ବୀରମହାରାଜପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ : ୫୫ଟି ଦରଖାସ୍ତ ଗ୍ରହଣ l
ସୁବର୍ଣ୍ଣପୁର—ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବୀରମହାରାଜପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି।
ଏହି ଶିବିରରେ ଭାରପ୍ରାପ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମାଝୀ ଓ ଉପଖଣ୍ଡ ପୋଲିସ (ଥାନା) ଅଧିକାରୀ, ବୀରମହାରାଜପୁର ଶ୍ରୀ ହେମନ୍ତ ରାଓ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ। ସର୍ବମୋଟ ୫୫ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରାଯାଇଥିବାବେଳେ, ସେଥି ମଧ୍ୟରୁ ୫୦ଟି ବ୍ୟକ୍ତିଗତ, ୪ଟି ସାମୁହିକ ଓ ୧ ଟି CMRF ଦରଖାସ୍ତ ଗ୍ରହଣ ହୋଇଥିଲା।
ଏହି ଅବସରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ସୁବର୍ଣ୍ଣପୁର ଶ୍ରୀ ଅଶ୍ୱିନୀ ମେହେର, ଉପ ଜିଲ୍ଲାପାଳ, ବୀରମହାରାଜପୁର ଶ୍ରୀ ସୁରେନ୍ଦ୍ର ମେହେର, ମୁଖ୍ୟ ଚିକିତ୍ସା ଓ ଜନ ସ୍ଵାସ୍ଥ୍ୟ ଅଧିକାରୀ, ସୁବର୍ଣ୍ଣପୁର ଡାକ୍ତର ଉଷାରାଣୀ ଦାଶ ଏବଂ ବଲାଙ୍ଗୀର ସାଂସଦ ଙ୍କ ପ୍ରତିନିଧି ଶ୍ରୀମତୀ ନଳିନୀ ପଣ୍ଡା ପ୍ରମୁଖ ମଞ୍ଚାସିନ ଥିଲେ ।ଗୋଷ୍ଠୀ ଉନ୍ନୟନ ଅଧିକାରୀ, ବୀରମହାରାଜପୁର ଶ୍ରୀ ରାଜୀବ ହାଂସଦା ଦ୍ୱାରା ଆୟୋଜିତ ଏହି ଶିବିରରେ ତହସିଲଦାର ସୁଶ୍ରୀ ସୁଚିସ୍ମିତା ପାଣିଗ୍ରାହୀ ଏବଂ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଓ ବ୍ଲକ ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ
।ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ…
