February 9, 2026
Home » କଲ୍ୟାଣସିଂପୁର ବ୍ଲକ ସଦର ମହକୁମା ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ

କଲ୍ୟାଣସିଂପୁର ବ୍ଲକ ସଦର ମହକୁମା ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ

0
WhatsApp Image 2026-01-20 at 1.13.51 PM

 

ରାୟଗଡ ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତାରେ କଲ୍ୟାଣସିଂପୁର ବ୍ଲକ ସଦର ମହକୁମାସ୍ଥିତ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠିତ ଉକ୍ତ ଶୁଣାଣି ଶିବିରର ଉପ ଜିଲ୍ଲାପାଳ ରାୟଗଡ ଶ୍ରୀ ରମେଶ କୁମାର ଜେନା, ପ୍ରକଳ୍ପ ପ୍ରଶାସକ ଚନ୍ଦ୍ରକାନ୍ତ ମାଝୀ, ଜିଲ୍ଲା ମୁଖ୍ୟ ଜନସ୍ୱାସ୍ଥ୍ୟ ଅଧିକାରୀ ଵି ସରୋଜିନୀ ଦେବୀ, ଉପସ୍ଥିତ ରହି ଜନସାଧାରଣଙ୍କୁ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ lଏଥିରେ ଜିଲ୍ଲାପାଳ ଗ୍ରହଣ କରିଥିବା ମୋଟ ୬୩ଟି ଅଭିଯୋଗ ମଧ୍ୟରୁ ୩୨ଟି ବ୍ୟକ୍ତିଗତ ଅଭିଯୋଗ ଓ ୩୦ଗୋଟି ଗ୍ରାମବାସୀଙ୍କର ସାମୂହିକ ଅଭିଯୋଗ ଥିଲା l ଏହି ଶିବିରରେ ବିଭିନ୍ନ ସମସ୍ୟାମାନ ଅଭିଯୋଗ ପଞ୍ଜିକୃତ ହୋଇଥିଲା । ସ୍ୱାସ୍ଥ୍ୟଗତ ସମସ୍ୟା ନିମନ୍ତେ ଜଣକୁ ୧୦ହଜାର ଟଙ୍କା ରେଡକ୍ରସ ପାଣ୍ଠିରୁ ଜିଲ୍ଲାପାଳ ପ୍ରଦାନ କରିଥିଲେ l ଜିଲ୍ଲାପାଳ ଆଜିର ଅଭିଯୋଗ ପାଇବା ପରେ ବିଭାଗୀୟ ଅଧିକାରୀମାନଙ୍କୁ ତୁରନ୍ତ ଫଇସଲା କରିବା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ । ଆଜିର ଏହି ଅଭିଯୋଗ ଶିବିରରେ ତହସିଲଦାର,କଲ୍ୟାଣ ସିଂପୁର, ସମେତ ଜିଲ୍ଲା ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।ଅଭିଯୋଗ ଶୁଣାଣି ଶିବିରକୁ ଗୋଷ୍ଠୀ ଉନ୍ନୟନ ଅଧିକାରୀ ମନୀଷା ଦାସ,ସହକାରୀ ଜିଲ୍ଲାପାଳ (ଗ୍ରୀଭାନ୍ସ) ଶିବ ପ୍ରସାଦ ସାହୁ ପରିଚାଳନା କରିଥିଲେ ।

ରିପୋର୍ଟ: ରାୟଗଡ଼ା ଜିଲ୍ଲା ଈପିଏରୁ ତିରୁମାଲା ପ୍ରସାଦ ପଟ୍ଟନାୟକ

Leave a Reply

Your email address will not be published. Required fields are marked *