August 20, 2026
Home » ଓଡ଼ିଶା ସିଭିଲ୍ ସର୍ଭିସ ପରୀକ୍ଷା ରେ ଚମକିଲେ ଲଡୁଗାଁ ର ପୁଅ

ଓଡ଼ିଶା ସିଭିଲ୍ ସର୍ଭିସ ପରୀକ୍ଷା ରେ ଚମକିଲେ ଲଡୁଗାଁ ର ପୁଅ

0
WhatsApp Image 2026-05-27 at 12.04.44 PM

ସମଗ୍ର ରାଜ୍ୟରେ ୬ଷ୍ଠ ସ୍ଥାନ ରଖି କୃତକାର୍ଯ୍ୟ ହେଲେ ଅମନ ଗୋୟଲ….

କଳାହାଣ୍ଡି ଜିଲ୍ଲା ପାଇଁ ଗୌରବର ମୁହୂର୍ତ୍ତ ।ଓଡ଼ିଶା ଲୋକସେବା ଆୟୋଗ ଦ୍ଵାରା ପରିଚାଳିତ ଓଡ଼ିଶା ସିଭିଲ୍ ସର୍ଭିସ ପରୀକ୍ଷା ୨୦୨୪ର ସଫଳତା ସୂଚୀରେ ଚମକିଛି କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଉପଖଣ୍ଡର କୋକସରା ବ୍ଲକ ଅନ୍ତର୍ଗତ ଲଡୁଗାଁର ମାଟି । ଓଡ଼ିଶା ସିଭିଲ୍ ସର୍ଭିସ ପରୀକ୍ଷାରେ ଲଡୁଗାଁ ର ଅମନ ଗୋୟଲ ସମଗ୍ର ରାଜ୍ୟରେ ରାଜ୍ୟରେ ଷଷ୍ଠ ସ୍ଥାନରେ ସ୍ଥାନ ଅଧିକାର କରି ଜିଲ୍ଲା ତଥା ଅଞ୍ଚଳ ପାଇଁ ଗୌରବ ଆଣିଛନ୍ତି। ଓଡ଼ିଶା ସିଭିଲ୍ ସର୍ଭିସ ପରୀକ୍ଷାର ପକ୍ଷରୁ ଚୂଡ଼ାନ୍ତ ପରୀକ୍ଷା ଫଳ ପ୍ରକାଶପାଇବା ପରେ ଅଞ୍ଚଳରେ ଖୁସିର ଲହରି ଖେଳିଯାଇଛି ।ଲଡୁଗାଁ ଗ୍ରାମର ସ୍ବର୍ଗତ ରମେଶ ଗୋୟଲ ଓ ଗାୟତ୍ରୀ ଅଗ୍ରୱାଲ ଙ୍କ ଦ୍ଵିତୀୟ ସୁପୁତ୍ର ହେଉଛନ୍ତି ଅମନ ଗୋୟଲ।୨୦୧୯ ମସିହାରେ ନିଜର ବାପା କୁ ହରାଇ ଥିଲେ ଅମନ। ସେ ଲଡୁଗାଁ ସରସ୍ୱତୀ ଶିଶୁ ମନ୍ଦିର ରେ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ଅଧ୍ୟୟନ ପରେ ନବରଙ୍ଗପୁର ରେ ମାଟ୍ରିକ ପରୀକ୍ଷା ଓ ବରଗଡ଼ ବିକାଶ ଶିକ୍ଷାନୁଷ୍ଠାନ ରେ ଯୁକ୍ତ ୨ ରେ ପାଶ କରିବା ପରେ ସିମ୍ବାୟୋସିସ୍ କଲେଜ ଅଫ୍ ଆର୍ଟସ୍ ଆଣ୍ଡ କମର୍ସ, ପୁଣେରୁ ବି.କମ (ବାଣିଜ୍ୟରେ ସ୍ନାତକ) କରିଥଲେ। ୨୦୨୧ ରେ (ସିଏ) ଚାଟାର୍ଡ ଏକାଉଣ୍ଟଟେଣ୍ଟ ରେ ସଫଳତାର ସହ ଉତ୍ତୀର୍ଣ୍ଣ ହୋଇ ଓଡିଶା ପ୍ରଶାସନିକ ସେବା ପାଇଁ କୋଚିଂ ନେଇ ପ୍ରଥମ ଚେଷ୍ଟା ରେ ସଫଳତା ସେ ହାସଲ କରିଛନ୍ତି । କଠିନ ପରିଶ୍ରମ ଓ ଦୃଢ଼ ସଂକଳ୍ପ ବଳରେ ଆଜି ସେ ଓଡ଼ିଶା ସିଭିଲ୍‌ ସର୍ଭିସେସ୍ ପରୀକ୍ଷାରେ ଏହି ସଫଳତା ହାସଲ କରି ସମଗ୍ର କଳାହାଣ୍ଡି ଜିଲ୍ଲା କୁ ଗର୍ବୀତ କରିଛନ୍ତି।ଅମନ ଗୋୟଲ ଙ୍କ ସଫଳତା ପରେ ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀ,କୋକସରା ବ୍ଲକ ଅଧ୍ୟକ୍ଷା ରିତା ଅଗ୍ରୱାଲ, ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରୱାଲ, ଗୌତମ ଅଗ୍ରୱାଲ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ବିଶେଷ ଅମନ ଙ୍କୁ ଅଭିନନ୍ଦନ ଜଣାଇ ତାଙ୍କର ଏହି ସଫଳତା ଆଗାମୀ ଦିନରେ ଅଞ୍ଚଳର ଅନ୍ୟ ଛାତ୍ରଛାତ୍ରୀଙ୍କ ପାଇଁ ଏକ ବଡ଼ ପ୍ରେରଣାର ଉତ୍ସ ହେଵ ବୋଲି ପ୍ରକାଶ କରିଛନ୍ତି।

ବିଦ୍ୟାଧର ସାହୁଙ୍କ ରିପୋର୍ଟ…..

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed