October 14, 2026
Home » ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ସଡକ ସୁରକ୍ଷା ଉଦ୍ଦେଶ୍ୟରେ ଚିତ୍ରାଙ୍କନ ଓ ସ୍ଲୋଗାନ ପ୍ରତିଯୋଗିତା

ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ସଡକ ସୁରକ୍ଷା ଉଦ୍ଦେଶ୍ୟରେ ଚିତ୍ରାଙ୍କନ ଓ ସ୍ଲୋଗାନ ପ୍ରତିଯୋଗିତା

0
1001335501
 ।
          “ସୁରକ୍ଷିତ ଭାବେ ଘରକୁ ଫେରନ୍ତୁ”
ନୟାଗଡ : ( ଇପିଏ ) ନୟାଗଡ ସେବା ସଂକଳ୍ପ ଅଭିଯାନ ଉପଲକ୍ଷେ ୧୩.୧୦.୨୦୨୬ ରିଖରେ, ଓଡ଼ିଶା ସରକାରଙ୍କ ବାଣିଜ୍ୟ ଓ ପରିବହନ ବିଭାଗ ଦ୍ୱାରା ଜାରି କରାଯାଇଥିବା SOP (କାର୍ଯ୍ୟ-ପଦ୍ଧତି ନିୟମାବଳୀ) ଅନୁଯାୟୀ, ନୟାଗଡ଼ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (RTO) ପକ୍ଷରୁ ନୟାଗଡ଼ ସ୍ଥିତ ବ୍ରଜେନ୍ଦ୍ର ହାଇସ୍କୁଲରେ ସଡ଼କ ସୁରକ୍ଷା ସମ୍ବନ୍ଧୀୟ ଜିଲ୍ଲାସ୍ତରୀୟ ସ୍ଲୋଗାନ୍ ଓ ଚିତ୍ରାଙ୍କନ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା। ଏହି ପ୍ରତିଯୋଗିତାରେ ଅଷ୍ଟମରୁ ଦଶମ ଶ୍ରେଣୀର ପ୍ରାୟ ୪୦ ଜଣ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ।
ଏହି କାର୍ଯ୍ୟକ୍ରମରେ ନୟାଗଡ଼ର ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ମଧୁମିତା ରଥ, ଆଞ୍ଚଳିକ ପରିବହନ ଅଧିକାରୀ (RTO) ବଭୁରଞ୍ଜନ ନାୟକ ଜନ ନ,ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣ୍ଡେ , ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରଦୀପ୍ତ କୁମାର ନାୟକ ଅତିଥିଭାବେ ଯୋଗଦେଇଥିଲେ । ଏହି କାର୍ଯ୍ୟକ୍ରମ ଉଦ୍ଦେଶ୍ୟ ଥିଲା “ସୁରକ୍ଷିତ ଭାବେ ଘରକୁ ଫେରନ୍ତୁ” ।ପରିବହନ ବିଭାଗର ( RTO ) ଏବଂ ଶିକ୍ଷା ବିଭାଗର ଅଧିକାରୀ ଓ ଶିକ୍ଷକମାନେ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିଥିଲେ । ସଡ଼କ ସୁରକ୍ଷା ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଏବଂ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ସୃଜନଶୀଳତା ଓ ସକ୍ରିୟ ଅଂଶଗ୍ରହଣ କରି ସଡକ ସୁରକ୍ଷା ବିଷୟରେ ଜାଣି ନିଜେ ସୁରକ୍ଷିତ ହେବା ସଙ୍ଗେ ସଙ୍ଗେ ଅନ୍ୟକୁ ସୁରକ୍ଷା ଦେବା ।
ଇ ପି ଏ ରୁ ଗୋକୁଳ କୁମାର ଷଡ଼ଙ୍ଗୀ ଜିଲ୍ଲା ପ୍ରତିନିଧି ନୟାଗଡ଼ ।

Leave a Reply

Your email address will not be published. Required fields are marked *