October 29, 2026
Home » ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ସାଧୁତାର ଶପଥ ପାଠ

ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ସାଧୁତାର ଶପଥ ପାଠ

0
WhatsApp Image 2026-10-26 at 4.17.59 PM

ରାଇରଙ୍ଗପୁର:ଦୁର୍ନୀତି ନିବାରଣ ସଚେତନତା ସପ୍ତାହ–୨୦୨୬ ପାଳନ ପରିପ୍ରେକ୍ଷୀରେ ଆଜି ରାଇରଙ୍ଗପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅଧିକାରୀ ଓ କର୍ମଚାରୀମାନଙ୍କୁ ନେଇ ସାଧୁତାର ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉପଜିଲ୍ଲାପାଳ ଶ୍ରୀ ଉଗ୍ରସେନ ଓରାମ ଉପସ୍ଥିତ ଅଧିକାରୀ ଓ କର୍ମଚାରୀମାନଙ୍କୁ ସାଧୁତାର ଶପଥ ପାଠ କରାଇଥିଲେ।

ଏହି ଅବସରରେ ସମସ୍ତେ ନିଜ ନିଜର ସରକାରୀ କର୍ତ୍ତବ୍ୟ ନିଷ୍ଠା, ସଚ୍ଚୋଟତା ଓ ସ୍ୱଚ୍ଛତାର ସହ ସମ୍ପାଦନ କରିବା ସହ ଦୁର୍ନୀତିଠାରୁ ଦୂରେଇ ରହିବା, ଦୁର୍ନୀତି ବିରୋଧରେ ସଚେତନତା ସୃଷ୍ଟି କରିବା ଏବଂ ଏକ ସ୍ୱଚ୍ଛ, ଦାୟିତ୍ୱବାନ ଓ ଦୁର୍ନୀତିମୁକ୍ତ ପ୍ରଶାସନ ଗଠନ ଦିଗରେ ନିଜର ଦାୟିତ୍ୱ ନିର୍ବାହ କରିବାକୁ ସଂକଳ୍ପ ନେଇଥିଲେ।

କାର୍ଯ୍ୟକ୍ରମରେ ଅତିରିକ୍ତ ଉପଜିଲ୍ଲାପାଳ ଶ୍ରୀମତୀ ବାସନ୍ତୀ ଲାକ୍ରା, ତହସିଲଦାର ଶ୍ରୀ ଭବାନୀ ପ୍ରସାଦ ସାହୁ, ରାଇରଙ୍ଗପୁର ପୌରପାଳିକାର କାର୍ଯ୍ୟନିର୍ବାହୀ ଅଧିକାରିଣୀ ଶ୍ରୀମତୀ ଶକୁନ୍ତଳା ହାଁସଦା, ସହକାରୀ ଜିଲ୍ଲାପାଳ ଶ୍ରୀ ସୁଧାକର ସେଠୀ, ଶ୍ରୀମତୀ ଅନିତା ରାଣୀ ମହାନ୍ତ ପ୍ରମୁଖଙ୍କ ସମେତ ଅନ୍ୟାନ୍ୟ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ।ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ବିକାଶ ରଞ୍ଜନ ମହାନ୍ତି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

Leave a Reply

Your email address will not be published. Required fields are marked *