February 23, 2026
Home » ଖେଳ » Page 28

ଖେଳ

ପାରା ଉଡ଼ାଣ ପ୍ରତିଯୋଗିତା

ବ୍ରହ୍ମପୁର , ଖାଜା ସାହିସ୍ଥିତ କମ୍ୟୁନିଟି ହଲ୍ ପରିସରରେ ରବିବାର ଗଞ୍ଜାମ ପିଜନ୍ ଏସୋସିଏସନ୍ ତରଫରୁ ଗ୍ରୀଷ୍ମକାଳୀନ ପାରା ଉଡ଼ାଣ ପ୍ରତିଯୋଗିତା ର ପୁରସ୍କାର ବିତରଣ ଉତ୍ସବ...

ଜିଲ୍ଲା ସ୍ତରୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା ଉଦଯାପିତ

କଳାହାଣ୍ଡି ବ୍ୟାଡ଼ମିଣ୍ଟନ ଏସୋସିଏସନ ଆନୁକୂଲ୍ୟରେ ଜିଲ୍ଲା ପ୍ରଶାସନ ର ସହଯୋଗରେ ସ୍ଥାନୀୟ ବିଜୁ ପଟ୍ଟନାୟକ ଇଣ୍ଡୋର ଷ୍ଟାଡିୟମ ଠାରେ ପଞ୍ଚମ କଳାହାଣ୍ଡି ଜିଲ୍ଲା ବ୍ୟାଡମିଣ୍ଟନ ପ୍ରତିଯୋଗିତା ଉଦଯାପିତ...

ପ୍ୟାରିସ ଅଲିମ୍ପିକ୍ସ 2024ରେ ଭାରତ ଦ୍ବିତୀୟ ପଦକ ଜିତିଛି

ପ୍ୟାରିସ ଅଲିମ୍ପିକ୍ସ 2024ରେ ଭାରତ ଦ୍ବିତୀୟ ପଦକ ଜିତିଛି । 10 ମିଟର ଏୟାର ପିସ୍ତଲ ଯୁଗଳ ବର୍ଗ ଇଭେଣ୍ଟରେ ଭାରତର ଷ୍ଟାର ଶୁଟର ମନୁ ଭାକର...

ସନ୍ତରଣ ରେ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ ର ଛାତ୍ର ସ୍ଵପ୍ନଜିତ୍ ଙ୍କ ଉଭୟ ସ୍ବର୍ଣ୍ଣ ଓ ରୌପ୍ୟ ପଦକ ହାସଲ

l ସୁବର୍ଣ୍ଣପୁର -- ଗତକାଲି ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମ୍ ପରିସରରେ ପିଏମ୍ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ ରେଜିଓନାଲ ସ୍ପୋର୍ଟସ ମିଟ ଅବସରରେ ସନ୍ତରଣ ପ୍ରତିଯୋଗିତା ଅନୁଷ୍ଠିତ...

