August 21, 2026
Home » ଛାତ୍ର ର ଆତ୍ମହତ୍ୟା l

ଛାତ୍ର ର ଆତ୍ମହତ୍ୟା l

0
WhatsApp Image 2024-07-12 at 2.50.02 PM

ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ସହରର ପଟାଭାଡି ପଡାରେ ଜଣେ କଲେଜ ଛାତ୍ରଙ୍କ ଆତ୍ମ ହତ୍ୟା ହୋଇଥିବା ସୂଚନା ମିଳିଛି l ଛାତ୍ର ଜଣକ ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ କଣ୍ଟାପାଲି ଗ୍ରାମ ର ହୋଇଥିବା ବେଳେ ସେ ସୋନପୁର ରାଜ କଲେଜର ଯୁକ୍ତ ତିନି ଶେଷ ବର୍ଷର ଛାତ୍ର ବୋଲି ଜଣା ପଡିଛି l ସେ ହେଉଛନ୍ତି କଣ୍ଟାପାଲି ଗାଁର ରୂତୁରାଜ ସା l ଗତ କାଲି କଲେଜର ବିଦାୟ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ରେ ଯୋଗଦେଇ ରୂତୁରାଜ ଓ ତାଙ୍କର ଜଣେ ସାଙ୍ଗ ମିଶି ନିଜ ଭଡା ଘରକୁ ଆସି ଶୋଇଥିଲେ ।

 

ରାତ୍ରୀରେ ରୁତୁରାଜ ଘରର ରନ୍ଧା ଘରର ଆଜବେଷ୍ଟସ ପାଇପରେ ଏକ ଶୋଇବା କାନ୍ଥର ଖୋଳକୁ ନେଇ ଫାନ୍ଦ କରି ଆତ୍ମ ହତ୍ୟା କରିଥିଲେ ବୋଲି ଜଣାପଡିଛି । ସକାଳୁ ତାଙ୍କ ସାଙ୍ଗ ଦେଖିବା ପରେ ସୋନପୁର ପୋଲିସ କୁ ଖବର ଦିଆଯାଇଥିଲା l ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଂଚି ରୁତୁରାଜ ର ମୃତ ଶରୀର ଉଦ୍ଧାର କରିବା ସହିତ ଶବ ବ୍ୟବଛେଦ ପାଇଁ ପଠାଇବାଛି ଓ ଅଧିକ ତଦନ୍ତ ଜାରି ରଖିଛି l

ସୁବର୍ଣ୍ଣପୁର ଇପିଏ ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ ଏଜେନ୍ସି )

Leave a Reply

Your email address will not be published. Required fields are marked *

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।