ଖୋରଧା ବ୍ଲକରେ ମିଳିତ ଜନ ଶୁଣାଣି ଅନୁଷ୍ଠିତ

0 17

ଖୋର୍ଦ୍ଧା : ଖୋରଧା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ପ୍ରତ୍ୟକ୍ଷ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଆଜି ମୋଟ ୯୩ ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିବା ବେଳେ ସେଥିମଧ୍ୟରୁ ସମସ୍ତ ୮୮ଟି ଅଭିଯୋଗ ବ୍ୟକ୍ତିଗତ ଥିଲା ଓ ବାକି ୫ଟି ବିଭିନ୍ନ ଗ୍ରାମର ସାମୁହିକ ସମସ୍ୟା ଥିଲା। ଉକ୍ତ ଅଭିଯୋଗ ମାନଙ୍କ ମଧ୍ୟରୁ ସ୍ଥଳବିଶେଷରେ ୫ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା ।
ଆଜିର ମିଳିତ ଜନଶୁଣାଣି ଅବସରରେ ଜିଲ୍ଲାପାଳ ଶ୍ରୀ କେ. ସୁଦର୍ଶନ ଚକ୍ରବର୍ତ୍ତୀ, ଆରକ୍ଷୀ ଅଧିକ୍ଷକ ଶ୍ରୀ ସିଦ୍ଧାର୍ଥ କଟାରିଆ,ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମନୋଜ କୁମାର ପାଢୀ, ବିଡିଓ ଶ୍ରୀମତୀ କ୍ଷିରାବ୍ଧି ତନୟା ସାହୁ, ତହସିଲଦାର ଶ୍ରୀ ଇପସିତ ସାହୁ, ସାଧାରଣ ଅଭିଯୋଗ ଡେପୁଟି କଲେକ୍ଟର ଶ୍ରୀମତୀ ସୁଚେତା ମହାପାତ୍ର ଓ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

ଖୋର୍ଦ୍ଧା ଇପିଏ ରୁ ମନୋଜ କୁମାର ସାହୁ ଙ୍କ ରିପୋର୍ଟ୍
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ୍ ଏଜେନ୍ସି )

Leave A Reply

Your email address will not be published.