October 29, 2026
Home » କଣ୍ଟାମାଳ ବ୍ଲକ୍ ରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର

କଣ୍ଟାମାଳ ବ୍ଲକ୍ ରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର

0
WhatsApp Image 2026-10-26 at 4.42.59 PM

ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ସଭାଗୃହରେ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ କୁଲଦୀପ ମୀନାଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି l ଏହି ଶିବିରରେ ଏ ପି ଡି ଯଦୁମଣି ନାୟକ,ଉପ ଜିଲ୍ଲାପାଳ ବିନୟ କୁମାର ଭୋଇ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡଃ ମହେନ୍ଦ୍ର କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ l ବିଡ଼ିଓ ସାମ୍ମୀ ରେଡ୍ଡୀ ଜୟଶ୍ରୀ, ତହସିଲଦାର ଶ୍ୱେତପଦ୍ମା ଯୋଶୀ, ଡେପୁଟି କଲେକ୍ଟର ଜ୍ୟୋତିରଞ୍ଜନ ଭୁଏ ପ୍ରମୁଖ ଶିବିର ପରିଚାଳନାରେ ସହଯୋଗ କରିଥିଲେ।
ଆଜିର ଶିବିରରେ ୭୬ ଗୋଟି ବ୍ୟକ୍ତିଗତ ଓ ୦୮ ଟି ଗୋଷ୍ଠିଗତ ଏଭଳି ମୋଟ ୮୪ ଗୋଟି ଅଭିଯୋଗର ଶୁଣାଣି ଜିଲ୍ଲାପାଳ କରିଥିଲେ । l ସମସ୍ତ ଅଭିଯୋଗ ଉପରେ ଶୀଘ୍ର ପଦକ୍ଷେପ ନେବା ପାଇଁ ସଂପୃକ୍ତ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ।୦୪ ଜଣ ଅସହାୟଙ୍କୁ ୧୭,୦୦୦ ଟଙ୍କା ତତ୍କାଳ ସହାୟତା ରେଡ୍ କ୍ରସ ପାଣ୍ଠିରୁ ପ୍ରଦାନ କରାଯାଇଥିଲା l
ଏହି ଅବସରରେ ବ୍ଲକ୍ ପରିସରରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଓ ବରିଷ୍ଠ ନାଗରିକ ମାନଙ୍କ ପାଇଁ ଏକ ସ୍ୱାସ୍ଥ୍ୟସେବା ଶିବିର ଆୟୋଜନ କରାଯାଇଥିଲା l
ସଭାରେ ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ, ବିଭିନ୍ନ ବିଭାଗର ଯନ୍ତ୍ରୀ,ଲାଇନ୍ ବିଭାଗ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ଏବଂ କର୍ମଚାରୀ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା ଓ ବିଭିନ୍ନ ଗଣ ମାଧ୍ୟମର ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ l ସମ୍ଭାବ୍ୟ ବାତ୍ୟା ପରିସ୍ଥିତି କୁ ଲକ୍ଷ୍ୟ ରଖି ସମସ୍ତ ଅଧିକାରୀ ସଚେତନ ହେବା ସହିତ ପ୍ରସ୍ତୁତ ରହିବା ପାଇଁ ଜିଲ୍ଲାପାଳ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି l

 

ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ…

Leave a Reply

Your email address will not be published. Required fields are marked *