ବିଜେଡିର ଏକ ଜିଲ୍ଲା ସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ

0 18

ଭାବା ନଗର ସ୍ଥିତ ଜିଲ୍ଲା ବିଜେଡ଼ି କାର୍ଯ୍ୟାଳୟରେ ବିଜେଡିର ଏକ ଜିଲ୍ଲା ସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ଜିଲ୍ଲା ସଭାପତି ଡକ୍ଟର ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଗଞ୍ଜାମ ଜିଲ୍ଲାର ଦଳୀୟ ସାଂସଦ, ବିଧାୟକ ଓ ଅନ୍ୟ ନିର୍ବାଚିତ ପ୍ରତିନିଧି ମାନଙ୍କ ସମେତ ଅନ୍ୟ ବହୁ ନେତା ଓ କର୍ମୀ ମାନେ ଉପସ୍ଥିତ ଥିଲେ। ଉକ୍ତ ବୈଠକରେ ଜିଲ୍ଲା ସଭାପତି ଡକ୍ଟର ଚ୍ୟାଉ ପଟ୍ଟନାୟକ ଅଧ୍ୟକ୍ଷତା କରି ସୂଚନା ଦେଇ କହିଛନ୍ତି ଯେ, ଆମ ରାଜ୍ୟର ଗ୍ରାମାଞ୍ଚଳରେ ବସବାସ କରୁଥିବା ଜନ ସାଧାରଣଙ୍କୁ ବିଶୁଦ୍ଧ ପିଇବା ପାଣି ଯୋଗାଇ ଦେବା ପାଇଁ ବିଜୁ ଜନତା ଦଳର ସଭାପତି ତଥା ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପ୍ରତିବଦ୍ଧ । ଗଞ୍ଜାମ ଜିଲ୍ଲାରେ ୧ଟି ବୃହତ୍ତ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ୧୫୦୯ କୋଟି ୯୧ ଲକ୍ଷ ଟଙ୍କାରେ କାର୍ଯ୍ୟକାରୀ କରାଯିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି ।

ଏହି ପ୍ରକଳ୍ପ ଦ୍ବାରା ଜିଲ୍ଲାରେ ୧୨ଟି ବ୍ଲକ ଅଧୀନରେ ଥିବା ୨୨୮ଟି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ୭୭୦ଟି ଗ୍ରାମରେ ବସବାସ କରୁଥିବା ପ୍ରାୟ ୯, ୯୨, ୩୬୮ ଜନ ସାଧାରଣଙ୍କୁ ନିରାପଦ ପାନୀୟ ଜଳ ଯୋଗାଇ ଦିଆଯିବ। ଏହି କାର୍ଯ୍ୟକ୍ରମରେ ଅନ୍ୟ ମାନଙ୍କ ମଧ୍ୟରେ ବ୍ରହ୍ମପୁର ସାଂସଦ ଶ୍ରୀ ଚନ୍ଦ୍ର ଶେଖର ସାହୁ, ବ୍ରହ୍ମପୁର ବିଧାୟକ ଶ୍ରୀ ବିକ୍ରମ କୁମାର ପଣ୍ଡା, ଛତ୍ରପୁର ବିଧାୟକ ସୁବାଷ ଚନ୍ଦ୍ର ବେହେରା, କବିସୂର୍ଯ୍ୟ ନଗର ବିଧାୟିକା ଲତିକା ପ୍ରଧାନ, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ଆସ୍କା ବିଧାୟକ ମଞ୍ଜୁଳା ସ୍ବାଇଁ, ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟ, ରାଜ୍ୟ ସମ୍ପାଦକ ସୁବାସ ମହାରଣା, ଜିଲ୍ଲା ସାଧାରଣ ସମ୍ପାଦକ ମନୋଜ ମହାପାତ୍ର, ବ୍ରହ୍ମପୁର ମେୟର ଶ୍ରୀମତୀ ସଂଘମିତ୍ରା ଦଳାଇ, ଡେପୁଟି ମେୟର ବିବେକ ରେଡ୍ଡୀ, ମହିଳା ଜୋନ୍ ସଭାନେତ୍ରୀ ମମତା ବିଷୋୟୀ, ସାଧାରଣ ସମ୍ପାଦିକା ଏମ ସୁଜାତା ପାତ୍ର, ମହାନଗର ଛାତ୍ର ସଭାପତି ଶୋଭନ କୁମାର ନାୟକଙ୍କ ସମେତ ବହୁ ଦଳୀୟ ନେତା ଓ କର୍ମୀ ମାନେ ଉପସ୍ଥିତ ଥିଲେ।

ବ୍ରହ୍ମପୁର ଇପିଏ ରୁ ନରସିଂହ ଡାକୁଆ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ୍ ଏଜେନ୍ସି )

Leave A Reply

Your email address will not be published.