July 28, 2025
Home » ଉମରକୋଟଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ଉମରକୋଟଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

0
WhatsApp Image 2025-04-02 at 6.42.18 PM

ନବରଙ୍ଗପୁର ଜିଲ୍ଲା ଉମରକୋଟ ବ୍ଲକ ସ୍ଥିତ ପୌରପରିଷଦ ସମ୍ମିଳନୀ ଗୃହରେ ତା: ୨.୦୪.୨୦୨୫ ରିଖ ଆଜି ନବରଙ୍ଗପୁର ଜିଲ୍ଲାପାଳ ଡା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧୀକ୍ଷକ ମିହିର କୁମାର ପଣ୍ଡାଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ବିରଞ୍ଚି ନାରାୟଣ ଦରୱାନ, ବି ଡି ଓ ମନୋଜ କୁମାର ମେହେର,ତହସିଲଦାର ମାଗବନ ବାଗଙ୍କ ସମେତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ ୭୦ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୫୭ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୩ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ସାମାଜିକ ସୁରକ୍ଷା ବିଭାଗ ପକ୍ଷରୁ ୪ ଜଣଙ୍କୁ ହୂଇଲ ଚେୟାର ପ୍ରଦାନ କରଯାଇଥିଲା।

ରିପୋର୍ଟ: ନବରଙ୍ଗପୁର ଜିଲ୍ଲା ଈପିଏରୁ ତିରୁମାଲା ପ୍ରସାଦ ପଟ୍ଟନାୟକ

Leave a Reply

Your email address will not be published. Required fields are marked *