May 27, 2026
Home » ଅଗଷ୍ଟ ୧୬ ରୁ ଜିଲ୍ଲାବ୍ୟାପୀ ଡିଜିଟାଲ ଫସଲ ସର୍ବେକ୍ଷଣ

ଅଗଷ୍ଟ ୧୬ ରୁ ଜିଲ୍ଲାବ୍ୟାପୀ ଡିଜିଟାଲ ଫସଲ ସର୍ବେକ୍ଷଣ

0
WhatsApp Image 2024-08-14 at 11.06.08 AM

ରାୟଗଡ ଜିଲ୍ଲାପାଳଙ୍କ ଚିନ୍ତନ କକ୍ଷରେ ଜିଲ୍ଲାପାଳ ଶ୍ରୀମତୀ ପାରୁଲ୍ ପଟୱରି ତା ୧୩/୦୮/୨୪ ରିଖ ଡିସିଏସ୍ ସମ୍ବନ୍ଧରେ ଏକ ସମୀକ୍ଷା ନେଇ ବୈଠକ ରଖିଥିଲେ । ଏଥିରେ ରାୟାଗଡା ଜିଲ୍ଲାର ସମସ୍ତ ଗାଁର ପ୍ଲଟ୍ ଜ୍ଞାନୀ ଫସଲ କଭରେଜ୍ ସଂଗ୍ରହ ପାଇଁ ଡିଜିଟାଲ୍ କ୍ରପ୍ ସର୍ଭେ ନେଇ ଆଲୋଚନା କରାଯାଇଥିଲା । ଡିଜିଟାଲ କ୍ରପ ସର୍ଭେ ଯୋଜନା ର ପ୍ରଗତିର ସମୀକ୍ଷା କରିବା ସହ ଅତିରିକ୍ତ ସର୍ଭେଖ୍ୟାନକରୀଙ୍କ ଚିହ୍ନଟ ସହ ଜନ ପ୍ରତିନିଧିଙ୍କ ସହାୟତା ନେବାପାଇଁ ସୁପାରିଶ କରିଥିଲେ । ଅଗଷ୍ଟ ୧୬ ରୁ ସେପ୍ଟେମ୍ବର ୧୫ ତାରିଖ ଭିତରେ ଏହି କାର୍ଯ୍ୟ ସାରିବାକୁ ସରକାରୀ ନିର୍ଦ୍ଦେଶ ରହିଛି ବୋଲି ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଜଣାଇଲେ ଏବଂ ରାଜସ୍ବ ବିଭାଗ ର ସାହାଯ୍ୟ ଆଶା କରିବା ସହ ସମସ୍ତ ଜନ ପ୍ରତିନିଧି ମାନଙ୍କୁ ସର୍ବେକ୍ଷଣ କାମ ରେ ସହଯୋଗ କରିବା ପାଇଁ ଆହ୍ବାନ ଦେଇଛନ୍ତି ।
ଚଳିତ ବର୍ଷ ଖରିଫ ୨୦୨୪ ରେ ରାୟଗଡ଼ା ଜିଲ୍ଲା ର ୧୮୨ ପଞ୍ଚାୟତ ରେ ଡିଜିଟାଲ ଫସଲ ସର୍ବେକ୍ଷଣ ହେବ । ଏଥିରେ ୫୯୭୨୫୮ ପ୍ଲଟ ଅନ୍ତର୍ଭୁକ୍ତ ହୋଇଛି । ପୂର୍ବତନ ଜିଲ୍ଲାପାଳ ଶ୍ରୀ ମନୋଜ ସତ୍ୟଭାନ ମହାଜନଙ୍କ ଅଧ୍ୟକ୍ଷତାରେ ୦୭/୦୮/୨୪ ତାରିଖରେ ଜିଲ୍ଲା ସ୍ତରୀୟ ତାଲିମ ଆୟୋଜନ କରାଯାଇଥିଲା ।ଜିଲ୍ଲାର ୩ କୃଷି ଜିଲ୍ଲା ଅଧୀନ ୧୧ ବ୍ଲକର ଡିଜିଟାଲ ଫସଲ ସର୍ବେକ୍ଷଣ କାର୍ଯକ୍ରମ ସମ୍ପାଦନ ପାଇଁ ନିଯୁକ୍ତ ସମସ୍ତ ବ୍ଲକ ମାଷ୍ଟର ଟ୍ରେନର ମାନଙ୍କୁ ତାଲିମ ଦିଆଯାଇଥିଲା। ଏହି ଜିଲ୍ଲା ସ୍ତରୀୟ ତାଲିମ ଶିବିରରେ ସମସ୍ତ ବିଡିଓ, ସମସ୍ତ ତହସିଲଦାର, ସମସ୍ତ କୃଷି ଅଧିକାରୀ ଏବଂ ଜିଲ୍ଲା ସ୍ତରୀୟ ଅଧିକାରୀ ଅଂଶଗ୍ରହଣ କରିଥିଲେ।

