May 27, 2026
Home » କଟକ ଛାତ୍ରୀଙ୍କୁ ଗଣଦୁଷ୍କର୍ମ: ସାରା ରାଜ୍ୟ ହୁଲସ୍ତୁଲ, ଘର ଛାଡ଼ିଲେ ପୀଡ଼ିତା

କଟକ ଛାତ୍ରୀଙ୍କୁ ଗଣଦୁଷ୍କର୍ମ: ସାରା ରାଜ୍ୟ ହୁଲସ୍ତୁଲ, ଘର ଛାଡ଼ିଲେ ପୀଡ଼ିତା

0
WhatsApp Image 2024-11-09 at 7.49.51 PM

ରାଜ୍ୟର ଗ୍ରାମାଳ ଠାରୁ ଆରମ୍ଭ କରି ସହରାଞ୍ଚଳ ମାନଙ୍କରେ ଗଣଦୁଷ୍କର୍ମ ସଂକ୍ରମଣ ରୋଗ ଭଳି ଦିନକୁ ଦିନ ବ୍ୟାପୀ ବାରେ ଲାଗିଥିବା ଦେଖାଯାଇଛି। ଗଣଦୁଷ୍କର୍ମ ସଂକ୍ରମଣକୁ ରୋକ ଲଗାଇବା ପାଇଁ ସରକାର ଆଇନ ସଂଶୋଧନରେ ଯେତେ ବ୍ୟବସ୍ଥା କରିଦେଇଥିଲେ ମଧ୍ୟ ଗଣଦୁଷ୍କର୍ମ ସଂକ୍ରମଣ ରୋଗ ଭଳି ବ୍ଯାପିବା ସାଧାରଣରେ ଆଇନ୍ ପ୍ରତି ସାଧାରଣ ଜନତାଙ୍କ ଆସ୍ଥା ତୁଟିଯିବା ଭଳି ଆଶଙ୍କା ସୃଷ୍ଟି ହୋଇଥିବା ଆଲୋଚ୍ଯର ବିଷୟ ହୋଇଛି। କଟକରୁ ଆମ ପ୍ରତିନିଧି ବିରଞ୍ଚି ନାରାୟଣ ପତ୍ରୀଙ୍କ ରିପୋର୍ଟ।

ଏହି ଘଟଣାରେ ମହିଳା କମିସନଙ୍କ କାର୍ଯ୍ୟାଳୟ ହସ୍ତକ୍ଷେପ କରି କଟକ କମିସନରେଟ୍ ପୁଲିସକୁ ତଦନ୍ତ ରିପୋର୍ଟ ମାଗିଛନ୍ତି।
ଏହି ଜଘନ୍ୟ ଅପରାଧକୁ ନେଇ ବାରବାଟୀ-କଟକ ବିଧାୟିକା ସୋଫିଆ ଫିରଦୋସ୍‌ ପୁଲିସକୁ ଘେରିଛନ୍ତି।

କଟକ: କଟକର ଜଣେ କଲେଜ ଛାତ୍ରୀଙ୍କୁ ବାରଙ୍ଗରେ ଗଣଦୁଷ୍କର୍ମ କରାଯିବା ଘଟଣା ସାରା ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଛି। ଏହି ଘଟଣାରେ ମହିଳା କମିସନଙ୍କ କାର୍ଯ୍ୟାଳୟ ହସ୍ତକ୍ଷେପ କରି କଟକ କମିସନରେଟ୍ ପୁଲିସକୁ ତଦନ୍ତ ରିପୋର୍ଟ ମାଗିଛନ୍ତି। ଅନ୍ୟପଟେ ପୀଡ଼ିତା ଲୋକଲଜ୍ଜାରେ ଘର ଛାଡ଼ି ସଂପର୍କୀୟ ଘରକୁ ଚାଲି ଯାଇଥିବା ପୁଲିସ ପକ୍ଷରୁ ସୂଚନା ମିଳିଛି। କଟକର ଏକ କଲେଜରେ ଯୁକ୍ତ ତିନି ଦ୍ବିତୀୟ ବର୍ଷରେ ପାଠ ପଢ଼ୁଥିବା ଏହି ଛାତ୍ରୀଙ୍କ ଜନ୍ମଦିନରେ ପୁରୀଘାଟ ଅଞ୍ଚଳର ଏକ କାଫେରେ ତାଙ୍କ ପୁରୁଷ ବନ୍ଧୁ ଆଶୁତୋଷ ଦୁଷ୍କର୍ମ କରିଥିଲା। ଏହି ସମୟର ଭିଡିଓକୁ ରେକର୍ଡ କରି ପରବର୍ତ୍ତୀ ସମୟରେ ପୀଡ଼ିତାଙ୍କୁ ବ୍ଲାକମେଲ୍ କରିବା ସହ ବାରଙ୍ଗ ଅଞ୍ଚଳରେ ଆଶୁତୋଷର ବନ୍ଧୁ ସୌମ୍ୟ ଘରେ ୬ ଜଣ ବନ୍ଧୁ ମିଶି ଗଣଦୁଷ୍କର୍ମ କରିଥିଲେ। ଏହି ଘଟଣାରେ କଟକ ଡିସିପି ଜଗମୋହନ ମୀନା ଶୁକ୍ରବାର ଏକ ସାମ୍ବାଦିକ ସମ୍ମିଳନୀ ଡାକି ଘଟଣା ସମ୍ପର୍କରେ ବିସ୍ତୃତ ସୂଚନା ଦେଇଛନ୍ତି। ଶ୍ରୀ ମୀନା କହିଛନ୍ତି ଯେ ଗଲା ୪ ତାରିଖରେ ଏକ ମାମଲା (କେସ୍ ନଂ ୩୫୩) ରୁଜୁ ହୋଇଥିଲା। ବିଏନ୍‌ଏସ୍‌ର ଧାରା ୭୦ (୧), ୨୯୬, ୩୫୧, ୪୯ ଏବଂ ୩ ଏସ୍‌ସି ଓ ଏସ୍‌ଟି ଆକ୍ଟ ଓ ୬୭(ଏ) ଆଇଟି ଆକ୍ଟରେ ମାମଲା ରୁଜୁ ହୋଇ ତଦନ୍ତ ଚାଲିଛି। ଜୋନ୍ ୬ ଏସିପି ସ୍ବସ୍ତିକ ପଣ୍ଡାଙ୍କୁ ତଦନ୍ତ ଦାୟିତ୍ବ ଦିଆଯାଇଥିବା ବେଳେ ବାଦାମବାଡ଼ି ଓ ପୁରୀଘାଟ ଥାନା ଆଇଆଇସିଙ୍କୁ ନେଇ ଏକ ସ୍ବତନ୍ତ୍ର ଟିମ୍ ଗଠନ ହୋଇଛି। ଯଦି କୌଣସି ମହିଳା ଏଭଳି ପରିସ୍ଥିତିରେ ଫସିଯାଇଛନ୍ତି ଏବଂ ବ୍ଲାକମେଲ୍‌ର ଶିକାର ହେଉଛନ୍ତି, ତେବେ ଥାନାରେ ଥିବା ମହିଳା ଓ ଶିଶୁ ଡେସ୍କ୍‌ରେ ଅଭିଯୋଗ କରିପାରିବେ। ଆଇନ ଅନୁଯାୟୀ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଶ୍ରୀ ମୀନା କହିଛନ୍ତି।
ଅନ୍ୟପଟେ ଏହି ମାମଲାରେ ସମ୍ପୃକ୍ତ ୬ ଜଣଙ୍କ ମଧ୍ୟରୁ ୫ ତାରିଖରେ ୩ ଜଣ ଗିରଫ ହୋଇଥିବା ବେଳେ ୬ ତାରିଖରେ ଅବଶିଷ୍ଟ ୩ ଜଣ ଗିରଫ ହୋଇଛନ୍ତି। ତଦନ୍ତରେ ଅନ୍ୟ କେହି ସମ୍ପୃକ୍ତ ଥିବା ଜଣାପଡ଼ିଲେ ସେହି ଅନୁଯାୟୀ ପଦକ୍ଷେପ ଗ୍ରହଣ କରାଯିବ। ସମସ୍ତ ଅଭିଯୁକ୍ତଙ୍କ ମୋବାଇଲ୍ ଫୋନ୍ ଜବତ ହୋଇଛି। ବାରଙ୍ଗ ଥାନା ଅଞ୍ଚଳରେ ଥିବା ଅଭିଯୁକ୍ତ ସୌମ୍ୟର ଘର ଓ ପୁରୀଘାଟ ଅଞ୍ଚଳରେ ଥିବା କାଫେ ଉପରେ ପୁଲିସ ଚଢ଼ଉ କରି ସେଠାକାର ଲୋକଙ୍କୁ ଘଟଣା ସମ୍ପର୍କରେ ପଚରାଉଚରା କରିବା