June 13, 2025
Home » ନୂଆପଡା ବ୍ଲକ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ନୂଆପଡା ବ୍ଲକ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

0
WhatsApp Image 2024-09-02 at 5.39.22 PM

ସମସ୍ତ ଅଭିଯୋଗର ତ୍ୱରିତ ସମାଧାନ ପ୍ରଶାସନ କରିବ – ଜିଲ୍ଲାପାଳ, ନୂଆପଡା

ନୂଆପଡା : ନୂଆପଡା ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷଠାରେ ନୂଆପଡା ଜିଲ୍ଲାପାଳ ମଧୁସୂଦନ ଦାସ ଏବଂ ଜିଲ୍ଳା ଆରକ୍ଷୀ ଅଧିକ୍ଷକ ଗୁଣ୍ଡାଲା ରେଡ୍ଡୀ ରାଘବେନ୍ଦ୍ର ଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଜିଲ୍ଲାପାଳ, ଏସ ପି ଓ ପ୍ରଶାସନ ର ବରିଷ୍ଠ ଅଧିକାରୀ ମାନେ ଯୋଗଦେଇ ଆସିଥିବା ଅଭିଯୋଗ ସବୁର ସମାଧାନ କରିଥିଲେ। ଜିଲ୍ଲାପାଳ ଙ୍କ ନିର୍ଦେଶ କ୍ରମେ ଅଭିଯୋଗକାରୀଙ୍କ ପାଇଁ ସ୍ବତନ୍ତ୍ର ସାମିୟାନା,ବସିବା ଯାଗା ଓ ପିଇବା ପାଣି ସୁବିଧା କରାଯାଇଥିଲା l ଆଜିର ମୋଟ 90 ଗୋଟି ଅଭିଯୋଗ ମଧ୍ୟରୁ 72 ଗୋଟି ବ୍ୟକ୍ତିଗତ ଅଭିଯୋଗ ଏବଂ 18 ଗୋଟି ଗୋଷ୍ଠୀଗତ ଅଭିଯୋଗ ଶୁଣାଣି ପ୍ରଶାସନ କରିଛନ୍ତି। ଏହିସବୁ ଅଭିଯୋଗ ଉପରେ ଅତିଶିଘ୍ର ସମାଧାନ କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ଆଜିର ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ସହିତ, ଡି ଏଫ ଓ ଅଜିଜ ଖାନ,ଅତିରିକ୍ତ ଜିଲାପାଳ ସୁବାଷ ଚନ୍ଦ୍ର ରଇତା , ଜିଲ୍ଲା ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପ ଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ, ସିଡିଏମଓ ଡ଼ଃ ଧରଣୀଧର ସେନାପତି, ନୂଆପଡା ବ୍ଲକ ଅଧ୍ୟକ୍ଷା ତାରେଶ୍ବରୀ ସାହୁ, ବିଡ଼ିଓ ଶରତ ଭୋଇ , ତହସିଲଦାର ନୂଆପଡା ଶୁଣାଣି ରେ ଭାଗ ନେଇଥିଲେ l ଜିଲ୍ଳା ଶ୍ରମ ଅଧିକାରୀ ରବୀନ୍ଦ୍ର ବାର୍ଲା, ଜିଲ୍ଳା ସମାଜ ମଙ୍ଗଳ ଅଧିକାରିଣୀ ସଂଗୀତା ପାତ୍ର, ଜିଲ୍ଳା ମଙ୍ଗଳ ଅଧିକାରୀ ଦିପ୍ତିମନ୍ତ ଭୋଇ, ଜିଲ୍ଳା ଯୋଗାଣ ଅଧିକାରୀ ପ୍ରଦ୍ୟୁମ୍ନ କୁମାର ରାଉତରାୟ, ଜିଲ୍ଳା ପ୍ଳାନିଙ୍ଗ ଅଧିକାରୀ ଅଙ୍କିତ ମହାକୁର, ଜିଲ୍ଳା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା ଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ, ବିଭିନ୍ନ ବିଭାଗର ଇଞ୍ଜିନିୟର, ଲାଇନ ବିଭାଗ ଓ ବ୍ଲକ ସ୍ତରୀୟ ଅଧିକାରୀ ଏବଂ କର୍ମଚାରୀ ଉପସ୍ଥିତ ଥିଲେ। ସଭାରେ ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠି ରୁ ବୃଦ୍ଧ ଶୁବେ ଶବର ଙ୍କୁ ଚିକିତ୍ସା ସହାୟତା ପାଇଁ ପାଞ୍ଚ ହଜାର ଟଙ୍କା ର ଚେକ ଜିଲ୍ଲାପାଳ ପ୍ରଦାନ କରିଥିଲେ l ଏହି ଅବସରରେ ଜିଲ୍ଲାପାଳ ପ୍ରକାଶ କରିଥିଲେଯେ ଓଡିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ତରଫରୁ ଜିଲ୍ଲାର 433 ଜଣ ପଞ୍ଜିକୃତ ନିର୍ମାଣ ଶ୍ରମିକ ମାନଂକୁ ତିନି କୋଟି ଛତିଶ ଲକ୍ଷ ଛଅ ହଜାର ଟଙ୍କାର ବିଭିନ୍ନ ସହାୟତା ରାଶି ପ୍ରଦାନ କରାଯିବ l ଏଥି ମଧ୍ୟରୁ କେତେ ଜଣଙ୍କୁ ଜିଲ୍ଲାପାଳ ଓ ଏସପି ଟୋକେନ ଚେକ ପ୍ରଦାନ କରିଥିଲେ lଭବିଷ୍ୟତରେ ଏହି ଅଭିଯୋଗ ଶୁଣାଣି ପ୍ରକ୍ରିୟା କୁ ଆହୁରି ଲୋକାଭିମୁଖୀ କରି ସମସ୍ୟା ର ଆଶୁ ସମାଧାନ କରିବା ଉପରେ ଜିଲ୍ଲାପାଳ ଗୁରୁତ୍ୱାରୋପ କରିଛନ୍ତି l

ନୂଆପଡା ଇପିଏ ରୁ ଡେନିସ ରାୟ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ ଏଜେନ୍ସି )

Leave a Reply

Your email address will not be published. Required fields are marked *