February 23, 2026
Home » ମାୟାବର୍ହା ସ୍କୁଲ ତରଫରୁ ବଳରାମ ଓ ସିତୁ ଙ୍କୁ ସମ୍ବର୍ଦ୍ଧନା

ମାୟାବର୍ହା ସ୍କୁଲ ତରଫରୁ ବଳରାମ ଓ ସିତୁ ଙ୍କୁ ସମ୍ବର୍ଦ୍ଧନା

0
WhatsApp Image 2024-09-07 at 2.43.16 PM

ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପାଂଚାୟତ ହାଇସ୍କୁଲ ମାୟାବର୍ହା ପ୍ରାଙ୍ଗଣରେ ପ୍ରଧାନଶିକ୍ଷକ ରବିଚନ୍ଦ୍ର ପଶାୟତଙ୍କ ଅଧ୍ୟକ୍ଷତାରେ ୨୦୨୪ ରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରାପ୍ତ କରିଥିବା ମ୍ୟାଟ୍ରିକ ବିଦ୍ୟାର୍ଥୀଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି । ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ବଲାଙ୍ଗୀର ସାଂସଦ ସଙ୍ଗିତା କୁମାରୀ ସିଂଦେଓ, ସମ୍ମାନୀତ ଅତିଥି ଜିଲ୍ଲାପାଳ ଅନ୍ୟା ଦାଶ, ଆବାହକ ଜିଲ୍ଲା ଶିକ୍ଷାଧିକାରୀ ଲକ୍ଷ୍ମଣ ଭୋଇ ଜିଲ୍ଲା ର ମେଧାବୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରିଛନ୍ତି । ଏହିକ୍ରମରେ ମାୟାବର୍ହା ହାଇସ୍କୁଲର ଛାତ୍ର ବଳରାମ ବିଶ୍ୱାଳ ଙ୍କୁ ଭାଷାବୃତ୍ତି ଓଏକାଡେମିକ ପୁରସ୍କାର ଏବଂ ସିତୁ ସାହୁଙ୍କୁ ଏକାଡେମିକ ପୁରସ୍କାର ପ୍ରଦାନକରାଯାଇଛି । ଏଣୁ ଏହି ବିଦ୍ୟାର୍ଥୀ ଦ୍ୱୟଙ୍କୁ ମାୟାବର୍ହା ହାଇସ୍କୁଲ ତରଫରୁ ଆଜି ଶନିବାର ଗଣେଶ ପୂଜା ଅବସରରେ ଫୁଲତୋଡା, ଉପଢୌକନ, ଟ୍ରଫି ଦେଇ ସମ୍ବର୍ଦ୍ଧିତ କରାଯାଇଛି । ବରିଷ୍ଠ ଶିିକ୍ଷକ ଦିନବନ୍ଧୁ ପ୍ରଧାନ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ । ବଳରାମ ଓ ସିତୁ ଉଭୟେ ମାୟାବର୍ହା ହାଇସ୍କୁଲରେ ପାଠ ପଢିଥିବାରୁ ନିଜକୁ ଗୌରବାନ୍ୱୀତ ଅନୁଭବ କରିଛନ୍ତି । ଉକ୍ତ ୫ଟି ସ୍କୁଲରେ ଶିକ୍ଷା ଆହରଣର ବିଭିନ୍ନ ଉପାଦାନ ଯୋଗାଇ ଦିଆଯାଇଛି ତେଣୁ ସେମାନଙ୍କ ଆବେଗିକ, ବୈଷୟୀକ, ଡିଜିଟାଲ ସ୍ତରୀୟ ଜ୍ଞାନ ର ପରିସୀମା ବୃଦ୍ଧି ହୋଇପାରିଥିଲା ଏବଂ ଶିକ୍ଷକଙ୍କ ଦ୍ୱାରା ଲାଇଫ୍‌ସ୍କୁିଲ ସଂପର୍କିତ ବିଭିନ୍ନ କୌଶଳର ସେମାନଙ୍କୁ ଆକୃଷ୍ଟ କରିଥାଏ ବୋଲି ମତବ୍ୟକ୍ତ କରିଛନ୍ତି । ସ୍କୁଲ ତରଫରୁ ସମ୍ବର୍ଦ୍ଧିତ ହୋଇଥିବା ଯୋଗୁଁ ବିଦ୍ୟାଳୟର ପ୍ରଧାନଶିକ୍ଷକ ରବିଚନ୍ଦ୍ର ପଶାୟତଙ୍କ ସମେତ ସମସ୍ତ ଶିକ୍ଷକଙ୍କୁ କୃତଜ୍ଞତା ଜଣାଇଥିଲେ । ଉକ୍ତ କାର୍ଯ୍ୟକ୍ରମରେ ସମସ୍ତ ଶିକ୍ଷକ, ଛାତ୍ରଛାତ୍ରୀ ଉପସ୍ଥିତ ରହି ସହଯୋଗ କରିଥିଲେ । ଶେଷରେ ଆଲୁମିନି କିରଣ କୁମାର ପୁଟେଲ ଧନ୍ୟବାଦ ଅର୍ପଣ କରିଥିଲେ ।

