August 24, 2026
Home » ଆମ୍ବଝରୀ ଗ୍ରାମ ପଞ୍ଚାୟତରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

ଆମ୍ବଝରୀ ଗ୍ରାମ ପଞ୍ଚାୟତରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

0
WhatsApp Image 2026-08-24 at 1.52.37 PM

ବୌଦ୍ଧ ଜିଲ୍ଲାର ବୌଦ୍ଧ ବ୍ଲକ ଅନ୍ତର୍ଗତ ସୀମାନ୍ତ ଆମ୍ବଝରୀ ପଞ୍ଚାୟତରେ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ କୁଲଦୀପ ମିନାଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଜିଲ୍ଲା ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା,ଉପ-ଜିଲ୍ଲାପାଳ ବିନୟ କୁମାର ଭୋଇ, ବୌଦ୍ଧ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଯୁଗଳ କିଶୋର ବିଶ୍ୱାଳ, ତହସିଲଦାର ଅନିତା କୁମାରୀ ସାହୁ, ଡି ଏସ ପି କନକ ମାଝୀଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। ଲଗାଣ ବର୍ଷା ସତ୍ତ୍ୱେ ବିଭିନ୍ନ ଅଭିଯୋଗ ନେଇ ଜନ ସାଧାରଣ ଶିବିରକୁ ଆସିଥିଲେ l ଶିବିରରେ ମୋଟ ୩୪ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୨୭ଟି ବ୍ୟକ୍ତିଗତ ଏବଂ ୦୭ଟି ଗୋଷ୍ଠୀଗତ ଅଭିଯୋଗ ରହିଥିଲା। ୬ଟି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅବଶିଷ୍ଟ ଅଭିଯୋଗଗୁଡ଼ିକର ଶୀଘ୍ର ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ଆବଶ୍ୟକୀୟ ନିର୍ଦ୍ଦେଶ ପ୍ରଦାନ କରିଥିଲେ। ବଇବେଡା ଗ୍ରାମର ମହିଳାମାନେ ନିଜ ଗ୍ରାମକୁ ରାସ୍ତା ନଥିବା ଅଭିଯୋଗ କରିବାରୁ ଜିଲ୍ଲାପାଳ ତୁରନ୍ତ ଆର୍ ଡି ଯନ୍ତ୍ରୀଙ୍କୁ ଏହାର ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ l
ସାଧାରଣ ଜନତାଙ୍କ ଅଭିଯୋଗକୁ ଗୁରୁତ୍ୱର ସହ ବିଚାର କରି ସମୟବଦ୍ଧ ଭାବେ ସମାଧାନ କରିବାକୁ ସେ ସମସ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ। ଡେପୁଟି କଲେକ୍ଟର ଜ୍ୟୋତି ରଞ୍ଜନ ଭୁଏ, ଏମ୍ ଓ ବାଉଁଶୁଣୀ ସି ଏଚ୍ ସି, ଡଃ.
ଅନ୍ତର୍ଯ୍ୟାମୀ ବେହେରା, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ରାଜିନ୍ଦ୍ର କିଷାନ୍ ଙ୍କ ସମେତ ବ୍ଲକ ଓ ପଞ୍ଚାୟତର ସମସ୍ତ ଅଧିକାରୀ ଶିବିର ପରିଚାଳନାରେ ସହଯୋଗ କରିଥିଲେ। ଏହାଛଡ଼ା ବିଭିନ୍ନ ବିଭାଗର ଯନ୍ତ୍ରୀ, ଲାଇନ ବିଭାଗ ଅଧିକାରୀ, ବ୍ଲକସ୍ତରୀୟ କର୍ମଚାରୀ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା ଏବଂ ବିଭିନ୍ନ ଗଣମାଧ୍ୟମର ପ୍ରତିନିଧିମାନେ ଶିବିରରେ ଉପସ୍ଥିତ ଥିଲେ।

ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ…

Leave a Reply

Your email address will not be published. Required fields are marked *