November 19, 2026
Home » ସୁଲେଇପାଟ ଏସ୍‌ଏସ୍‌ଡି ବାଳିକା ବିଦ୍ୟାଳୟରେ ବିର୍ସା ମୁଣ୍ଡା ଜୟନ୍ତୀ ଓ ‘ଆମେ ଜାଣିବା, ଆମେ ଜିଣିବା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ସୁଲେଇପାଟ ଏସ୍‌ଏସ୍‌ଡି ବାଳିକା ବିଦ୍ୟାଳୟରେ ବିର୍ସା ମୁଣ୍ଡା ଜୟନ୍ତୀ ଓ ‘ଆମେ ଜାଣିବା, ଆମେ ଜିଣିବା’ କାର୍ଯ୍ୟକ୍ରମ ଅନୁଷ୍ଠିତ

0
WhatsApp Image 2026-11-17 at 9.39.17 AM

ରାଇରଙ୍ଗପୁର : ସୁଲେଇପାଟ ଏସ୍‌ଏସ୍‌ଡି ବାଳିକା ବିଦ୍ୟାଳୟ ପରିସରରେ ଭଗବାନ ବିର୍ସା ମୁଣ୍ଡାଙ୍କ ଜନ୍ମ ଉତ୍ସବ ପାଳନ ସହିତ ‘ଆମେ ଜାଣିବା, ଆମେ ଜିଣିବା’ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି।ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସେବତୀ ମୁଣ୍ଡାଙ୍କ ସଭାପତିତ୍ୱରେ ଆୟୋଜିତ ଏହି ସଭାରେ ମୁଖ୍ୟ ଅତିଥି ଭାବେ ସୁଲେଇପାଟ ସିଆରସିସି ବସନ୍ତ କୁମାର ଦଳେଇ ଓ ଯରଡା ସିଆରସିସି ଗୌତମ ସାହୁ ଯୋଗଦେଇଥିଲେ।ଏହି ଅବସରରେ ଭଗବାନ ବିର୍ସା ମୁଣ୍ଡାଙ୍କ ଜୀବନୀ, ସଂଘର୍ଷ ଓ ଦେଶ ପାଇଁ ତାଙ୍କର ଅବଦାନ ସମ୍ପର୍କରେ ଆଲୋକପାତ କରାଯାଇଥିଲା। ଏଥିସହିତ ଛାତ୍ରୀମାନଙ୍କ ମଧ୍ୟରେ ବିଭିନ୍ନ ଖେଳକୁଦ ପ୍ରତିଯୋଗିତା ଆୟୋଜନ କରାଯାଇ ବିଜୟୀ ଛାତ୍ରୀମାନଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରସ୍କାର ପ୍ରଦାନ କରାଯାଇଥିଲା।କାର୍ଯ୍ୟକ୍ରମ ମାଧ୍ୟମରେ ଛାତ୍ରୀମାନଙ୍କ ମଧ୍ୟରେ ଜ୍ଞାନ, ଶିକ୍ଷା, କ୍ରୀଡ଼ା ମନୋଭାବ ଓ ମହାପୁରୁଷଙ୍କ ପ୍ରତି ସମ୍ମାନବୋଧ ବୃଦ୍ଧି କରିବାର ବାର୍ତ୍ତା ଦିଆଯାଇଥିଲା।

Leave a Reply

Your email address will not be published. Required fields are marked *