ସୁବର୍ଣ୍ଣପୁର ଇପିଏ ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ ଏଜେନ୍ସି )

Leave a Reply

Your email address will not be published. Required fields are marked *

You may have missed

ମିଶନ ଶକ୍ତି ବିଭାଗର ସମୀକ୍ଷା ବୈଠକ : ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ଉଦ୍ୟୋଗି ଭାବେ ଗଢ଼ି ତୋଳିବାକୁ ପ୍ରାଥମିକତା ଭୁବନେଶ୍ୱର, ୨୨.୦୨.୨୦୨୬ : ଭୁବନେଶ୍ୱରସ୍ଥିତ ମିଶନ ଶକ୍ତି ଭବନଠାରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କ ଅଧ୍ୟକ୍ଷତାରେ ମିଶନ ଶକ୍ତି ବିଭାଗ ଏବଂ ଓଡ଼ିଶା ଜୀବିକା ମିଶନର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ବିଭାଗର ସମସ୍ତ ଶାଖାର କାର୍ଯ୍ୟକଳାପ ଓ ଜିଲ୍ଲାଭିତ୍ତିକ ପ୍ରଗତି ଉପରେ ସମୀକ୍ଷା କରାଯାଇଛି । ମାନ୍ୟବର ଉପମୁଖ୍ୟମନ୍ତ୍ରୀ ପ୍ରତ୍ୟେକ ଜିଲ୍ଲାର କାର୍ଯ୍ୟକଳାପ ଉପରେ ସମୀକ୍ଷା କରିଛନ୍ତି। ଚଳିତ ଆର୍ଥିକ ବର୍ଷର ସଫଳତା, ବିଭିନ୍ନ ଯୋଜନାର ପ୍ରଗତି, ବ୍ଯାଙ୍କ ଋଣ, ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ସୁଧ ଫେରସ୍ତ, ମହିଳାମାନଙ୍କୁ ଉଦ୍ୟୋଗପତି ଭାବେ ଗଢି ସେମାନଙ୍କ ଆୟବୃଦ୍ଧି କରିବା ସମ୍ପର୍କିତ ପଦକ୍ଷେପଗୁଡ଼ିକୁ ସେ ପର୍ଯ୍ୟବେକ୍ଷଣ କରିଛନ୍ତି । ଜିଲ୍ଲା ସ୍ତରୀୟ କର୍ମକର୍ତ୍ତା ମାନଙ୍କୁ ସମ୍ବୋଧିତ କରି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ମିଶନ ଶକ୍ତି ବିଭାଗ ମାଧ୍ୟମରେ ଓଡ଼ିଶାର ଲକ୍ଷାଧିକ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସହିତ ଯୋଡ଼ି ଆର୍ଥିକ, ସାମାଜିକ ଓ ଡିଜିଟାଲ ଭାବେ ସଶକ୍ତ ହୋଇପାରିଛନ୍ତି । ଏହି ବିଭାଗ ମହିଳାମାନଙ୍କୁ କେବଳ ଆତ୍ମନିର୍ଭର କରିବାରେ ସୀମିତ ରହିନାହିଁ, ସେମାନଙ୍କୁ ସଫଳ ଉଦ୍ୟୋଗୀ ଓ ସମାଜର ଅଗ୍ରଗାମୀ ନେତୃତ୍ୱ ଭାବେ ଗଢ଼ି ତୋଳିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଅଛି । ମିଶନ ଶକ୍ତି ଆଜି ମହିଳା ସଶକ୍ତିକରଣର ଏକ ଶକ୍ତିଶାଳୀ ଆନ୍ଦୋଳନରେ ପରିଣତ ହୋଇଛି, ଯାହା ମହିଳାମାନଙ୍କ ଜୀବନମାନ ଉନ୍ନତି ସହିତ ରାଜ୍ୟର ଆର୍ଥିକ ଉନ୍ନତିରେ ମଧ୍ୟ ମୂଲ୍ୟବାନ ଅବଦାନ ରଖୁଛି। ମହିଳାମାନଙ୍କୁ ଉଦ୍ୟୋଗୀ ଭାବେ ଗଢି ଅଧିକରୁ ଅଧିକ ‘ଲକ୍ଷପତି ଦିଦି’ ଏବଂ ‘ମହାଲକ୍ଷପତି ଦିଦି’ ପରିଣତ କରିବା ସରକାରଙ୍କ ପ୍ରାଥମିକ ଲକ୍ଷ୍ୟ ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ମତ ରଖିଛନ୍ତି । ଏଥି ପାଇଁ ଆସନ୍ତା ଆର୍ଥିକ ବର୍ଷରେ ବଜାର ସଂଯୋଗ, ଦକ୍ଷତା ବୃଦ୍ଧି, ପ୍ରଶିକ୍ଷଣ, ଆର୍ଥିକ ସହାୟତା ଓ ଡିଜିଟାଲ ସଶକ୍ତିକରଣ ଉପରେ ବିଶେଷ ଗୁରୁତ୍ୱ ଦିଆଯିବ । ଏହି ପଦକ୍ଷେପଗୁଡ଼ିକ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାମାନଙ୍କୁ ସ୍ଥାୟୀ ଜୀବିକା ଓ ସୁଦୃଢ଼ ଆର୍ଥିକ ସ୍ଥିତି ପ୍ରଦାନ କରିବ । ବୈଠକରେ ଚଳିତ ଆର୍ଥିକ ବର୍ଷର ଲକ୍ଷ୍ୟ ପୂରଣ ସହ ଆସନ୍ତା ଆର୍ଥିକ ବର୍ଷ ପାଇଁ ନିର୍ଦ୍ଧାରିତ ପ୍ରଥମିକତା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା, ଯାହା ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ଆର୍ଥିକ ଭାବେ ଆହୁରି ସଶକ୍ତ କରିବା ସହିତ ଉଦ୍ୟୋଗୀ ଭାବେ ପ୍ରତିଷ୍ଠିତ କରିବ । ଏହି ସମୀକ୍ଷା ବୈଠକରେ ମିଶନ ଶକ୍ତି ବିଭାଗର କମିଶନର-ତଥା-ସଚିବ ସୁଶ୍ରୀ ମାନସୀ ନିମ୍ବାଲ, ନିର୍ଦ୍ଦେଶିକା ଡ଼. ମୋନିକା ପ୍ରିୟଦର୍ଶିନୀଙ୍କ ସମେତ ମିଶନ ଶକ୍ତି ବିଭାଗ ଏବଂ ଓଡ଼ିଶା ଜୀବିକା ମିଶନର ବରିଷ୍ଠ ଅଧିକାରୀ ଏବଂ ସମସ୍ତ ଜିଲ୍ଲାର ଅଧିକାରୀମାନେ ଉପସ୍ଥିତ ଥିଲେ । ମହିଳା ସଶକ୍ତିକରଣ, ମହିଳା ନେତୃତ୍ୱାଧୀନ ବିକାଶ ଏବଂ ମହିଳାମାନଙ୍କୁ ଆର୍ଥିକ ଭାବେ ସ୍ୱାବଳମ୍ବୀ କରିବା ଦିଗରେ ମିଶନ ଶକ୍ତି ବିଭାଗର ଏହି ସମୀକ୍ଷା ବୈଠକ ଏକ ଦୃଢ଼ ପଦକ୍ଷେପ ବୋଲି ଆଶା କରାଯାଇଛି ।