November 28, 2026
Home » ନୟାଗଡ଼ ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହରେ ବାଲ୍ୟ ବିବାହ ମୁକ୍ତ କରିବା ପାଇଁ ଗଣିଆ ଉନ୍ନୟନ କମିଟି ଦ୍ୱାରା ଆଲୋଚନା ଚକ୍ର

ନୟାଗଡ଼ ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହରେ ବାଲ୍ୟ ବିବାହ ମୁକ୍ତ କରିବା ପାଇଁ ଗଣିଆ ଉନ୍ନୟନ କମିଟି ଦ୍ୱାରା ଆଲୋଚନା ଚକ୍ର

0
1001404103
ନୟାଗଡ଼( ଇପିଏ ) ନୟାଗଡ ବାଲ୍ୟ ବିବାହକୁ ରୋକିବା ଓ ସଚେତନ କରିବା ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କ କାର୍ଯ୍ୟଳୟରେ ଥିବା ସଦଭାବନା ସଭାଗୃହରେ ଅପରାହ୍ନ ୪ ଘଟିକା ସମୟରେ ଜିଲ୍ଲାପାଳଙ୍କ ଅଧକ୍ଷତାରେ ଗଣିଆ ଉନ୍ନୟନ କମିଟି ଦ୍ୱାରା ଏକ ବୈଠକ ଅନୁଷ୍ଠିତ ହୋଇଥିଲା ।
ଏହି ସଭା କାର୍ଯ୍ୟରେ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀମତୀ ମଧୁମିତା ରଥ , ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ରୋଜିନା ଦାସ, ଉପ ଜିଲ୍ଲାପାଳ ଶ୍ରୀଯୁକ୍ତ କିଶୋର କୁମାର ପଣ୍ଡା, ସଚିବ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଶ୍ରୀମତୀ ଅଞ୍ଜଳି ମଛଖଣ୍ଡ , ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ବିଷ୍ଣୁପ୍ରିୟା ସେଠୀ, ଶିଶୁ ମଙ୍ଗଳ ସମିତି ଅଧ୍ୟକ୍ଷ କାମାକ୍ଷା ପ୍ରସାଦ ଦାସ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ, DSP HRPC ଡି. ସି. ଟୁଡୁ , ଜିଲ୍ଲା ପଞ୍ଚାୟତ ଅଧିକାରୀ ଶ୍ରୀଯୁକ୍ତ ମନୋରଞ୍ଜନ ମହାନ୍ତି , ଗଣିଆ ଉନ୍ନୟନ କମିଟି ଅଧକ୍ଷ। ଉଷା ପଟ୍ଟନାୟକ ଏବଂ ଜିଲ୍ଲାର ସମସ୍ତ ସିଡ଼ିପିଓ , ସ୍ୱେଚ୍ଛାସେବୀ ସଂଗଠନ ମାନେ ଉପସ୍ଥିତ ଥିଲେ । ନୟାଗଡ଼ ଜିଲ୍ଲାକୁ ବାଲ୍ୟ ବିବାହ ମୁକ୍ତ କରିବା ପାଇଁ ସମସ୍ତେ ମିଳିମିଶି କାମ କରିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା । ଶେଷରେ ବାଲ୍ୟ ବିବାହ ରୋକିବା ପାଇଁ ଜିଲ୍ଲାପାଳ ଶ୍ରୀମତୀ ରଥ ସମସ୍ତଙ୍କୁ ଶପଥ ପାଠ କରାଇଥିଲେ l
ଇ ପି ଏ ରୁ ଗୋକୁଳ କୁମାର ଷଡ଼ଙ୍ଗୀ ଜିଲ୍ଲା ପ୍ରତିନିଧି ନୟାଗଡ଼ ।

Leave a Reply

Your email address will not be published. Required fields are marked *