August 20, 2026
Home » ଇଫକୋ ଲୋକସମ୍ପର୍କ ଅଧିକାରୀଙ୍କ ପତ୍ନୀ ବିୟୋଗ

ଇଫକୋ ଲୋକସମ୍ପର୍କ ଅଧିକାରୀଙ୍କ ପତ୍ନୀ ବିୟୋଗ

0
WhatsApp Image 2026-08-20 at 3.02.05 PM

ପାରାଦ୍ୱୀପ – ଇଫକୋ ପାରାଦ୍ୱୀପ ୟୁନିଟର ପ୍ରଶାସନିକ ତଥା ଲୋକସମ୍ପର୍କ ଅଧିକାରୀ ଶ୍ରୀ ପ୍ରସନ୍ନ କୁମାର ବେଉରାଙ୍କ ପତ୍ନୀ ଶ୍ରୀମତୀ ରୀନା ବେଉରାଙ୍କ ମାତ୍ର ୪୮ ବର୍ଷ ବୟସରେ ଅକାଳ ବିୟୋଗ ହୋଇଛି । ଗତକିଛି ଦିନ ହେବ ଅସୁସ୍ଥ ରହିଥିବାରୁ ସେ ଚିକିତ୍ସିତ ହେଇ ଭଲ ହୋଇ ଆସିଥିଲେ | ମାତ୍ର ୧୫ ଦିନ ପୂର୍ଵରୁ ସେ ପୁଣି ଅସୁସ୍ଥ ହେବାରୁ ତାଙ୍କୁ ପ୍ରଥମେ ଭୁବନେଶ୍ୱର ପରେ ବାଙ୍ଗାଲୋର ସ୍ଥିତ ଆପୋଲ ହସ୍ପିଟାଲରେ ଭର୍ତି କରାଯାଇଥୀଲା |ସୋମବାର ଦିନ ଚିକିତ୍ସିତ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି । ମୃତ୍ୟୁ ସମୟରେ ତାଙ୍କ ନିକଟରେ ସ୍ୱାମୀ ଶ୍ରୀ ପ୍ରସନ୍ନ କୁମାର ବେଉରାଙ୍କ ସମେତ ପୁଅ, ଝିଅ ଓ ଅତ୍ମୀୟ ସଜନ ଉପସ୍ଥିତ ଥିଲେ | ମଙ୍ଗଳ ବାର ଦିନ କେନ୍ଦ୍ରାପଡା ଜିଲ୍ଲାର କୁସୁପୁର ଗ୍ରାମରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି। ଶ୍ରୀମତୀ ବେଉରା ଜଣେ ସମାଜ ସେବୀ,ଧର୍ମପରାୟଣ ,ମିଷ୍ଠ ଭାଷୀ ଓ ପରୋପକାରୀ ମହିଳା ଥିଲେ।ତାଙ୍କ ବିୟୋଗ ଖବର ମଳିବା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।ପାରାଦ୍ୱୀପ ଅଞ୍ଚଳର ବିଶିଷ୍ଟ ବ୍ୟକ୍ତି, ସ୍ୱେଚ୍ଛାସେବୀ ସଂଗଠନ କର୍ମକର୍ତ୍ତା ଓ ସ୍ଥାନୀୟ ଗଣମାଧ୍ୟମ ପ୍ରତିନିଧିମାନେ ଶ୍ରୀମତୀ ବେଉରାଙ୍କ ବିୟୋଗରେ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହିତ ତାଙ୍କ ଅମର ଆତ୍ମାର ସଦ୍ଗତି କାମନା କରିଛନ୍ତି।

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed