ଭୁବନେଶ୍ୱରରେ ଇ-ବସ ଓ ଇ-ରିକ୍ସା ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

0 18

ପ୍ରଥମ ପର୍ଯ୍ୟାୟରେ ୧୦ଟି ଇ -ବସ ଓ ୫୦ ଟି ଇ -ରିକ୍ସା ଗଡିଲା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର airport ଛକ ଠାରେ ଇ-ବସ ଓ ଇ-ରିକ୍ସା ଚଳାଚଳର ଶୁଭାରମ୍ଭ କରିଛନ୍ତି। ଗାଡି ଗୁଡ଼ିକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହା ଦ୍ବାରା ସହରରେ ବାୟୁ ପ୍ରଦୂଷଣ କମ୍ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ ପଦକ୍ଷେପ ଆରମ୍ଭ କରାଯାଇଛି।


ପ୍ରଥମ ପର୍ଯ୍ୟାୟରେ ୧୦ଟି ଇ-ବସ ଓ ୫୦ ଟି ଇ-ରିକ୍ସା ଚଳାଚଳ ବ୍ୟବସ୍ଥା ଆରମ୍ଭ ହୋଇଛି। ଆଗାମୀ ଦିନରେ ୫୦ ଟି ଇ ବସ ଚଳାଚଳ କରାଯିବାର ଲକ୍ଷ୍ୟ ରଖା ଯାଇଛି। ଲିଙ୍ଗ ସମାନତା ଉପରେ ଗୁରୁତ୍ବ ଦିଆଯାଇ ପ୍ରତ୍ୟେକ CRUT ପକ୍ଷରୁ guide ଭାବରେ ୫୦ ପ୍ରତିଶତ ମହିଳାଙ୍କୁ ନିଯୁକ୍ତ କରାଯାଇଛି। ଅନ୍ୟାନ୍ୟ କାର୍ଯ୍ୟ ପାଇଁ ମଧ୍ୟ ମହିଳାଙ୍କ ନିଯୁକ୍ତି ଉପରେ ଗୁରୁତ୍ବ ଦିଆଯାଇଛି । ପ୍ରତ୍ୟେକ ବସରେ ୩୦ ଟି ଆସନ ରହିଥିବା ବେଳେ ମହିଳା ମାନଙ୍କ ପାଇଁ ସଂରକ୍ଷିତ ଆସନ ଗୁଡ଼ିକୁ ଗୋଲାପି ରଙ୍ଗରେ ଚିହ୍ନିତ କରାଯାଇଛି। ସୂଚନା ଯୋଗ୍ୟ ଯେ CRUT ପକ୍ଷରୁ ବର୍ତ୍ତମାନ ୨୫୫ ଟି Diesel ବସ ଚଳାଚଳ କରୁଛି।

ଭୁବନେଶ୍ୱର ଇପିଏ ରୁ ବିରୁ ସାହୁ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ୍ ଏଜେନ୍ସି )

Leave A Reply

Your email address will not be published.