ସହିତ ବୟାନ ରେକର୍ଡ କରିଛି। ୬ ଜଣ ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ନାବାଳକ ଥିବା ଜଣାପଡ଼ିଛି। ଏହି ଘଟଣାରେ ମହିଳା କମିସନ୍‌ଙ୍କ କାର୍ଯ୍ୟାଳୟର ସଦସ୍ୟା କଟକ କମିସନରେଟ୍ ପୁଲିସର ଜୋନ୍ ୬ ଏସିପି ସ୍ବସ୍ତିକ ପଣ୍ଡାଙ୍କୁ ଘଟଣାର ତଦନ୍ତ ରିପୋର୍ଟ ମାଗିଛନ୍ତି। ଏହି ଜଘନ୍ୟ ଅପରାଧକୁ ନେଇ ବାରବାଟୀ-କଟକ ବିଧାୟିକା ସୋଫିଆ ଫିରଦୋସ୍‌ ପୁଲିସକୁ ଘେରିଛନ୍ତି। ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, କଟକ ଭଳି ଏକ ସଂସ୍କୃତିସମ୍ପନ୍ନ ଅଞ୍ଚଳରେ ଯଦି ଏଭଳି ଘଟଣା ଘଟିପାରୁଛି ତେବେ ଅପରାଧୀଙ୍କ ମନରେ ପୁଲିସ ପ୍ରତି ଆଦୌ ଭୟ ନାହିଁ ବୋଲି ମୁକ୍ତ କଣ୍ଠରେ ସ୍ବୀକାର କରିବାକୁ ପଡ଼ିବ। ଓଡ଼ିଶାରେ ନିୟମିତ ଏଭଳି ଘଟଣା ଘଟୁଛି। ରାଜ୍ୟରେ ମହିଳା ନିର୍ଯାତନା ବଢ଼ି ଚାଲିଛି। ମହିଳାଙ୍କୁ ସୁରକ୍ଷା ଯୋଗାଇବା ସରକାରଙ୍କର ପ୍ରଥମ କର୍ତ୍ତବ୍ୟ ହେବା ଦରକାର। ଡିଜି ପୁଲିସ ମଧ୍ୟ ଏ ଦିଗରେ ଦୃଷ୍ଟି ଦେବା କଥା। ଏଭଳି ଦୁଷ୍କର୍ମ ଆମ ରାଜ୍ୟରେ କାହିଁକି ବଢ଼ିଛି, ସେ ନେଇ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ଗମ୍ଭୀରତାର ସହ ନିଅନ୍ତୁ ବୋଲି ଶ୍ରୀମତୀ ଫିରଦୋସ୍‌ କହିଛନ୍ତି।

biranchi narayan patri nka report

ଆଗାମୀ ରଥଯାତ୍ରା ରେ ଶ୍ରଦ୍ଧାଳୁ ଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଉଛି। ଏ ନେଇ ଏକ ସମୀକ୍ଷା ବୈଠକ ପୁରୀ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି। ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମେତ ୩୦ ଟି ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଓ ୮ ଟି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଅତିରିକ୍ତ ବ୍ୟବସ୍ଥା କରାଯାଉଛି। ଏଥି ସହିତ ୧୦ ଶଯ୍ୟା ବିଶିଷ୍ଟ ୮ ଟି ଅତିରିକ୍ତ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରହିବ। ଏଥିରେ ଅତିରିକ୍ତ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀ ନିୟୋଜିତ ରହିବେ। ବଡଦାଣ୍ଡ ସମେତ ପୁରୀ ସହର ର ପ୍ରମୁଖ ସ୍ଥାନ ଗୁଡିକରେ ଆଶୁ ଚିକିତ୍ସା କେନ୍ଦ୍ର ଖୋଲାଯିବ।୫୦ ରୁ ଅଧିକ ଆମ୍ବୁଲାନ୍ସ ବିଭିନ୍ନ ସ୍ଥାନରେ ମୁତୟନ କରାଯିବ। ବିଭିନ୍ନ ସ୍ୱେଚ୍ଛାସେବି ସଂଗଠନ ଙ୍କ ସହାୟତା ନିଆଯିବ। ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ ରହି ସ୍ୱାସ୍ଥ୍ୟ ସେବାର ତଦାରଖ କରିବେ। ଆଇ ସି ୟୁ, ଟ୍ରମା କେୟାର କେନ୍ଦ୍ର ପ୍ରସ୍ତୁତ କରି ରଖାଯିବ। ପୁରୀ ରେ ଥିବା ସବୁ ସହରାଞ୍ଚଳ ସ୍ୱାସ୍ଥ୍ୟ କେନ୍ଦ୍ର କୁ ପ୍ରସ୍ତୁତ ରଖାଯିବ। ରେଲୱେ ଷ୍ଟେସନ, ବସଷ୍ଟାଣ୍ଡ ରେ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲିବ। ଗୁରୁତର ରୋଗୀ ଙ୍କୁ କଟକ, ଭୁବନେଶ୍ୱର ସ୍ଥାନାନ୍ତର ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ହେବ। ଆମ୍ବୁଲାନ୍ସ ଗୁଡ଼ିକ ଯେଭଳି ସୁରୁଖୁରୁରେ ଯାତାୟାତ କରିପାରିବ ସେ ନେଇ ସ୍ୱତନ୍ତ୍ର ବ୍ୟବସ୍ଥା ହେବ। ରଥଯାତ୍ରା ସମୟରେ ଲୋକ ଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ୨ ଶହ ଡାକ୍ତର ଙ୍କୁ ନିୟୋଜିତ କରାଯିବ। ଅପମିଶ୍ରିତ ଓ ବାସୀ ଖାଦ୍ୟ ବିକ୍ରି ବନ୍ଦ ପାଇଁ ଖାଦ୍ୟ ନିରାପତ୍ତା ଅଧିକାରୀ ମାନେ ଯାଞ୍ଜ କରିବେ। ରଥଯାତ୍ରା ସ୍ୱାସ୍ଥ୍ୟ ସେବାକୁ ଶୃଙ୍ଖଳିତ କରିବା ପାଇଁ ଅନୁଷ୍ଠିତ ହୋଇଥିବା ବୈଠକ ରେ ପୁରୀ ମହାନଗର ନିଗମ ର କମିଶନର, ଅତିରିକ୍ତ ଜିଲ୍ଲାପାଳ, ଏସପି, ସ୍ୱାସ୍ଥ୍ୟ ବିଭାଗର ଅଧିକାରୀ, ବିଭିନ୍ନ ସ୍ୱେଚ୍ଛାସେବୀ ସଂଗଠନ ସାମିଲ ହୋଇଥିଲେ। ରଥଯାତ୍ରା ର ଭକ୍ତ ଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେଉଥିବା ସ୍ୱେଚ୍ଛାସେବୀ ଦେବାଶିଶ ମିଶ୍ର କୁହନ୍ତି, ରଥଯାତ୍ରା ଭିଡ଼ରେ ବଡ ଆମ୍ବୁଲାନ୍ସ ଯାତାୟାତ ରେ ବହୁତ୍ ସମସ୍ୟା ସୃଷ୍ଟି କରୁଛି। ଏଣୁ ଆମେ ଜିଲାପାଳ ଙ୍କୁ ପ୍ରସ୍ତାବ ଦେଲୁ କିଛି ଛୋଟ ଆମ୍ବୁଲାନ୍ସ ନିୟୋଜିତ କରାଯାଉ। ଏହା ଦ୍ଵାରା ଆମ୍ବୁଲାନ୍ସ ଯାତାୟାତ ରେ ସୁବିଧା ହେବା ସହ ଲୋକ ମାନେ ତ୍ୱରିତ ଚିକିତ୍ସା ସେବା ପାଇପାରିବେ। ଆଉ ଏକ ପ୍ରସ୍ତାବ ରହିଚି ବଡ ଦାଣ୍ଡ ରେ ଅଧିକ ଶୀତତାପ ନିୟନ୍ତ୍ରିତ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲାଯାଉ। ଏହା ଦ୍ଵାରା ଅଯଥା ରେ ଲୋକ ଙ୍କୁ ମୁଖ୍ୟ ଚିକିତ୍ସାଳୟ କୁ ନିଆନଯାଇ ଏହି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ତ୍ୱରିତ ଚିକିତ୍ସା ସେବା ଯୋଗାଇ ହେବ । ଆମେ ଜିଲାପାଳ ଙ୍କୁ ଅନୁରୋଧ କରିଛୁ ଗୁଣ୍ଡିଚା ମନ୍ଦିର ନିକଟ ରେ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲାଯିବା ନେଇ ଅନୁମତି ଦିଆଯାଉ। ଏହା ହେଲେ ମନ୍ଦିର ଭିତରେ ଅବା ବାହାରେ କିଛି ଅଘଟଣ ଘଟିଲେ ସଙ୍ଗେ ସଙ୍ଗେ ଚିକିତ୍ସା ସେବା ଲୋକ ଙ୍କୁ ଓ ସେବାୟତ ଙ୍କୁ ଚିକିତ୍ସା ସେବା ଦେଇହେବ। ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ନିଜ ପ୍ରତିକ୍ରିୟାରେ କହିଛନ୍ତି, ଚଳିତ ରଥଯାତ୍ରା ରେ ଲୋକ ଙ୍କୁ କିଭଳି ତ୍ୱରିତ ଚିକିତ୍ସା ସେବା ଯୋଗାଇ ହେବ ସେ ନେଇ ଏକ ମାର୍ଗଦର୍ଶିକା କରାଯାଇଛି। ବଡଦାଣ୍ଡ ସମେତ ବିଭିନ୍ନ ଗୁରୁତ୍ଵପୂର୍ଣ୍ଣ ସ୍ଥାନରେ ୮ ଟି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରହିବ । ମୋଟ ୮୦ ବେଡ ବିଶିଷ୍ଟ ଏହି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ସବୁ ପ୍ରକାର ଚିକିତ୍ସା ସେବା ବ୍ୟବସ୍ଥା ରହିବ। ସବୁ ପ୍ରକାର ଅତ୍ୟାଧୁନିକ ସ୍ୱାସ୍ଥ୍ୟ ସେବା ଉପକରଣ ଓ ସ୍ପେଶଲିଷ୍ଟ ଡାକ୍ତର ରହିବେ। ଏ ନେଇ ଆଜିର ବୈଠକ ରେ ଆଲୋଚୋନା ହେଲା। ଆମ୍ବୁଲାନ୍ସ କିଭଳି ଯାତାୟାତ କରିବ, ସ୍ୱେଚ୍ଛାସେବୀ ଙ୍କୁ ତାଲିମ ପ୍ରଦାନ ସେ ନେଇ ସବିଶେଷ ଆଲୋଚନା ହୋଇଛି। ମାର୍ଗଦର୍ଶିକା ଅନୁଯାୟୀ ରଥଯାତ୍ରା, ସୁନାବେଶ, ବାହୁଡ଼ା ରେ ସ୍ୱାସ୍ଥ୍ୟ ସେବା ଲୋକ ଙ୍କୁ ଯୋଗାଇ ଦିଆଯିବ। ଆଗାମୀ ଜୁନ ୨୯ ରେ ମହାପ୍ରଭୁ ଙ୍କ ସ୍ନାନଯାତ୍ରା ଓ ଜୁଲାଇ ୧୬ ରେ ରଥଯାତ୍ରା ଅନୁଷ୍ଠିତ ହେବ। ଏହି ଦୁଇ ଯାତ୍ରାରେ ଦଇତାପତି ସେବକ ଙ୍କ ଗୁରୁ ଦାୟିତ୍ୱ ରହିଛି । ଦଇତାପତି ସେବକମାନେ ମହାପ୍ରଭୁ ଙ୍କୁ ସ୍ନାନଯାତ୍ରାରେ ରତ୍ନସିଂହାସନ ରୁ ପହଣ୍ଡି ରେ ଆଣି ସ୍ନାନ ବେଦୀ କୁ ଆଣିବେ। ସେହିପରି ଆଗାମୀ ରଥଯାତ୍ରାରେ ମଧ୍ୟ ଦଇତାପତି ସେବକ ମାନେ ମହାପ୍ରଭୁ ଙ୍କୁ ପହଣ୍ଡି ଆଣି ରଥ ଉପରେ ଠାକୁର ଙ୍କୁ ବିରାଜମାନ କରାଇବେ। ତେବେ ଠାକୁର ଙ୍କ ପହଣ୍ଡି କିଭଳି ଶୃଙ୍ଖଳିତ ଓ ସୁରକ୍ଷିତ ଢଙ୍ଗରେ ହୋଇ ପାରିବ ସେ ନେଇ ସମୀକ୍ଷା କରିଛନ୍ତି ପୁରୀ ଜିଲ୍ଲାପାଳ ତଥା ଶ୍ରୀମନ୍ଦିର ଉପ ମୁଖ୍ୟପ୍ରଶାସକ ଦିବ୍ୟଜ୍ୟୋତି ପରିଡା। ଶ୍ରୀମନ୍ଦିର କାର୍ଯ୍ୟାଳୟ ରେ ଅନୁଷ୍ଠିତ ହୋଇଥିବା ବୈଠକ ରେ ଶ୍ରୀମନ୍ଦିର ଦଇତାପତି ନିଯୋଗ ର କର୍ମକର୍ତ୍ତା ଯୋଗ ଦେଇଥିଲେ।୨୦୨୪ ରଥଯାତ୍ରା ରେ ଆଡ଼ପ ମଣ୍ଡପ ବିଜେ ବେଳେ ବଡ ଠାକୁର ଶ୍ରୀବଳଭଦ୍ର ରଥ ରୁ ଚାରମାଳ କୁ ଖସି ପଡ଼ିଥିଲେ। ଏଣୁ ଏଭଳି ଅଘଟଣ କିଭଳି ଆଗାମୀ ଦିନରେ ହେବ ନାହିଁ ଏବଂ ଶୃଙ୍ଖଳିତ ଢଙ୍ଗରେ ପହଣ୍ଡି କାର୍ଯ୍ୟ ସମାପନ ହେବ ସେ ନେଇ ଜିଲ୍ଲାପାଳ ଆଲୋଚନା କରିଥିଲେ। ପହଣ୍ଡି ପାଇଁ ପ୍ରଶାସନ ଦ୍ୱାରା ନିର୍ଦ୍ଧାରିତ ସଂଖ୍ୟାରୁ ଯେଭଳି ଅଧିକ ସେବକ ନ ରହିବେ ସେ ନେଇ ଆଲୋଚନା ହୋଇଥିଲା। ସେହିପରି ନିର୍ଦ୍ଧାରିତ ସମୟ ଅନୁସାରେ ସମସ୍ତ ନୀତି ଯେଭଳି ପାଳନ ହେବ ସେ ନେଇ ମଧ୍ୟ ଆଲୋଚାନା ହୋଇଛି। ତେବେ ମହାପ୍ରଭୁ ସ୍ନାନଯାତ୍ରା, ଅଣସର, ନବଯୌବନ, ନେତ୍ରୋତ୍ସବ ସମସ୍ତ ନୀତି ଶୃଙ୍ଖଳିତ କରିବାକୁ ବାଡଗ୍ରାହୀ ସେବକ ମତ ରଖିଛନ୍ତି। ଦଇତାପତି ସେବକ ଭବାନୀ ଦାସ ମହାପାତ୍ର ନିଜ ପ୍ରତିକ୍ରିୟାରେ କୁହନ୍ତି, ଆଗାମୀ ରଥଯାତ୍ରା ରେ କିଭଳି ମହାପ୍ରଭୁ ଙ୍କ ସମସ୍ତ ନିତିକାନ୍ତି, ଭକ୍ତ ଙ୍କ ଦର୍ଶନ ସୁରୁଖୁରୁରେ ଶୃଙ୍ଖଳିତ ଭାବରେ ହୋଇପାରିବ ସେ ନେଇ ଜିଲ୍ଲାପାଳ ଙ୍କ ସହ ଆଲୋଚନା ହୋଇଛି। ସେବାୟତ ଙ୍କ ମଧ୍ୟରେ ଯେଭଳି ଏକ ସମନ୍ଵୟ ରହିବ ସେ ନେଇ ଆଲୋଚନା ହୋଇଥିଲା। ମହାପ୍ରଭୂ ଙ୍କ ପହଣ୍ଡି କିଭଳି ଶୃଙ୍ଖଳିତ ଢଙ୍ଗରେ ହୋଇପାରିବ ସେ ନେଇ ମଧ୍ୟ ଆଲୋଚନା ହୋଇଥିଲା। ତେବେ ମହାପ୍ରଭୁ ଙ୍କ କାର୍ଯ୍ଯ କୁ ଶୃଙ୍ଖଳିତ ଭାବରେ କରିବା ପାଇଁ ଦଇତାପତି ସେବକ ସମ୍ପୂର୍ଣ ପ୍ରସ୍ତୁତ ରହିଚନ୍ତି। ଏହି ଭରସା ଆମେ ପ୍ରଶାସନ କୁ ଦେଇଛୁ। ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ନିଜ ପ୍ରତିକ୍ରିୟାରେ କହିଛନ୍ତି, ଆଗାମୀ ରଥଯାତ୍ରା କୁ ଶୃଙ୍ଖଳିତ ଭାବେ ଆୟୋଜନ ନେଇ ସବୁ ସେବାୟତ ବିଯୋଗ ସହ ଆଲୋଚନା କରାଯାଉଛି। ମହାପ୍ରଭୁ ଙ୍କ ଶୃଙ୍ଖଳିତ ନୀତି କାନ୍ତି ଓ ପହଣ୍ଡି ପ୍ରସଙ୍ଗ ରେ ମଧ୍ୟ ଦଇତାପତି ସେବକ ଙ୍କ ସହ ଆଲୋଚନା ହୋଇଛି। ଆମର ଆଶା ରହିଛି ମହାପ୍ରଭୁ ଙ୍କ କୃପାରୁ ରଥଯାତ୍ରା ସୁରୁଖୁରୁରେ ସମାପନ ହେବ।

Leave a Reply

Your email address will not be published. Required fields are marked *

You may have missed