ଜିଲ୍ଲା ସ୍ତରୀୟ ତାଲିମ ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଶ୍ରୀ ସୁମନସିଂ ପଟ୍ଟନାୟକ ଙ୍କ ତତ୍ତ୍ଵାବଧାନରେ କରାଯାଇଥିଲା । ଏଥିରେ ରାୟଗଡ଼ା ର ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର ଏବଂ ବ୍ଲକ ମାଷ୍ଟର ଟ୍ରେନର ମାନେ ଉପସ୍ଥିତ ଥିଲେ ।ଯୋଜନା ଅଧିକାରୀ ଶ୍ରୀସୁଜିତ୍ କୁମାର ପାଢ଼ୀ ଯୋଜନା ର ସମ୍ୟକ୍ ଧାରଣ ଦେଇଥିଲେ । କାର୍ଯ୍ୟକ୍ରମ ରେ ଜିଲ୍ଲା ସ୍ତରୀୟ ମାଷ୍ଟର ଟ୍ରେନର ଶ୍ରୀମତୀ ମଧୁସ୍ମିତା ବେହେରା (ଡେପୁଟି କଲେକ୍ଟର ) ଓ ଶ୍ରୀ ଗୁପ୍ତ ପ୍ରସାଦ ପଣ୍ଡା (ସହକାରୀ କୃଷି ଅଧିକାରୀ , କୋଲନରା ) ଡିଜିଟାଲ ଫସଲ ସର୍ବେକ୍ଷଣ ଉପରେ ବର୍ଣ୍ଣନା କରିଥିଲେ। ବ୍ଲକ୍ ସ୍ତରୀୟ ଅଧିକାରୀ ମାନେ ଏଥିରେ ସୁପର୍ଭାଇସିଂ ଅଧିକାରୀ ରୂପେ ନିଯୁକ୍ତ ହେବେ । ଅତିରିକ୍ତ ତହସିଲଦାର, ସହକାରୀ କୃଷି ଅଧିକାରୀ ଏବଂ ଅନ୍ୟାନ୍ୟ କୃଷିଭିତ୍ତିକ ସଂସ୍ଥା ର ଅଧିକାରୀ ମାନେ ବ୍ଲକ୍ ମାଷ୍ଟର ଟ୍ରେନର ରୂପେ ନିଯୁକ୍ତ ହେବେ । ରେଭେନ୍ୟୁ ଇନ୍ସପେକ୍ଟର, ଅତିରିକ୍ତ ରେବେନ୍ୟୁ ଇନ୍ସପେକ୍ଟର , କୃଷି ଅଧିଦର୍ଷକ, ଗ୍ରାମ ସେବକ ପ୍ରମୁଖ ସୁପର୍ଭାଇସର୍ ରୂପେ ନିଯୁକ୍ତ ହେବେ । ସର୍ବେକ୍ଷଣକାରି ରୂପେ କୃଷକ ସାଥୀ, କୃଷି ମିତ୍ର, ପ୍ରଣୀମିତ୍ର ତଥା ଗ୍ରାମ ଯୁବକ ମାନେ ରହିବେ ।

ରାୟଗଡା ଜିଲ୍ଲା ଇପିଏ ରୁ ତିରୁମାଲା ପ୍ରସାଦ ପଟ୍ଟନାୟକ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ ଏଜେନ୍ସି )

