ସୁବର୍ଣ୍ଣପୁର: ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବିନିକା ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୩୭ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୩୪ ଗୋଟି, ସାମୁହିକ ଦରଖାସ୍ତ 0୩ ଗୋଟି ରହିଥିବା ସୂଚନା ପ୍ରଦାନ କରାଯାଇଛି l ତନ୍ମଧ୍ୟରୁ 0୩ ଗୋଟି ଅଭିଯୋଗ ର ତୁରନ୍ତ ସମାଧାନ ହୋଇଥିବା ବେଳେ ଗ୍ରହଣ କରାଯାଇଥିବା ଅନ୍ୟ ସମସ୍ତ ଅଭିଯୋଗ ଦରଖାସ୍ତ କୁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କ ଦ୍ୱାରା ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ନିମନ୍ତେ ପ୍ରେରଣ କରାଯାଇଛି l ଗୋଷ୍ଠୀ ଉନ୍ନୟନ ଅଧିକାରୀ,ବିନିକା ବ୍ୟାସଦେବ ବେହେରା ଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ଜିଲ୍ଲା ଉନ୍ନୟନ ତଥା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ- ଶ୍ରୀ ନିହାର ରଞ୍ଜନ କଁହର , ଉପ-ଜିଲ୍ଲାପାଳ ସୋନପୁର ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ଦିପ୍ତୀରେଖା ନନ୍ଦ, ତହସିଲଦାର ବିନିକା- ମୁକ୍ତେଶ୍ଵର ପାଣିଗ୍ରାହୀ, ଜିଲ୍ଳା ସ୍ତରୀୟ ଅଧିକାରୀ, ବ୍ଲକ ସ୍ତରୀୟ କର୍ମଚାରୀ, ପ୍ରମୁଖ ଯୋଗଦାନ କରିଥିଲେ l
ସୁବର୍ଣ୍ଣପୁର ଇପିଏ ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ୍ ଏଜେନ୍ସି )