July 27, 2025
Home » କଟକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

କଟକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

0
WhatsApp Image 2025-06-17 at 9.20.20 AM

ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଆଜି ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ୍ ଶ୍ରୀ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଜନ ଅଭିଯୋଗ ଶୁଣାଣିରେ ଉପଆୟୁକ୍ତ ପୋଲିସ୍ କମିଶନରେଟ୍ ଶ୍ରୀ ଖୀଲାରି ଋଷିକେଶ ଦ୍ୟାନଦେଓ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଶିବ ଟପୋ, ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ, କଟକ ଶ୍ରୀ ପ୍ରଶାନ୍ତ କୁମାର ନାୟକ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଶ୍ରୀ ପ୍ରଦୀପ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ । ସୂଚନାଯୋଗ୍ୟ, ଆଜିର ଜନ ଅଭିଯୋଗ ଶୁଣାଣିରେ ସମୁଦାୟ ୫୪ଟି ଅଭିଯୋଗ ହସ୍ତଗତ ହୋଇଥିବାବେଳେ ତନ୍ମଧ୍ୟରେ ୫୧ଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୦୩ ଗୋଟି ସାମୁହିକ ଅଭିଯୋଗ ରହିଥିଲା । ଅଭିଯୋଗ ଶୁଣାଣି ଶିବିରରେ ୦୫ ଗୋଟି ଅଭିଯୋଗର ତ୍ବରିତ ସମାଧାନ ନିମନ୍ତେ ବିହିତ ପଦକ୍ଷେପ ଗ୍ରହଣ କରାଯାଇଥିଲା । ଏଥିସହ ପାନୀୟ ଜଳ, ବାର୍ଦ୍ଧକ୍ୟ ଭତ୍ତା, ଭିନ୍ନକ୍ଷମ ଭତ୍ତା, ସ୍ୱାସ୍ଥ୍ୟ, ଶିକ୍ଷା, କୃଷି, ପ୍ରାଣୀ ସମ୍ପଦ ଆଦି ସମ୍ପର୍କିତ ବିଭିନ୍ନ ପଞ୍ଜିକୃତ ଅଭିଯୋଗର ଶୁଣାଣି ପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିମନ୍ତେ ବିଭିନ୍ନ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା । ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ, ଜିଲ୍ଲା ଶିକ୍ଷା ଅଧିକାରୀ, ଜିଲ୍ଲା ପ୍ରାଣୀସମ୍ପଦ ଅଧିକାରୀ, ଅବକାରୀ ସୁପରିଟେଣ୍ଡେଣ୍ଟ, ଜିଲ୍ଲା ନିୟୋଜନ ଅଧିକାରୀ, ଜିଲ୍ଲା ଜନମଙ୍ଗଳ ଅଧିକାରୀ ଓ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ପ୍ରମୁଖ ଅଭିଯୋଗ ଶୁଣାଣି ଶିବିରରେ ଯୋଗ ଦେଇଥିଲେ ।

କଟକ ଇପିଏ ରୁ ଲଳିତ ଦାଶ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ ଏଜେନ୍ସି )

Leave a Reply

Your email address will not be published. Required fields are marked *