ଆଜି ଚିତାଲାଗି ଅମାବାସ୍ୟା

0 6

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଲାଗି ହେବ ହୀରା ଖଚିତ ଚିତା। ପତିମହାପାତ୍ର ସେବାୟତ ସଂସ୍କାର କରିବା ପରେ ତିନି ଵାଡର ବାଡ଼ଗ୍ରାହୀ, ଓ ଦଇତାପତି ସେବାୟତ ମାନେ ମହାପ୍ରଭୁଙ୍କୁ ଏହି ଚିତା ଲାଗି କରିବେ। ଶ୍ରୀଜଗନ୍ନାଥଙ୍କୁ ସୁଭ୍ର ହୀରା ଖଚିତ ରତ୍ନଚିତା, ଶ୍ରୀବଳଭଦ୍ରଙ୍କୁ ନୀଳା ଓ ଦେବୀ ସୁଭଦ୍ରାଙ୍କୁ ପାନା ହୀରା ଖଚିତ ରତ୍ନ ଚିତା ଲାଗି କରାଯିବ। ଚିତାଲାଗି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ। ତେବେ ଗତ ସ୍ନାନପୂର୍ଣମୀ ଦିନ ମହାପ୍ରଭୁ ଅତ୍ୟଧିକ ସ୍ନାନ କରି ଜ୍ୱର ରୋଗରେ ପୀଡିତ ହୋଇ ଅଣସର ଘରେ ଥିଲେ। ସେହି ସମୟରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରୁ ଏହି ଚିତା ଗୁଡିକୁ କାଢି ନିଆ ଯାଇଥିଲା। ରଥଯାତ୍ରା ସମୟରେ ମହାପ୍ରଭୁଙ୍କୁ ସୋଲ ଚିତା ଲାଗି କରାଯାଇଥିଲା। ଆଜି ସୋଲ ଚିତାକୁ କଢ଼ାଯାଇ ହୀରା ଖଚିତ ଚିତା ଲାଗି କରାଯାଏ। ଶ୍ରୀମନ୍ଦିରରେ ପ୍ରଥମ ଭୋଗମଣ୍ଡପ ନୀତି ସରିବା ପରେ ଏହି ବିଶେଷ ନୀତି ଅନୁଷ୍ଠିତ ହେବ।

ପୁରୀ ଇପିଏ ରୁ ସୌଭାଗ୍ୟ ପଟ୍ଟନାୟକ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ୍ ଏଜେନ୍ସି )

Leave A Reply

Your email address will not be published.