October 16, 2024
Home » ଜିଲ୍ଲା ପର୍ଯ୍ୟଟନ ବିଭାଗ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ “ଏକ ପେଡ ମା କେ ନାମ “ଅନୁଷ୍ଠିତ

ଜିଲ୍ଲା ପର୍ଯ୍ୟଟନ ବିଭାଗ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ “ଏକ ପେଡ ମା କେ ନାମ “ଅନୁଷ୍ଠିତ

0

ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ସ୍ଥିତ ପଥପ୍ରାନ୍ତ ଆବାସ ସ୍ଥଳ (ଯାଯାବର) ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ବର୍ଷ ଏହି ପବିତ୍ର କାର୍ଯକ୍ରମ ଟି “ ମାଁ ନାମରେ ବୃକ୍ଷ ଟିଏ” କ୍ରମରେ ପ୍ରତ୍ୟେକ ବ୍ୟକ୍ତି ବିଶେଷ ଏହି ବର୍ଷ ନିଜ ନିଜ ମାଁ ଙ୍କ ନାମରେ ଗୋଟିଏ ଗୋଟିଏ ବୃକ୍ଷ ରୋପଣ କରିବାକୁ ସରକାରଙ୍କ ତରଫରୁ ଅନୁରୋଧ କରାଯାଇ ଅଛି ।

 

ଉକ୍ତ କାର୍ଯକ୍ରମରେ ମୁଖ୍ୟ ଅତିଥି ଭାବରେ ଜଗତ ଜୀବନ ବଗର୍ତି,ଡ଼ଙ୍ଗରିଆ କନ୍ଧ ଉନ୍ନୟନ ସଂସ୍ଥାର ସ୍ୱତନ୍ତ୍ର ଅଧିକାରୀ ଯୋଗଦାନ କରି ନିଜ କରକମଳ ରେ ଏକ ବୃକ୍ଷ ଚାରା ନିଜ ମାଁ ନାମରେ ରୋପଣ କରିଥିଲେ । ଏଥିରେ ଅନ୍ୟମାନଙ୍କ ମଧ୍ୟରେ ଉପନିର୍ଦ୍ଧେଶକ ସୂଚନା ଓ ଲକସମ୍ପର୍କ ବିଭାଗ ତଥା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବସନ୍ତ କୁମାର ପ୍ରଧାନ, କାର୍ଯ୍ୟକ୍ରମର ଆୟୋଜକ ଜିଲ୍ଲା ପର୍ଯ୍ୟଟନ ଅଧିକାରୀ ଶ୍ରୀ ଭଗବାନ ଖରା, ଓପିଲିପିର ପ୍ରକଳ୍ପ ପରିଚାଳକ ସୁଦର୍ଶନ ପାଢ଼ୀ, ଡିକେଡିଏ କାର୍ଯ୍ୟାଳୟର କର୍ମଚାରୀ ଉପସ୍ଥିତ ରହି ଗୋଟିଏ ଗୋଟିଏ ଚାରା ରୋପଣ କରିଥିଲେ l

 

ରାୟଗଡା ଜିଲ୍ଲା ଇପିଏ ରୁ ତିରୁମାଲା ପ୍ରସାଦ ପଟ୍ଟନାୟକ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ ଏଜେନ୍ସି )

Leave a Reply

Your email address will not be published. Required fields are marked *