July 27, 2025
Home » ମାନ୍ୟବର ଉପମୁଖ୍ୟମନ୍ତ୍ରୀଙ୍କ ମାତା ଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ

ମାନ୍ୟବର ଉପମୁଖ୍ୟମନ୍ତ୍ରୀଙ୍କ ମାତା ଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ

0
WhatsApp Image 2025-01-16 at 3.26.45 PM (1)

ଭୁବନେଶ୍ୱର : ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡାଙ୍କ ପୂଜ୍ୟା ମାତା ଶ୍ରୀମତୀ ଲୋଭାବତୀ ପରିଡାଙ୍କ ଆଜି ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୯ବର୍ଷ ବୟସ ହୋଇଥିଲା । ସ୍ୱର୍ଗତାଃ ପରିଡା ଜଣେ ଧର୍ମପରାୟଣ ମହିଳା ଥିଲେ । ତାଙ୍କ ବିୟୋଗରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଗଭୀର ଶୋକ ପ୍ରକାଶ କରିଛନ୍ତି ।
ସ୍ୱର୍ଗତାଃ ଲୋଭାବତୀ ପରିଡାଙ୍କ ଦିବଂଗତ ଆତ୍ମାର ସଦ୍‌ଗତି କାମନା କରିବା ସହିତ ତାଙ୍କର ଶୋକସନ୍ତପ୍ତ ପରିବାରବର୍ଗ ଓ ବନ୍ଧୁଜନଙ୍କୁ ସମବେଦନା ଜଣାଇ ଅସୀମ ଧର୍ଯ୍ୟ ପ୍ରଦାନ କରିବାକୁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ରାଜ୍ୟ ସଭାପତି ଶ୍ରୀ ସାମଲ ପ୍ରାର୍ଥନା କରିଛନ୍ତି ।

Leave a Reply

Your email address will not be published. Required fields are marked *