August 21, 2026
Home » କ୍ଲଷ୍ଟର ସ୍ତରୀୟ ତ୍ରି ଦିବସୀୟ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି କର୍ମଶାଳା ଅନୁଷ୍ଠିତ

କ୍ଲଷ୍ଟର ସ୍ତରୀୟ ତ୍ରି ଦିବସୀୟ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି କର୍ମଶାଳା ଅନୁଷ୍ଠିତ

0
WhatsApp Image 2026-02-02 at 4.53.18 PM

 

ସୁବର୍ଣ୍ଣପୁର– ସୋମବାର ସୋନପୁର ବ୍ଲକ ଖରଝୁରା କ୍ଲଷ୍ଟର ମହୁଲେ ସରକାରୀ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ତ୍ରି ଦିବସୀୟ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି କର୍ମଶାଳା ଉଦଘାଟିତ ହୋଇଯାଇଛି l ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଦୁର୍ଯ୍ୟୋଧନ ମେହେର ଙ୍କ ତତ୍ତ୍ୱାବଧାନ ରେ କ୍ଲଷ୍ଟର ର ଆଠଟି ବିଦ୍ୟାଳୟ ରୁ ଶିକ୍ଷକ ଶିକ୍ଷୟିତ୍ରୀ ଅଂଶଗ୍ରହଣ କରି ବିଭିନ୍ନ ଶ୍ରେଣୀ ଉଦ୍ଦିଷ୍ଟ ବିଭିନ୍ନ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତ କରିଥିଲେ l ଆଜିର ଉଦଘାଟନୀ ଦିବସ ରେ ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ତଥା ଜାତୀୟ ପୁରସ୍କାର ପ୍ରାପ୍ତ ଟେରାକୋଟା ଶିଳ୍ପୀ ମୁକୁନ୍ଦ ରଣା ଯୋଗ ଦେଇ ମାଟିରେ ବିଭିନ୍ନ ସାମଗ୍ରୀ ପ୍ରସ୍ତୁତ କରିବାର କଳା ପ୍ରଦର୍ଶନ କରିଥିଲେ l ଶିକ୍ଷକ ଶିକ୍ଷୟିତ୍ରୀ ମାନେ ଶିକ୍ଷଣ ସାମଗ୍ରୀ ନିର୍ମାଣ କରି ତାର ବ୍ୟବହାର ଓ ଶିକ୍ଷାର୍ଥୀ ମାନଙ୍କ ଉପରେ ତାର ଦୀର୍ଘମିଆଦି ପ୍ରଭାବକୁ ଆଲୋଚନା କରିଥିଲେ l ତିନିଦିନ ଧରି ଚାଲିବାକୁ ଥିବା ଏହି କର୍ମଶାଳା ରେ ଖରଝୁରା କ୍ଲଷ୍ଟର ର କମ୍ବୁ ମଟlରୀ, ମନୋରମା କୁମ୍ଭାର, ସୀମା ମହାଲିଙ୍ଗ, ଉପେନ୍ଦ୍ର ଦେହେରୀ ,ସବିତା ବିଦ୍ୟାଧର, ସୁଦାମ ପୁଟେଲ, ରିତା ବହିଦାର, ଝରଣା ନାଏକ, ଅପର୍ଣ୍ଣା ଅପରୂପା ମହାନ୍ତି, ଉପେନ୍ଦ୍ର ଦେହେରୀ, ଦିଲୀପ ପାତ୍ର, ଅରୁଣା ମିଶ୍ର, ଯମୁନା ସୁନା,ପୁଷ୍ପାଞ୍ଜଳି ମିଶ୍ର ଅଂଶଗ୍ରହଣ କରି କର୍ମଶାଳା କୁ ସଫଳ କରିଥିଲେ l କର୍ମଶାଳାର ପ୍ରଥମ ଦିନର କାର୍ଯ୍ୟକ୍ରମ ସମାପ୍ତି ପରେ ସମସ୍ତ ସାମଗ୍ରୀ କୁ ଶ୍ରେଣୀ ଗୃହରେ ସଜ୍ଜିତ କରି ପ୍ରଧାନଶିକ୍ଷକ କାର୍ତ୍ତିକ ସାହୁଙ୍କୁ ଅର୍ପଣ  କରାଯାଇଥିଲା l

 

ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ..

Leave a Reply

Your email address will not be published. Required fields are marked *

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।