ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଂଘ ଏବଂ ନୟାଗଡ଼ ରୋଟାରୀ କ୍ଳବ ଏକ୍ସିଲେନ୍ସି ମିଳିତ ସହଯୋଗରେ ଖବର କାଗଜ ବିତରକ ମାନଙ୍କୁ କମ୍ବଳ ବଣ୍ଟନ
ନୟାଗଡ଼: ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଂଘ ଏବଂ ନୟାଗଡ଼ ରୋଟାରୀ କ୍ଳବ ଏକ୍ସିଲେନ୍ସିର ମିଳିତ ଆନୁକୂଲ୍ୟରେ ଜିଲ୍ଲା ସଦର ମହକୁମାରେ କାର୍ଯ୍ୟରତ ଖବର କାଗଜ ବିତରକ ମାନଙ୍କୁ ପୁରୁଣା ସହରସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିର ସମ୍ମୁଖ ଦୋଳ ମଣ୍ଡପ ଠାରେ ଆଜି ଅପରାହ୍ନରେ କମ୍ବଳ ବଣ୍ଟନ କରାଯାଇଛି। ଜିଲ୍ଲା ସାମ୍ବାଦିକ ସଂଘ ସଭାପତି ପ୍ରମୋଦ ପଟ୍ଟନାୟକଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ କମ୍ବଳ ବଣ୍ଟନ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ବିତରକ ସଂଘ ସଭାପତି ଶ୍ରୀକାନ୍ତ ପଟ୍ଟନାୟକ ନେତୃତ୍ୱରେ କାର୍ଯ୍ୟରତ ୨୦ ଜଣ ଖବର କାଗଜ ବିତରକ ଉପସ୍ଥିତ ରହି ଜିଲ୍ଲା ସାମ୍ବାଦିକ ସଂଘ ସଭାପତି ପ୍ରମୋଦ ପଟ୍ଟନାୟକ ଓ ରୋଟାରୀୟାନ,ବାର ଆସୋସିଏସନ ସଭାପତି ତଥା ଜିଲ୍ଲା କଂଗ୍ରେସ ସଭାପତି ରଣଜିତ ଦାଶଙ୍କ କର କମଳରୁ ଖବର କାଗଜ ବିତରକ ମାନେ କମ୍ବଳ ଗ୍ରହଣ କରିଥିଲେ। ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ବରିଷ୍ଠ ସାମ୍ବାଦିକ ସୁବାସ ମହାପାତ୍ର, ଲୋକନାଥ ମିଶ୍ର, ପୁରୁଷୋତ୍ତମ ମହାପାତ୍ର, ବିକ୍ରମ ସ୍ୱାଇଁ, ଦୀପକ ଦାସ, ବିଭୁତି ପଟ୍ଟନାୟକ ଉପସ୍ଥିତ ଥିଲେ ।ପ୍ରବଳ ଶୀତ ସମୟରେ ବିତରକ ମାନଙ୍କୁ କମ୍ବଳ ବଣ୍ଟନ କରିଥିବାରୁ ବିତରକ ସଂଘ ସଭାପତି ଶ୍ରୀକାନ୍ତ ପଟ୍ଟନାୟକ ଦୁଇ ଅନୁଷ୍ଠାନକୁ ସମୟୋପଯୋଗୀ ପଦକ୍ଷେପ ପାଇଁ ଧନ୍ୟବାଦ ଜଣାଇଥିଲେ ।
ଇ ପି ଏ ରୁ ଗୋକୁଳ କୁମାର ଷଡ଼ଙ୍ଗୀ ଜିଲ୍ଲା ପ୍ରତିନିଧି ନୟାଗଡ଼ ।
