଯୋଗ୍ୟ ଜିଲ୍ଲା ସ୍ତରୀୟ ସୁରଭି କାର୍ଯ୍ୟକ୍ରମରେ ପ୍ରଥମ ସ୍ଥାନରେ କୃତିତ୍ୱ ଅର୍ଜନ କରିଥିବା ବିଦ୍ୟାର୍ଥୀ ନଭେମ୍ବର ୧୨,୧୩ ଓ ୧୪ ରେ ହେବାକୁ ଥିବା ରାଜ୍ୟ ସ୍ତରୀୟ ପ୍ରତିଯୋଗିତାରେ ଭାଗ ନେବେ। ନଭେମ୍ବର ୧୪ ଅର୍ଥାତ୍ ଶିଶୁ ଦିବସରେ ମୁଖ୍ୟମନ୍ତ୍ରୀ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରିବେ। ଜିଲ୍ଲା ସ୍ତରୀୟ ସୁରଭି କାର୍ଯ୍ୟକ୍ରମରେ ସଙ୍ଗୀତ, ବକ୍ତୃତା, ସଧାରଣ ଜ୍ଞାନ, ପ୍ରବନ୍ଧ, ଏକକ ଅଭିନୟ, କ୍ରିଏଟିଭ ରାଇଟିଂ ସହ ସାଂସ୍କୃତିକ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା। କଳାତ୍ସବରେ କୃତିତ୍ବ ଅର୍ଜନ କରିଥିବା ବିଦ୍ୟାର୍ଥୀଙ୍କୁ ମଧ୍ଯ କାର୍ଯ୍ୟକ୍ରମରେ ପୁରସ୍କୃତ କରାଯାଇଛି।
ସମଗ୍ର ଶିକ୍ଷା ଅଭିଯାନ କାର୍ଯ୍ୟାଳୟର ବିଦ୍ୟାଲକ୍ଷ୍ମୀ ଚୌଧୁରୀ, ଶକୁନ୍ତଳା ମାଝୀ, ସୀତାରାମ ଗୌଡ ଓ କାଳୁ ଚରଣ ମହାରଣା ଏହି କାର୍ଯ୍ୟକ୍ରମ ଆୟୋଜନ କରିବାରେ ସହଯୋଗ କରିଥିଲେ। ପ୍ରମୋଦ କୁମାର ସେନାପତି କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଦେବରାଜ ସେଠୀ ଧନ୍ୟବାଦ ଅର୍ପଣ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ବିଭିନ୍ନ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀ ଓ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ।

ରିପୋର୍ଟ: ମାଲକାନଗିରି ଜିଲ୍ଲା ଈପିଏରୁ ତିରୁମାଲା ପ୍ରସାଦ ପଟ୍ଟନାୟକ

Leave a Reply

Your email address will not be published. Required fields are marked *