ଆଗାମୀ ରଥଯାତ୍ରା ରେ ଶ୍ରଦ୍ଧାଳୁ ଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଉଛି। ଏ ନେଇ ଏକ ସମୀକ୍ଷା ବୈଠକ ପୁରୀ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି। ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମେତ ୩୦ ଟି ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଓ ୮ ଟି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଅତିରିକ୍ତ ବ୍ୟବସ୍ଥା କରାଯାଉଛି। ଏଥି ସହିତ ୧୦ ଶଯ୍ୟା ବିଶିଷ୍ଟ ୮ ଟି ଅତିରିକ୍ତ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରହିବ। ଏଥିରେ ଅତିରିକ୍ତ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀ ନିୟୋଜିତ ରହିବେ। ବଡଦାଣ୍ଡ ସମେତ ପୁରୀ ସହର ର ପ୍ରମୁଖ ସ୍ଥାନ ଗୁଡିକରେ ଆଶୁ ଚିକିତ୍ସା କେନ୍ଦ୍ର ଖୋଲାଯିବ।୫୦ ରୁ ଅଧିକ ଆମ୍ବୁଲାନ୍ସ ବିଭିନ୍ନ ସ୍ଥାନରେ ମୁତୟନ କରାଯିବ। ବିଭିନ୍ନ ସ୍ୱେଚ୍ଛାସେବି ସଂଗଠନ ଙ୍କ ସହାୟତା ନିଆଯିବ। ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ ରହି ସ୍ୱାସ୍ଥ୍ୟ ସେବାର ତଦାରଖ କରିବେ। ଆଇ ସି ୟୁ, ଟ୍ରମା କେୟାର କେନ୍ଦ୍ର ପ୍ରସ୍ତୁତ କରି ରଖାଯିବ। ପୁରୀ ରେ ଥିବା ସବୁ ସହରାଞ୍ଚଳ ସ୍ୱାସ୍ଥ୍ୟ କେନ୍ଦ୍ର କୁ ପ୍ରସ୍ତୁତ ରଖାଯିବ। ରେଲୱେ ଷ୍ଟେସନ, ବସଷ୍ଟାଣ୍ଡ ରେ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲିବ। ଗୁରୁତର ରୋଗୀ ଙ୍କୁ କଟକ, ଭୁବନେଶ୍ୱର ସ୍ଥାନାନ୍ତର ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ହେବ। ଆମ୍ବୁଲାନ୍ସ ଗୁଡ଼ିକ ଯେଭଳି ସୁରୁଖୁରୁରେ ଯାତାୟାତ କରିପାରିବ ସେ ନେଇ ସ୍ୱତନ୍ତ୍ର ବ୍ୟବସ୍ଥା ହେବ। ରଥଯାତ୍ରା ସମୟରେ ଲୋକ ଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ୨ ଶହ ଡାକ୍ତର ଙ୍କୁ ନିୟୋଜିତ କରାଯିବ। ଅପମିଶ୍ରିତ ଓ ବାସୀ ଖାଦ୍ୟ ବିକ୍ରି ବନ୍ଦ ପାଇଁ ଖାଦ୍ୟ ନିରାପତ୍ତା ଅଧିକାରୀ ମାନେ ଯାଞ୍ଜ କରିବେ। ରଥଯାତ୍ରା ସ୍ୱାସ୍ଥ୍ୟ ସେବାକୁ ଶୃଙ୍ଖଳିତ କରିବା ପାଇଁ ଅନୁଷ୍ଠିତ ହୋଇଥିବା ବୈଠକ ରେ ପୁରୀ ମହାନଗର ନିଗମ ର କମିଶନର, ଅତିରିକ୍ତ ଜିଲ୍ଲାପାଳ, ଏସପି, ସ୍ୱାସ୍ଥ୍ୟ ବିଭାଗର ଅଧିକାରୀ, ବିଭିନ୍ନ ସ୍ୱେଚ୍ଛାସେବୀ ସଂଗଠନ ସାମିଲ ହୋଇଥିଲେ। ରଥଯାତ୍ରା ର ଭକ୍ତ ଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେଉଥିବା ସ୍ୱେଚ୍ଛାସେବୀ ଦେବାଶିଶ ମିଶ୍ର କୁହନ୍ତି, ରଥଯାତ୍ରା ଭିଡ଼ରେ ବଡ ଆମ୍ବୁଲାନ୍ସ ଯାତାୟାତ ରେ ବହୁତ୍ ସମସ୍ୟା ସୃଷ୍ଟି କରୁଛି। ଏଣୁ ଆମେ ଜିଲାପାଳ ଙ୍କୁ ପ୍ରସ୍ତାବ ଦେଲୁ କିଛି ଛୋଟ ଆମ୍ବୁଲାନ୍ସ ନିୟୋଜିତ କରାଯାଉ। ଏହା ଦ୍ଵାରା ଆମ୍ବୁଲାନ୍ସ ଯାତାୟାତ ରେ ସୁବିଧା ହେବା ସହ ଲୋକ ମାନେ ତ୍ୱରିତ ଚିକିତ୍ସା ସେବା ପାଇପାରିବେ। ଆଉ ଏକ ପ୍ରସ୍ତାବ ରହିଚି ବଡ ଦାଣ୍ଡ ରେ ଅଧିକ ଶୀତତାପ ନିୟନ୍ତ୍ରିତ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲାଯାଉ। ଏହା ଦ୍ଵାରା ଅଯଥା ରେ ଲୋକ ଙ୍କୁ ମୁଖ୍ୟ ଚିକିତ୍ସାଳୟ କୁ ନିଆନଯାଇ ଏହି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ତ୍ୱରିତ ଚିକିତ୍ସା ସେବା ଯୋଗାଇ ହେବ । ଆମେ ଜିଲାପାଳ ଙ୍କୁ ଅନୁରୋଧ କରିଛୁ ଗୁଣ୍ଡିଚା ମନ୍ଦିର ନିକଟ ରେ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲାଯିବା ନେଇ ଅନୁମତି ଦିଆଯାଉ। ଏହା ହେଲେ ମନ୍ଦିର ଭିତରେ ଅବା ବାହାରେ କିଛି ଅଘଟଣ ଘଟିଲେ ସଙ୍ଗେ ସଙ୍ଗେ ଚିକିତ୍ସା ସେବା ଲୋକ ଙ୍କୁ ଓ ସେବାୟତ ଙ୍କୁ ଚିକିତ୍ସା ସେବା ଦେଇହେବ। ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ନିଜ ପ୍ରତିକ୍ରିୟାରେ କହିଛନ୍ତି, ଚଳିତ ରଥଯାତ୍ରା ରେ ଲୋକ ଙ୍କୁ କିଭଳି ତ୍ୱରିତ ଚିକିତ୍ସା ସେବା ଯୋଗାଇ ହେବ ସେ ନେଇ ଏକ ମାର୍ଗଦର୍ଶିକା କରାଯାଇଛି। ବଡଦାଣ୍ଡ ସମେତ ବିଭିନ୍ନ ଗୁରୁତ୍ଵପୂର୍ଣ୍ଣ ସ୍ଥାନରେ ୮ ଟି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରହିବ । ମୋଟ ୮୦ ବେଡ ବିଶିଷ୍ଟ ଏହି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ସବୁ ପ୍ରକାର ଚିକିତ୍ସା ସେବା ବ୍ୟବସ୍ଥା ରହିବ। ସବୁ ପ୍ରକାର ଅତ୍ୟାଧୁନିକ ସ୍ୱାସ୍ଥ୍ୟ ସେବା ଉପକରଣ ଓ ସ୍ପେଶଲିଷ୍ଟ ଡାକ୍ତର ରହିବେ। ଏ ନେଇ ଆଜିର ବୈଠକ ରେ ଆଲୋଚୋନା ହେଲା। ଆମ୍ବୁଲାନ୍ସ କିଭଳି ଯାତାୟାତ କରିବ, ସ୍ୱେଚ୍ଛାସେବୀ ଙ୍କୁ ତାଲିମ ପ୍ରଦାନ ସେ ନେଇ ସବିଶେଷ ଆଲୋଚନା ହୋଇଛି। ମାର୍ଗଦର୍ଶିକା ଅନୁଯାୟୀ ରଥଯାତ୍ରା, ସୁନାବେଶ, ବାହୁଡ଼ା ରେ ସ୍ୱାସ୍ଥ୍ୟ ସେବା ଲୋକ ଙ୍କୁ ଯୋଗାଇ ଦିଆଯିବ। ଆଗାମୀ ଜୁନ ୨୯ ରେ ମହାପ୍ରଭୁ ଙ୍କ ସ୍ନାନଯାତ୍ରା ଓ ଜୁଲାଇ ୧୬ ରେ ରଥଯାତ୍ରା ଅନୁଷ୍ଠିତ ହେବ। ଏହି ଦୁଇ ଯାତ୍ରାରେ ଦଇତାପତି ସେବକ ଙ୍କ ଗୁରୁ ଦାୟିତ୍ୱ ରହିଛି । ଦଇତାପତି ସେବକମାନେ ମହାପ୍ରଭୁ ଙ୍କୁ ସ୍ନାନଯାତ୍ରାରେ ରତ୍ନସିଂହାସନ ରୁ ପହଣ୍ଡି ରେ ଆଣି ସ୍ନାନ ବେଦୀ କୁ ଆଣିବେ। ସେହିପରି ଆଗାମୀ ରଥଯାତ୍ରାରେ ମଧ୍ୟ ଦଇତାପତି ସେବକ ମାନେ ମହାପ୍ରଭୁ ଙ୍କୁ ପହଣ୍ଡି ଆଣି ରଥ ଉପରେ ଠାକୁର ଙ୍କୁ ବିରାଜମାନ କରାଇବେ। ତେବେ ଠାକୁର ଙ୍କ ପହଣ୍ଡି କିଭଳି ଶୃଙ୍ଖଳିତ ଓ ସୁରକ୍ଷିତ ଢଙ୍ଗରେ ହୋଇ ପାରିବ ସେ ନେଇ ସମୀକ୍ଷା କରିଛନ୍ତି ପୁରୀ ଜିଲ୍ଲାପାଳ ତଥା ଶ୍ରୀମନ୍ଦିର ଉପ ମୁଖ୍ୟପ୍ରଶାସକ ଦିବ୍ୟଜ୍ୟୋତି ପରିଡା। ଶ୍ରୀମନ୍ଦିର କାର୍ଯ୍ୟାଳୟ ରେ ଅନୁଷ୍ଠିତ ହୋଇଥିବା ବୈଠକ ରେ ଶ୍ରୀମନ୍ଦିର ଦଇତାପତି ନିଯୋଗ ର କର୍ମକର୍ତ୍ତା ଯୋଗ ଦେଇଥିଲେ।