କଣ୍ଟାମାଳ ବ୍ଲକରେ ବୌଦ୍ଧ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ
ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ସଭା ଗୃହରେ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ ଓ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ରାହୁଲ ଗୋଏଲ୍ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି l ଏହି ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସେନା, ଉପ ଜିଲ୍ଲାପାଳ ବିନୟ କୁମାର ଭୋଇ , ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡଃ. ମହେନ୍ଦ୍ର କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ l ଆଜିର ଶିବିରରେ ୫୦ ଗୋଟି ବ୍ୟକ୍ତିଗତ ଓ ୧୭ଟି ଗୋଷ୍ଠିଗତ ଏଭଳି ମୋଟ ୬୭ ଗୋଟି ଅଭିଯୋଗର ଶୁଣାଣି ଜିଲ୍ଲାପାଳ କରିଥିଲେ । ୧୪ ଟି ଅଭିଯୋଗର ତୁରନ୍ତ ସମାଧାନ ହୋଇଥିଲା l ଅନ୍ୟାନ୍ୟ ଅଭିଯୋଗ ଉପରେ ଶୀଘ୍ର ପଦକ୍ଷେପ ନେବା ପାଇଁ ସଂପୃକ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ସେହିପରି, ଜଣେ ଶ୍ରବଣ ବାଧିତଙ୍କୁ ଏକ ଶ୍ରବଣ ଯନ୍ତ୍ର, ଜଣେ ଅସହାୟଙ୍କୁ ରେଡ୍ କ୍ରସ ପାଣ୍ଠିରୁ ତିନି ହଜାର ଟଙ୍କା ଏବଂ ଦୁଇ ଜଣଙ୍କୁ ମାସିକ ଭତ୍ତା ସହାୟତା ତତ୍କାଳୀନ ପ୍ରଦାନ କରିଥିଲେ।ସମର୍ପିତ ଭାବରେ ଜନସାଧାରଣଙ୍କୁ ମୌଳିକ ସେବା ଯୋଗାଇ ଦେବା ପାଇଁ ଜିଲ୍ଲାପାଳ ଜିଲ୍ଲାର ସମସ୍ତ ଅଧିକାରୀ ମାନଙ୍କୁ ଆହ୍ବାନ ଦେଇଥିଲେ l ବିଡ଼ିଓ ସାମ୍ମୀ ରେଡ୍ଡୀ ଜୟଶ୍ରୀ, ତହସିଲଦାର ଶ୍ୱେତପଦ୍ମା ଯୋଶୀ, ଆସିଷ୍ଟାଣ୍ଟ କଲେକ୍ଟର ଜ୍ୟୋତି ରଞ୍ଜନ ଭୁଏ ପ୍ରମୁଖ ଶିବିର ପରିଚାଳନାରେ ସହଯୋଗ କରିଥିଲେ। ସଭାରେ ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ, ବିଭିନ୍ନ ବିଭାଗର ଯନ୍ତ୍ରୀ,ଲାଇନ୍ ବିଭାଗ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ଏବଂ କର୍ମଚାରୀ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା ଓ ବିଭିନ୍ନ ଗଣ ମାଧ୍ୟମର ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ l
ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ….
