ଗୁଡାରି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

0 18

ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଗୁଡାରି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀ ସରୋଜ କୁମାର ମିଶ୍ର,ଆରକ୍ଷୀ ଅଧିକ୍ଷକ ବିବେକାନନ୍ଦ ଶର୍ମା, ପିଡ଼ି, ଡିଆର୍ଡିଏ ଶ୍ରୀ ରବିନାରାୟଣ ତ୍ରିପାଠୀ,ଉପଜିଲ୍ଲାପାଳ ଗୁଣପୁର ଶ୍ରୀ ଯେ ସୋନାଲ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ଲlଲମୋହନ ରାଉତରାୟ, , ପଂଚାୟତ ସମିତି ଅଧକ୍ଷା ,ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ପୂର୍ଣ ଚନ୍ଦ୍ର ବରିହା, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଅଶୋକ କୁମାର ଶତପଥୀ,ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ଜଳଛାୟା ମିଶନ ଶ୍ରୀ ପୂର୍ଣ ଚନ୍ଦ୍ର ଚୋୖଧୁରୀ, ନିର୍ବାହୀ ଯନ୍ତ୍ରୀ, ଜିଲ୍ଲା ଗ୍ରାମୀୟ ଜଳଯୋଗାଣ ସଂସ୍ଥା ରାୟଗଡ ଶ୍ରୀ ଚିତ୍ତରଞ୍ଜନ ଜେନା,ଅଭିଯୋଗ ଶୁଣାଣି ଅଧିକାରୀ ସୁଶ୍ରୀ ମଧୁମିତା ପlମେଲା କର, ତହସିଲଦାର ଗୁଡାରି , ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ରମେଶ ଚନ୍ଦ୍ର ନାୟକ , ବିଡିଓ ନୃସିଂହ ଚରଣ ସେଠୀ ଓ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ ।

ମୋଟ ୫୦ଟି ଅଭିଯୋଗ ଜିଲ୍ଲାପାଳଙ୍କ ନଜରକୁ ଆସିଥିଲା ସେଥି ମଧ୍ୟରୁ ୩୭ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୧୧ଗୋଟି ଗ୍ରାମବାସୀ ମାନଙ୍କର ଅଭିଯୋଗ ଥିଲା ଏବଂ ୨ଗୋଟି ରେଡ୍କ୍ରସ ନିମନ୍ତେ ଆଭିଯୋଗ କରିଥିଲେ l ରେଡ୍କ୍ରସରୁ ଜିଲ୍ଲାପାଳ ୨ଜଣକୁ ୧୦ହଜାର ଟଙ୍କା ସହାୟତା ପ୍ରଦାନ କରିଥିଲେ l ଜିଲ୍ଲାପାଳ ଶ୍ରୀ ମିଶ୍ର ଉକ୍ତ ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।

ରାୟଗଡା ଇପିଏ ରୁ ତିରୁମାଲା ପ୍ରସାଦ ପଟ୍ଟନାୟକ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ୍ ଏଜେନ୍ସି )

Leave A Reply

Your email address will not be published.