ଝରିଗାଁ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ ସମ୍ମିଳନୀ ଗୃହରେ ତା୩୦.୧୨.୨୦୨୪ ରିଖ ଆଜି ନବରଙ୍ଗପୁର ଜିଲ୍ଲାପାଳ ଡା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧୀକ୍ଷକ ଶ୍ରୀ ମିହିର କୁମାର ପଣ୍ଡାଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପଜିଲ୍ଲାପାଳ,ନବରଙ୍ଗପୁର ପ୍ରକାଶ ମିଶ୍ର,ବ୍ଲକ୍ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ ମାଝୀ,ବି ଡି ଓ ରାମକୃଷ୍ଣ ନାୟକଙ୍କ ସମେତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୩୦ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୭ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୩ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଅଭିଯୋଗ ରହିଥିଲା ।ସାମାଜିକ ସୁରକ୍ଷା ବିଭାଗ ତରଫରୁ ୧୫ଜଣଙ୍କୁ ମଧୁବାବୁ ପେନସନ ଯୋଜନାର ସହାୟତା କାର୍ଡ ଜିଲ୍ଲାପାଳ ଙ୍କ ଦ୍ଵାରା ପ୍ରଦାନ କରାଯାଇଥିଲା।
ରିପୋର୍ଟ: ନବରଙ୍ଗପୁର ଜିଲ୍ଲା ଈପିଏରୁ ତିରୁମାଲା ପ୍ରସାଦ ପଟ୍ଟନାୟକ