July 1, 2025
Home » କୁଜଙ୍ଗ ବ୍ଲକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର

କୁଜଙ୍ଗ ବ୍ଲକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର

0
WhatsApp Image 2024-08-06 at 11.59.45 AM

ତିର୍ତୋଲ 6/8 ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର କୁଜଙ୍ଗ ବ୍ଲକ୍ କାର୍ଯ୍ୟାଳୟ(ସୂଚନା କେନ୍ଦ୍ର )ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଭାରପ୍ରାପ୍ତ ଜିଲ୍ଲାପାଳ ଶ୍ରୀ ସମ୍ବିତ କୁମାର ରାଉତ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ଆଜି ମୋଟ 197 ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ 184 ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ 13 ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରେସନ୍ କାର୍ଡ ସମସ୍ୟା ସମ୍ପର୍କୀୟ 11 ଟି, ଆବାସ ଯୋଜନା ସମ୍ପର୍କୀୟ 47 ଟି, ଜମିଜମା ସମସ୍ୟା ସମ୍ପର୍କୀୟ 94 ଟି, ଭତ୍ତା ପାଇବା ପାଇଁ 05 ଟି,ପୋଲିସ ସହାୟତା ନିମନ୍ତେ 03 ଟି ଏବଂ ଅନ୍ୟାନ୍ୟ 14 ଟି ଅଭିଯୋଗର ଶୁଣାଣି କରାଯାଇଥିଲା। 10 ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ରାହୁଲ ପି. ଆର, ଜିଲ୍ଲା ପରିଷଦ ର ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ ଶ୍ରୀ ରବିନାରାୟଣ ଜେଠୀ ,ଉପଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁ , ଗୋଷ୍ଠୀ ଉନ୍ନୟନ ଅଧିକାରୀ କୁଜଙ୍ଗ, ଶ୍ରୀ ଦୀପକ ପ୍ରସାଦ ସ୍ୱାଇଁ,ତହସିଲଦାର, କୁଜଙ୍ଗ , ପୁଷ୍ପଶ୍ରୀ ସାଣ୍ଡିଲ, ଏସ୍ ଡି ପିଓ, ତିର୍ତ୍ତୋଲ ଶ୍ରୀ ଚିନ୍ମୟ ରାଉତ ,ପାରାଦ୍ଵୀପ ପୌର ପରିଷଦ ର ନିର୍ବାହୀ ଅଧିକାରୀ ଶ୍ରୀ ଅଭିଷେକ ପଣ୍ଡା , ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।

ତିର୍ତୋଲ ଈପିଏ ରୁ ଶ୍ରୀବତ୍ସ ପାଢ଼ୀ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ ଏଜେନ୍ସି )

Leave a Reply

Your email address will not be published. Required fields are marked *