November 7, 2026
Home » ବିଧାନସଭା ପରିସରରେ ପଣ୍ଡିତ ନୀଳକଣ୍ଠ ଦାସଙ୍କ ଶ୍ରାଦ୍ଧଦିବସ ପାଳିତ

ବିଧାନସଭା ପରିସରରେ ପଣ୍ଡିତ ନୀଳକଣ୍ଠ ଦାସଙ୍କ ଶ୍ରାଦ୍ଧଦିବସ ପାଳିତ

0
WhatsApp Image 2026-11-06 at 7.40.26 PM (1)
ଭୁବନେଶ୍ୱର:ପ୍ରଚଣ୍ଡ ପ୍ରତିଭାଦୀପ୍ତ ଜ୍ଞାନପିପାସୁ ପଣ୍ଡିତ ନୀଳକଣ୍ଠ ଦାସ ତାଙ୍କ ଛାତ୍ରଜୀବନରୁ ଜାତୀୟତାବାଦରେ ଉଦ୍‌?ବୁଦ୍ଧ ହୋଇ ସ୍ୱାଧୀନତା ଆନ୍ଦୋଳନର ମୁଖ୍ୟସ୍ରୋତରେ ସାମିଲ ହୋଇଥିଲେ । ସେ ତତ୍‌?କାଳୀନ ସମାଜରେ ପ୍ରଚଳିତ ଏକାଧିକ କୁସଂସ୍କାର ବିରୁଦ୍ଧରେ ସଂଗ୍ରାମ ଜାରି ରଖିଥିଲେ । ସେ ଥିଲେ ବହୁମୁଖୀ ପ୍ରତିଭାର ଅଧିକାରୀ । ଓଡ଼ିଶା ସ୍ୱତନ୍ତ୍ର ପ୍ରଦେଶ ଗଠନ ଆନ୍ଦୋଳନରେ ନୀଳକଣ୍ଠ ସକ୍ରିୟ ଯୋଗଦାନ କରିଥିଲେ । ଓଡ଼ିଶା ବିଧାନସଭାର ବାଚସ୍ପତି ପଦ ମଣ୍ଡନ କରିବା ସହିତ ସେ ଓଡ଼ିଶା ସାହିତ୍ୟ ଏକାଡେମୀର ସଭାପତି ପଦ ମଧ୍ୟ ଅଳଙ୍କୃତ କରିଥିଲେ । ସେ ଥିଲେ ଏକାଧାରରେ ସଂଗ୍ରାମୀ, ସଂସ୍କାରକ, ଅଧ୍ୟାପକ, ଶିକ୍ଷାବିତ୍‌?, ରାଜନେତା, ବାଗ୍ମୀ ଓ ସୁଲେଖକ । ଓଡ଼ିଶା ଇତିହାସରେ ତାଙ୍କର କୃତି ଓ କୀର୍ତ୍ତି ଚିର ଉଜ୍ଜ୍ୱଳ ରହିବ ।
ପଣ୍ଡିତ ନୀଳକଣ୍ଠ ଦାସଙ୍କର ଶ୍ରାଦ୍ଧଦିବସ ଅବସରରେ ବିଧାନସଭା ପରିସରରେ ଆୟୋଜିତ ସଂକ୍ଷିପ୍ତ ଉତ୍ସବରେ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ବିଧାୟକ ଶ୍ରୀ ଗଣେଶ୍ୱର ବେହେରା, ପୂର୍ବତନ ମନ୍ତ୍ରୀ ଶ୍ରୀ ଅରବିନ୍ଦ ଢାଲି, ଉତ୍କଳ ସମ୍ମିଳନୀ, ପୂଜ୍ୟପୂଜା ସଂସଦ ଓପଣ୍ଡିତ ନୀଳକଣ୍ଠ ସ୍ମୃତି ସମିତିର କର୍ମକର୍ତ୍ତା, ପ୍ରଫେସର ପୂର୍ଣ୍ଣଚନ୍ଦ୍ର ମଲ୍ଲିକ, ବିଧାନସଭାର ସଚିବ ଶ୍ରୀ ସତ୍ୟବ୍ରତ ରାଉତ ପ୍ରମୁଖ ପଣ୍ଡିତ ନୀଳକଣ୍ଠଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ପ୍ରଦାନ କରି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ଲୋକସମ୍ପର୍କ ଅଧିକାରୀ ସୁଶ୍ରୀ ରୋଜାଲିନ୍‌? ସାହୁ କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେକାର୍ଯ୍ୟକ୍ରମ ଶେଷରେ ଶାଶ୍ୱତୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଦେଶାତ୍ମବୋଧକ ସଂଗୀତ ପରିବେଷଣ କରାଯାଇଥିଲା

Leave a Reply

Your email address will not be published. Required fields are marked *