You may have missed

ମିଶନ ଶକ୍ତି ବିଭାଗର ସମୀକ୍ଷା ବୈଠକ : ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ଉଦ୍ୟୋଗି ଭାବେ ଗଢ଼ି ତୋଳିବାକୁ ପ୍ରାଥମିକତା ଭୁବନେଶ୍ୱର, ୨୨.୦୨.୨୦୨୬ : ଭୁବନେଶ୍ୱରସ୍ଥିତ ମିଶନ ଶକ୍ତି ଭବନଠାରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କ ଅଧ୍ୟକ୍ଷତାରେ ମିଶନ ଶକ୍ତି ବିଭାଗ ଏବଂ ଓଡ଼ିଶା ଜୀବିକା ମିଶନର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ବିଭାଗର ସମସ୍ତ ଶାଖାର କାର୍ଯ୍ୟକଳାପ ଓ ଜିଲ୍ଲାଭିତ୍ତିକ ପ୍ରଗତି ଉପରେ ସମୀକ୍ଷା କରାଯାଇଛି । ମାନ୍ୟବର ଉପମୁଖ୍ୟମନ୍ତ୍ରୀ ପ୍ରତ୍ୟେକ ଜିଲ୍ଲାର କାର୍ଯ୍ୟକଳାପ ଉପରେ ସମୀକ୍ଷା କରିଛନ୍ତି। ଚଳିତ ଆର୍ଥିକ ବର୍ଷର ସଫଳତା, ବିଭିନ୍ନ ଯୋଜନାର ପ୍ରଗତି, ବ୍ଯାଙ୍କ ଋଣ, ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ସୁଧ ଫେରସ୍ତ, ମହିଳାମାନଙ୍କୁ ଉଦ୍ୟୋଗପତି ଭାବେ ଗଢି ସେମାନଙ୍କ ଆୟବୃଦ୍ଧି କରିବା ସମ୍ପର୍କିତ ପଦକ୍ଷେପଗୁଡ଼ିକୁ ସେ ପର୍ଯ୍ୟବେକ୍ଷଣ କରିଛନ୍ତି । ଜିଲ୍ଲା ସ୍ତରୀୟ କର୍ମକର୍ତ୍ତା ମାନଙ୍କୁ ସମ୍ବୋଧିତ କରି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ମିଶନ ଶକ୍ତି ବିଭାଗ ମାଧ୍ୟମରେ ଓଡ଼ିଶାର ଲକ୍ଷାଧିକ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସହିତ ଯୋଡ଼ି ଆର୍ଥିକ, ସାମାଜିକ ଓ ଡିଜିଟାଲ ଭାବେ ସଶକ୍ତ ହୋଇପାରିଛନ୍ତି । ଏହି ବିଭାଗ ମହିଳାମାନଙ୍କୁ କେବଳ ଆତ୍ମନିର୍ଭର କରିବାରେ ସୀମିତ ରହିନାହିଁ, ସେମାନଙ୍କୁ ସଫଳ ଉଦ୍ୟୋଗୀ ଓ ସମାଜର ଅଗ୍ରଗାମୀ ନେତୃତ୍ୱ ଭାବେ ଗଢ଼ି ତୋଳିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଅଛି । ମିଶନ ଶକ୍ତି ଆଜି ମହିଳା ସଶକ୍ତିକରଣର ଏକ ଶକ୍ତିଶାଳୀ ଆନ୍ଦୋଳନରେ ପରିଣତ ହୋଇଛି, ଯାହା ମହିଳାମାନଙ୍କ ଜୀବନମାନ ଉନ୍ନତି ସହିତ ରାଜ୍ୟର ଆର୍ଥିକ ଉନ୍ନତିରେ ମଧ୍ୟ ମୂଲ୍ୟବାନ ଅବଦାନ ରଖୁଛି। ମହିଳାମାନଙ୍କୁ ଉଦ୍ୟୋଗୀ ଭାବେ ଗଢି ଅଧିକରୁ ଅଧିକ ‘ଲକ୍ଷପତି ଦିଦି’ ଏବଂ ‘ମହାଲକ୍ଷପତି ଦିଦି’ ପରିଣତ କରିବା ସରକାରଙ୍କ ପ୍ରାଥମିକ ଲକ୍ଷ୍ୟ ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ମତ ରଖିଛନ୍ତି । ଏଥି ପାଇଁ ଆସନ୍ତା ଆର୍ଥିକ ବର୍ଷରେ ବଜାର ସଂଯୋଗ, ଦକ୍ଷତା ବୃଦ୍ଧି, ପ୍ରଶିକ୍ଷଣ, ଆର୍ଥିକ ସହାୟତା ଓ ଡିଜିଟାଲ ସଶକ୍ତିକରଣ ଉପରେ ବିଶେଷ ଗୁରୁତ୍ୱ ଦିଆଯିବ । ଏହି ପଦକ୍ଷେପଗୁଡ଼ିକ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାମାନଙ୍କୁ ସ୍ଥାୟୀ ଜୀବିକା ଓ ସୁଦୃଢ଼ ଆର୍ଥିକ ସ୍ଥିତି ପ୍ରଦାନ କରିବ । ବୈଠକରେ ଚଳିତ ଆର୍ଥିକ ବର୍ଷର ଲକ୍ଷ୍ୟ ପୂରଣ ସହ ଆସନ୍ତା ଆର୍ଥିକ ବର୍ଷ ପାଇଁ ନିର୍ଦ୍ଧାରିତ ପ୍ରଥମିକତା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା, ଯାହା ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ଆର୍ଥିକ ଭାବେ ଆହୁରି ସଶକ୍ତ କରିବା ସହିତ ଉଦ୍ୟୋଗୀ ଭାବେ ପ୍ରତିଷ୍ଠିତ କରିବ । ଏହି ସମୀକ୍ଷା ବୈଠକରେ ମିଶନ ଶକ୍ତି ବିଭାଗର କମିଶନର-ତଥା-ସଚିବ ସୁଶ୍ରୀ ମାନସୀ ନିମ୍ବାଲ, ନିର୍ଦ୍ଦେଶିକା ଡ଼. ମୋନିକା ପ୍ରିୟଦର୍ଶିନୀଙ୍କ ସମେତ ମିଶନ ଶକ୍ତି ବିଭାଗ ଏବଂ ଓଡ଼ିଶା ଜୀବିକା ମିଶନର ବରିଷ୍ଠ ଅଧିକାରୀ ଏବଂ ସମସ୍ତ ଜିଲ୍ଲାର ଅଧିକାରୀମାନେ ଉପସ୍ଥିତ ଥିଲେ । ମହିଳା ସଶକ୍ତିକରଣ, ମହିଳା ନେତୃତ୍ୱାଧୀନ ବିକାଶ ଏବଂ ମହିଳାମାନଙ୍କୁ ଆର୍ଥିକ ଭାବେ ସ୍ୱାବଳମ୍ବୀ କରିବା ଦିଗରେ ମିଶନ ଶକ୍ତି ବିଭାଗର ଏହି ସମୀକ୍ଷା ବୈଠକ ଏକ ଦୃଢ଼ ପଦକ୍ଷେପ ବୋଲି ଆଶା କରାଯାଇଛି ।