February 9, 2026
Home » ଉମରକୋଟରେ ଜନଶୁଣାଣି ଶିବିର ଅନୁଷ୍ଠିତ

ଉମରକୋଟରେ ଜନଶୁଣାଣି ଶିବିର ଅନୁଷ୍ଠିତ

0
WhatsApp Image 2026-01-20 at 1.34.06 PM

 

ଉମରକୋଟ ପୌରପାଳିକା ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ ) ବିଶ୍ଵଜିତ ବର୍ମନ ଏବଂ ଆରକ୍ଷୀ ଅଧିକ୍ଷକ ମଡକର ସନ୍ଦୀପ ସମ୍ପଦଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ମାନ୍ୟବର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ଶ୍ରୀଯୁକ୍ତ ନିତ୍ୟାନନ୍ଦ ଗଣ୍ଡ ଅଭିଯୋଗ ଶୁଣାଣି ଶିବିର ପରିଦର୍ଶନ ପୂର୍ବକ ଦିବ୍ୟାଙ୍ଗ ମାନଙ୍କୁ ଉତ୍ସାହିତ କରିବା ସହ ୫ ଜଣ ଦିବ୍ୟାଙ୍ଗଙ୍କୁ ହୁଇଲ୍ ଚେୟାର ପ୍ରଦାନ କରିଥିଲେ ଓ କୃତ୍ରିମ ଅଙ୍ଗ ମାପ ପାଇଁ ଅପେକ୍ଷାରତ ଦିବ୍ୟାଙ୍ଗ ମାନଙ୍କ ସହ ସମୟ ଅତିବାହିତ କରିଥିଲେ।

ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ବିରଞ୍ଚି ନାରାୟଣ ଦରୱାନ,ବି ଡି ଓ ମନୋଜ କୁମାର ମେହେରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୨୯ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୬ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୩ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ସାମାଜିକ ସୁରକ୍ଷା ବିଭାଗ ତରଫରୁ ଚିହ୍ନଟ ଦିବ୍ୟାଙ୍ଗ ମାନଙ୍କୁ ୦୫ଟି ହୁଇଲ ଚେୟାର, ୯ ଜଣ ଅଙ୍ଗହୀନ ଦିବ୍ୟାଙ୍ଗ ଙ୍କୁ କୃତିମ ଅଙ୍ଗ ପ୍ରଦାନ ନିମନ୍ତେ ମଞ୍ଜୁରୀ କରାଯାଇଥିଲା।ବିଭିନ୍ନ କାରଣରୁ ଆହତ ଏବଂ ଅକ୍ଷମ ୨୬ ଜଣ ରୋଗୀଙ୍କୁ ଉତ୍ତମ ଶାରୀରିକ ଚିକିତ୍ସା ନିମନ୍ତେ ଉନ୍ନତ ପୁନର୍ବାସ କେନ୍ଦ୍ର ରେ ଯନ୍ତ୍ରଣା ଉପଶମ ଓ ଚିକିତ୍ସା ପାଇଁ ପଦକ୍ଷେପ ନିଆଗଲା।

ରିପୋର୍ଟ: ନବରଙ୍ଗପୁର ଜିଲ୍ଲା ଈପିଏରୁ ତିରୁମାଲା ପ୍ରସାଦ ପଟ୍ଟନାୟକ

Leave a Reply

Your email address will not be published. Required fields are marked *