August 20, 2026
Home » ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି

0
WhatsApp Image 2024-11-25 at 5.24.18 PM

ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।

chatrapur epa ru muna behera nka report

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed