February 23, 2026
Home » କାଙ୍କେରୀ ଠାରେ ନୂତନ ବ୍ଲକ ସ୍ଥାପନ ନେଇ ମୁଖ୍ୟମନ୍ତ୍ରୀ ଙ୍କୁ ଦାବୀ ପତ୍ର

କାଙ୍କେରୀ ଠାରେ ନୂତନ ବ୍ଲକ ସ୍ଥାପନ ନେଇ ମୁଖ୍ୟମନ୍ତ୍ରୀ ଙ୍କୁ ଦାବୀ ପତ୍ର

0
WhatsApp Image 2025-01-30 at 6.46.48 PM

ସରକାର ବ୍ଲକ ସମ୍ପ୍ରସାରଣ ନେଇ ସୂଚନା ଦେବା ପରେ ବ୍ଲକ ସ୍ଥାପନ ନେଇ ଜିଲ୍ଲା ର ବିଭିନ୍ନ ସ୍ଥାନରେ ଦାବୀ ଜୋର ଧରିଥିବା ବେଳେ ଧର୍ମଗଡ ବ୍ଲକ ଅନ୍ତର୍ଗତ ବଡ ପହିଲପାର ଅଞ୍ଚଳ ର କେନ୍ଦ୍ର ବିନ୍ଦୁ କାଙ୍କେରୀ ଠାରେ ନୂତନ ବ୍ଲକ ସ୍ଥାପନ ନେଇ ଗୁରୁବାର ଦିନ କ୍ରିୟାନୁଷ୍ଠାନ କମିଟି ର ଆହ୍ୱାନ ରେ ୭ଗୋଟି ପଞ୍ଚାୟତ ବାସୀ ଧର୍ମଗଡ଼ ଉପଜିଲ୍ଲାପାଳ ମାଧ୍ୟମରେ ଓଡିଶା ମୁଖ୍ୟମନ୍ତ୍ରୀ ଉଦ୍ୟେଶରେ ଏକ ଦାବୀ ପତ୍ର ଦେଇଛନ୍ତି।


ଏକ ଶୋଭାଯାତ୍ରା ଉପଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚିଥିଲା।କ୍ରିୟାନୁଷ୍ଠାନ କମିଟି ଉପଜିଲ୍ଲାପାଳ ଙ୍କ ଅନୁପସ୍ଥିତି ରେ ସହକାରୀ ଜିଲ୍ଲାପାଳ ଶ୍ରୀକାନ୍ତ ଶତପଥି ଙ୍କୁ ଦାବୀ ପତ୍ର ପ୍ରଦାନ କରିଥିଲେ।ଏହି ଦାବୀପତ୍ର ପ୍ରଦାନ ବେଳେ କାଙ୍କେରୀ, କନାଗାଁ, ଡୁମେରଗୁଡା, ଟିପିଗୁଡା, ସନ୍ଧିକୁଳିହାରୀ, ଖମାର ହଳଦୀ, ଛୀଲିପା ପଞ୍ଚାୟତ ଆଦି ରହିଅଛି। ବିଗତ ସରକାର ଥିଲା ସମୟରେ ମଧ୍ୟ କାଙ୍କେରୀ ଠାରେ ନୂତନ ବ୍ଲକ ସ୍ଥାପନ ନେଇ ଦାବୀ କରିଥିବା ବେଳେ ସରକାର ତରଫରୁ ଅଫିସର ଆସି ଭିତ୍ତିଭୂମି ଅନୁସନ୍ଧାନ କରି ସରକାର ଙ୍କୁ ପଜିଟିଭ୍ ରିପୋର୍ଟ ଦେଇଥିବା କ୍ରିୟାନୁଷ୍ଠାନ କମିଟିର ଆବାହକ କାଙ୍କେରୀ ସରପଞ୍ଚ ମମତା କେତକୀ ପ୍ରକାଶ କରିଥିଲେ। ଦାବିପତ୍ର ପ୍ରଦାନ ସମୟରେ କାଙ୍କେରୀ ସରପଞ୍ଚ ମମତା କେତକୀ, ସମିତି ସଭ୍ୟା ଜ୍ୟୋତ୍ସ୍ନାମୟୀ ଛତ୍ରିଆ, କ୍ରିୟାନୁଷ୍ଠାନ କମିଟି ର ଅସ୍ଥାୟୀ ସଭାପତି ବିଶ୍ୱନାଥ ଛତ୍ରିଆ, ସମ୍ପାଦକ ଶ୍ୟାମଘନ କେତକୀ, ମହେଶ୍ୱର ସୁନାନୀ, ଭବେନ୍ଦ୍ର ଘି, ଲଳିତ ବାଗ, କୁମୁଦ ମେହେର, ଧୀରେନ୍ଦ୍ର ପୁରହିତ୍ , ଦୟା କେତକୀ , ଶିମାନ ଛତ୍ରିଆ,ଦିଲୀପ ବାଗ,ବଂଶୀ କୈବର୍ତ୍ତ, ମନୁଧର କେତକୀ,ହରଦିପ, ସୁଧିର ପ୍ରମୁଖ ଉପସ୍ଥିତ ରହିଥିଲେ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Leave a Reply

Your email address will not be published. Required fields are marked *

You may have missed

ମିଶନ ଶକ୍ତି ବିଭାଗର ସମୀକ୍ଷା ବୈଠକ : ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ଉଦ୍ୟୋଗି ଭାବେ ଗଢ଼ି ତୋଳିବାକୁ ପ୍ରାଥମିକତା ଭୁବନେଶ୍ୱର, ୨୨.୦୨.୨୦୨୬ : ଭୁବନେଶ୍ୱରସ୍ଥିତ ମିଶନ ଶକ୍ତି ଭବନଠାରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କ ଅଧ୍ୟକ୍ଷତାରେ ମିଶନ ଶକ୍ତି ବିଭାଗ ଏବଂ ଓଡ଼ିଶା ଜୀବିକା ମିଶନର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ବିଭାଗର ସମସ୍ତ ଶାଖାର କାର୍ଯ୍ୟକଳାପ ଓ ଜିଲ୍ଲାଭିତ୍ତିକ ପ୍ରଗତି ଉପରେ ସମୀକ୍ଷା କରାଯାଇଛି । ମାନ୍ୟବର ଉପମୁଖ୍ୟମନ୍ତ୍ରୀ ପ୍ରତ୍ୟେକ ଜିଲ୍ଲାର କାର୍ଯ୍ୟକଳାପ ଉପରେ ସମୀକ୍ଷା କରିଛନ୍ତି। ଚଳିତ ଆର୍ଥିକ ବର୍ଷର ସଫଳତା, ବିଭିନ୍ନ ଯୋଜନାର ପ୍ରଗତି, ବ୍ଯାଙ୍କ ଋଣ, ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ସୁଧ ଫେରସ୍ତ, ମହିଳାମାନଙ୍କୁ ଉଦ୍ୟୋଗପତି ଭାବେ ଗଢି ସେମାନଙ୍କ ଆୟବୃଦ୍ଧି କରିବା ସମ୍ପର୍କିତ ପଦକ୍ଷେପଗୁଡ଼ିକୁ ସେ ପର୍ଯ୍ୟବେକ୍ଷଣ କରିଛନ୍ତି । ଜିଲ୍ଲା ସ୍ତରୀୟ କର୍ମକର୍ତ୍ତା ମାନଙ୍କୁ ସମ୍ବୋଧିତ କରି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ମିଶନ ଶକ୍ତି ବିଭାଗ ମାଧ୍ୟମରେ ଓଡ଼ିଶାର ଲକ୍ଷାଧିକ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସହିତ ଯୋଡ଼ି ଆର୍ଥିକ, ସାମାଜିକ ଓ ଡିଜିଟାଲ ଭାବେ ସଶକ୍ତ ହୋଇପାରିଛନ୍ତି । ଏହି ବିଭାଗ ମହିଳାମାନଙ୍କୁ କେବଳ ଆତ୍ମନିର୍ଭର କରିବାରେ ସୀମିତ ରହିନାହିଁ, ସେମାନଙ୍କୁ ସଫଳ ଉଦ୍ୟୋଗୀ ଓ ସମାଜର ଅଗ୍ରଗାମୀ ନେତୃତ୍ୱ ଭାବେ ଗଢ଼ି ତୋଳିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଅଛି । ମିଶନ ଶକ୍ତି ଆଜି ମହିଳା ସଶକ୍ତିକରଣର ଏକ ଶକ୍ତିଶାଳୀ ଆନ୍ଦୋଳନରେ ପରିଣତ ହୋଇଛି, ଯାହା ମହିଳାମାନଙ୍କ ଜୀବନମାନ ଉନ୍ନତି ସହିତ ରାଜ୍ୟର ଆର୍ଥିକ ଉନ୍ନତିରେ ମଧ୍ୟ ମୂଲ୍ୟବାନ ଅବଦାନ ରଖୁଛି। ମହିଳାମାନଙ୍କୁ ଉଦ୍ୟୋଗୀ ଭାବେ ଗଢି ଅଧିକରୁ ଅଧିକ ‘ଲକ୍ଷପତି ଦିଦି’ ଏବଂ ‘ମହାଲକ୍ଷପତି ଦିଦି’ ପରିଣତ କରିବା ସରକାରଙ୍କ ପ୍ରାଥମିକ ଲକ୍ଷ୍ୟ ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ମତ ରଖିଛନ୍ତି । ଏଥି ପାଇଁ ଆସନ୍ତା ଆର୍ଥିକ ବର୍ଷରେ ବଜାର ସଂଯୋଗ, ଦକ୍ଷତା ବୃଦ୍ଧି, ପ୍ରଶିକ୍ଷଣ, ଆର୍ଥିକ ସହାୟତା ଓ ଡିଜିଟାଲ ସଶକ୍ତିକରଣ ଉପରେ ବିଶେଷ ଗୁରୁତ୍ୱ ଦିଆଯିବ । ଏହି ପଦକ୍ଷେପଗୁଡ଼ିକ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାମାନଙ୍କୁ ସ୍ଥାୟୀ ଜୀବିକା ଓ ସୁଦୃଢ଼ ଆର୍ଥିକ ସ୍ଥିତି ପ୍ରଦାନ କରିବ । ବୈଠକରେ ଚଳିତ ଆର୍ଥିକ ବର୍ଷର ଲକ୍ଷ୍ୟ ପୂରଣ ସହ ଆସନ୍ତା ଆର୍ଥିକ ବର୍ଷ ପାଇଁ ନିର୍ଦ୍ଧାରିତ ପ୍ରଥମିକତା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା, ଯାହା ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ଆର୍ଥିକ ଭାବେ ଆହୁରି ସଶକ୍ତ କରିବା ସହିତ ଉଦ୍ୟୋଗୀ ଭାବେ ପ୍ରତିଷ୍ଠିତ କରିବ । ଏହି ସମୀକ୍ଷା ବୈଠକରେ ମିଶନ ଶକ୍ତି ବିଭାଗର କମିଶନର-ତଥା-ସଚିବ ସୁଶ୍ରୀ ମାନସୀ ନିମ୍ବାଲ, ନିର୍ଦ୍ଦେଶିକା ଡ଼. ମୋନିକା ପ୍ରିୟଦର୍ଶିନୀଙ୍କ ସମେତ ମିଶନ ଶକ୍ତି ବିଭାଗ ଏବଂ ଓଡ଼ିଶା ଜୀବିକା ମିଶନର ବରିଷ୍ଠ ଅଧିକାରୀ ଏବଂ ସମସ୍ତ ଜିଲ୍ଲାର ଅଧିକାରୀମାନେ ଉପସ୍ଥିତ ଥିଲେ । ମହିଳା ସଶକ୍ତିକରଣ, ମହିଳା ନେତୃତ୍ୱାଧୀନ ବିକାଶ ଏବଂ ମହିଳାମାନଙ୍କୁ ଆର୍ଥିକ ଭାବେ ସ୍ୱାବଳମ୍ବୀ କରିବା ଦିଗରେ ମିଶନ ଶକ୍ତି ବିଭାଗର ଏହି ସମୀକ୍ଷା ବୈଠକ ଏକ ଦୃଢ଼ ପଦକ୍ଷେପ ବୋଲି ଆଶା କରାଯାଇଛି ।