୨୦୨୪ ରଥଯାତ୍ରା ରେ ଆଡ଼ପ ମଣ୍ଡପ ବିଜେ ବେଳେ ବଡ ଠାକୁର ଶ୍ରୀବଳଭଦ୍ର ରଥ ରୁ ଚାରମାଳ କୁ ଖସି ପଡ଼ିଥିଲେ। ଏଣୁ ଏଭଳି ଅଘଟଣ କିଭଳି ଆଗାମୀ ଦିନରେ ହେବ ନାହିଁ ଏବଂ ଶୃଙ୍ଖଳିତ ଢଙ୍ଗରେ ପହଣ୍ଡି କାର୍ଯ୍ୟ ସମାପନ ହେବ ସେ ନେଇ ଜିଲ୍ଲାପାଳ ଆଲୋଚନା କରିଥିଲେ। ପହଣ୍ଡି ପାଇଁ ପ୍ରଶାସନ ଦ୍ୱାରା ନିର୍ଦ୍ଧାରିତ ସଂଖ୍ୟାରୁ ଯେଭଳି ଅଧିକ ସେବକ ନ ରହିବେ ସେ ନେଇ ଆଲୋଚନା ହୋଇଥିଲା। ସେହିପରି ନିର୍ଦ୍ଧାରିତ ସମୟ ଅନୁସାରେ ସମସ୍ତ ନୀତି ଯେଭଳି ପାଳନ ହେବ ସେ ନେଇ ମଧ୍ୟ ଆଲୋଚାନା ହୋଇଛି। ତେବେ ମହାପ୍ରଭୁ ସ୍ନାନଯାତ୍ରା, ଅଣସର, ନବଯୌବନ, ନେତ୍ରୋତ୍ସବ ସମସ୍ତ ନୀତି ଶୃଙ୍ଖଳିତ କରିବାକୁ ବାଡଗ୍ରାହୀ ସେବକ ମତ ରଖିଛନ୍ତି। ଦଇତାପତି ସେବକ ଭବାନୀ ଦାସ ମହାପାତ୍ର ନିଜ ପ୍ରତିକ୍ରିୟାରେ କୁହନ୍ତି, ଆଗାମୀ ରଥଯାତ୍ରା ରେ କିଭଳି ମହାପ୍ରଭୁ ଙ୍କ ସମସ୍ତ ନିତିକାନ୍ତି, ଭକ୍ତ ଙ୍କ ଦର୍ଶନ ସୁରୁଖୁରୁରେ ଶୃଙ୍ଖଳିତ ଭାବରେ ହୋଇପାରିବ ସେ ନେଇ ଜିଲ୍ଲାପାଳ ଙ୍କ ସହ ଆଲୋଚନା ହୋଇଛି। ସେବାୟତ ଙ୍କ ମଧ୍ୟରେ ଯେଭଳି ଏକ ସମନ୍ଵୟ ରହିବ ସେ ନେଇ ଆଲୋଚନା ହୋଇଥିଲା। ମହାପ୍ରଭୂ ଙ୍କ ପହଣ୍ଡି କିଭଳି ଶୃଙ୍ଖଳିତ ଢଙ୍ଗରେ ହୋଇପାରିବ ସେ ନେଇ ମଧ୍ୟ ଆଲୋଚନା ହୋଇଥିଲା। ତେବେ ମହାପ୍ରଭୁ ଙ୍କ କାର୍ଯ୍ଯ କୁ ଶୃଙ୍ଖଳିତ ଭାବରେ କରିବା ପାଇଁ ଦଇତାପତି ସେବକ ସମ୍ପୂର୍ଣ ପ୍ରସ୍ତୁତ ରହିଚନ୍ତି। ଏହି ଭରସା ଆମେ ପ୍ରଶାସନ କୁ ଦେଇଛୁ। ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ନିଜ ପ୍ରତିକ୍ରିୟାରେ କହିଛନ୍ତି, ଆଗାମୀ ରଥଯାତ୍ରା କୁ ଶୃଙ୍ଖଳିତ ଭାବେ ଆୟୋଜନ ନେଇ ସବୁ ସେବାୟତ ବିଯୋଗ ସହ ଆଲୋଚନା କରାଯାଉଛି। ମହାପ୍ରଭୁ ଙ୍କ ଶୃଙ୍ଖଳିତ ନୀତି କାନ୍ତି ଓ ପହଣ୍ଡି ପ୍ରସଙ୍ଗ ରେ ମଧ୍ୟ ଦଇତାପତି ସେବକ ଙ୍କ ସହ ଆଲୋଚନା ହୋଇଛି। ଆମର ଆଶା ରହିଛି ମହାପ୍ରଭୁ ଙ୍କ କୃପାରୁ ରଥଯାତ୍ରା ସୁରୁଖୁରୁରେ ସମାପନ ହେବ।

Leave a Reply

Your email address will not be published. Required fields are marked *

You may have missed