October 16, 2024
Home » ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ, ବିଭିନ୍ନ ୮୩ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ

ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ, ବିଭିନ୍ନ ୮୩ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ

0

ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବୀରେନ୍ଦ୍ର କୁମାର ନାୟକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୮୩ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୭୩ ଗୋଟି ଗ୍ରହଣ କରାଯାଇଥିବା ବେଳେ ୧୦ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି l ୩୭ ଗୋଟି ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l

ବିଡିଓ, ବିନିକା ପ୍ରମୋଦ କୁମାର ମେହେର ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ ,ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଶ୍ରୀ ଅଶ୍ୱିନୀ କୁମାର ମେହେର, ଉପଜିଲ୍ଲାପାଳ ବୀରମହାରାଜପୁର ଲଲାଟେନ୍ଦୁ ସି , ସି ଡି ଏମ ଓ ଡ଼ ଦୁର୍ଗାଦତ୍ତ ଦାସ, ଅଧିକ୍ଷଣ ଯନ୍ତ୍ରୀ ପି ଡବ୍ଲୁ ଡି ଇଂ ଦାମୋଦର କୈବର୍ତ୍ତ, ଜିଲ୍ଳା ମୁଖ୍ୟ ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ , ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ଚରଣ ମାଝୀ, ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତାନନ୍ଦ ସିଂ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ,ଜିଲ୍ଳା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ , ଜିଲ୍ଲା କ୍ରୀଡା ଅଧିକାରୀ ଚିତ୍ତରଞ୍ଜନ ମିଶ୍ର , ଜିଲ୍ଲା ଶ୍ରମ ଅଧିକାରୀ ଡିଲେଶ୍ୱର ଖାକା, ନିର୍ବାହୀ ଯନ୍ତ୍ରୀ ଟି ପି ଡବ୍ଲୁ ଓ ଡି ଏଲ ଅଶୋକ କୁମାର ମିଶ୍ର, ତହସିଲଦାର ବିନିକା ସୀତାରାମ ଭୋଇ , ନିର୍ବାହୀ ଅଧିକାରୀ ବିଜ୍ଞାପିତ ଅଞ୍ଚଳ ବିନିକା ସତ୍ୟ ନାରାୟଣ ପ୍ରଧାନ ସମେତ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ , ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l

ସୁବର୍ଣ୍ଣପୁର ଇପିଏ ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ ଏଜେନ୍ସି )

Leave a Reply

Your email address will not be published. Required fields are marked *