November 28, 2026
Home » କାଦୋଦର ଗ୍ରାମରେ ଆକ୍ରମଣ ଘଟଣା ରେ ଜଣେ ଗୁରୁତର : ପୋଲିସ ତଦନ୍ତ ଜାରି l

କାଦୋଦର ଗ୍ରାମରେ ଆକ୍ରମଣ ଘଟଣା ରେ ଜଣେ ଗୁରୁତର : ପୋଲିସ ତଦନ୍ତ ଜାରି l

0
WhatsApp Image 2026-11-27 at 2.41.20 PM (1)

ସୁବର୍ଣ୍ଣପୁର –ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଅନ୍ତର୍ଗତ କାଦୋଦର ଗ୍ରାମରେ ବିଳମ୍ବିତ ରାତ୍ରିରେ ଘଟିଛି ଏକ ଆକ୍ରମଣ ଘଟଣା। ଏହି ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି।ଘଟଣା ପରେ ଗୁରୁତର ଆହତ ବ୍ୟକ୍ତିଙ୍କୁ ତୁରନ୍ତ ଚିକିତ୍ସା ନିମନ୍ତେ ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ବୁର୍ଲା ମେଡିକାଲ କୁ ସ୍ଥାନସ୍ କରିଥିବା ଜଣା ଯାଇଛି

ଅନ୍ୟପଟେ ଘଟଣା ସମ୍ପର୍କରେ ଖବର ପାଇ ବୀରମହାରାଜପୁର ପୋଲିସ ତଦନ୍ତ ଆରମ୍ଭ କରିଛି। କେଉଁ କାରଣରୁ ଏହି ଆକ୍ରମଣ ଘଟିଲା ଏବଂ ଏଥିରେ କିଏ କିଏ ସମ୍ପୃକ୍ତ ଅଛନ୍ତି, ସେନେଇ ପୋଲିସ ପକ୍ଷରୁ ତଦନ୍ତ ଜାରି ରହିଛି। ପୋଲିସର ତଦନ୍ତ ପରେ ଘଟଣାର ପ୍ରକୃତ କାରଣ ଓ ଅଧିକ ତଥ୍ୟ ସାମ୍ନାକୁ ଆସିବ ବୋଲି ଆଶା କରାଯାଉଛି l

ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ…

Leave a Reply

Your email address will not be published. Required fields are marked *