December 27, 2024
Home » କେନ୍ଦ୍ର ସରକାରଙ୍କ ଶ୍ରମିକ ଓ କୃଷକ ବିରୋଧୀ ନୀତି ପ୍ରତିବାଦ ରେ ..ସଂଯୁକ୍ତ କିଷାନ ମୋର୍ଚ୍ଚା ଗଞ୍ଜାମ ଜିଲ୍ଲା କମିଟି ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ଏବଂ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟ ରେ ସ୍ମାରକ ପତ୍ର ପ୍ରଦାନ

କେନ୍ଦ୍ର ସରକାରଙ୍କ ଶ୍ରମିକ ଓ କୃଷକ ବିରୋଧୀ ନୀତି ପ୍ରତିବାଦ ରେ ..ସଂଯୁକ୍ତ କିଷାନ ମୋର୍ଚ୍ଚା ଗଞ୍ଜାମ ଜିଲ୍ଲା କମିଟି ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ଏବଂ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟ ରେ ସ୍ମାରକ ପତ୍ର ପ୍ରଦାନ

0

ଛତ୍ରପୁର:ମୋଦି ସରକାରଙ୍କ କୃଷକ ଓ ଶ୍ରମିକ ନୀତି ବିରୁଦ୍ଧରେ ଦେଶବ୍ୟାପୀ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ନିମନ୍ତେ ସଂଯୁକ୍ତ କିଷାନ ମୋର୍ଚ୍ଚା ଓ କେନ୍ଦ୍ରୀୟ ଶ୍ରମିକ ସଂଗଠନ ମାନଙ୍କ ପକ୍ଷରୁ ଡାକରା ଦିଆଯାଇଛି । ଏହି ପରିପ୍ରେକ୍ଷୀରେ ସଂଯୁକ୍ତ କିଷାନ ମୋର୍ଚ୍ଚା ଗଞ୍ଜାମ ଜିଲ୍ଲା କମିଟି ଏବଂ ବିଭିନ୍ନ ଶ୍ରମିକ ଓ କୃଷକ ସଂଗଠନ ପକ୍ଷରୁ ଶହ ଶହ ଶ୍ରମିକ ଓ କୃଷକମାନେ କେନ୍ଦ୍ର ସରକାରଙ୍କ ଶ୍ରମିକ ଓ କୃଷକ ବିରୋଧୀ ନୀତି ପ୍ରତିବାଦ ରେ ଗଞ୍ଜାମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ଭାରତ ର ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟ ରେ ଏକ ସମ୍ବଳିତ ସ୍ମାରକ ପତ୍ର ପ୍ରଦାନ କରାଯାଇଛି । ୪ଟି ଶ୍ରମ କୋଡ଼ ର ପ୍ରତ୍ୟାହାର ଏବଂ ଅସଂଗଠିତ କ୍ଷେତ୍ର ର ସବୁ ଶ୍ରମିକ ଙ୍କୁ ପେନସନ ସମେତ ସାମଗ୍ରୀକ ସାମାଜିକ ସୁରକ୍ଷା ପ୍ରଦାନ କରିବା, ଶିଳ୍ପାୟନ ଓ ଖଣି ଖନନ ଫଳ ରେ ଚାଷ ଜମି ଓ ଜଙ୍ଗଲ ର ହେଉଥିବା ଅବକ୍ଷୟ ତଥା ପରିବେଶ ପ୍ରଦୂଷଣ କୁ ରୋକିବାକୁ ଦୃଢ ପଦକ୍ଷେପ ନିଆଯାଉ, ସବୁ ଚାଷ ଜମିକୁ ଜଳ ସେଚନ ର ସୁବିଧା ନିମନ୍ତେ ଜଳ ସେଚନ ମିଶନ ଗଠନ କରିବା ସମେତ ୨୦ଦଫା ଦାବୀ ସମ୍ପର୍କ ରେ ଉକ୍ତ ସ୍ମାରକ ପତ୍ର ରେ ଉଲ୍ଲେଖ କରାଯାଇଛି । ପ୍ରାରମ୍ଭ ରେ ସ୍ଥାନୀୟ ନୂତନ ବସଷ୍ଟାଣ୍ଡ ଠାରୁ କୃଷକ ଓ ଶ୍ରମିକ ମାନେ ଏକ ଶୋଭାଯାତ୍ରା ରେ ବାହାରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଂଚିଥିଲେ । ଋଷିକୂଲ୍ୟା ରୟତ ମହାସଭା ର ସମ୍ପାଦକ ସିମାଞ୍ଚଳ ନାହାକ, ଆଇ ଏଫ ଟି ୟୁ ର ସଭାପତି ପ୍ରତାପ ପ୍ରଧାନ, ଏଆଇକେଏମଏସ ର ସମ୍ପାଦକ ପ୍ରତାପ କୁମାର ନାୟକ, ସନ୍ତୋଷ ନାୟକ, ନାରାୟଣ ବିଷୋୟୀ, ରାଜେନ୍ଦ୍ର ନାଇକ, ରାମ ଚନ୍ଦ୍ର ନାୟକ, ଅର୍ଜୁନ ନାୟକଙ୍କ ସମେତ ବହୁ ସଂଖ୍ୟା ରେ ମହିଳା ଓ ପୁରୁଷ ମାନେ ଉପସ୍ଥିତ ଥିଲେ ।।

ଛତ୍ରପୁର ଇପିଏ ରୁ ମୁନା ବେହେରା ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ ଏଜେନ୍ସି )l

Leave a Reply

Your email address will not be published. Required fields are marked *