August 25, 2026
Home » ଗଞ୍ଜାମ ବ୍ଲକରେ ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣୀ ଶିବିର

ଗଞ୍ଜାମ ବ୍ଲକରେ ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣୀ ଶିବିର

0
WhatsApp Image 2026-08-25 at 12.59.25 PM (1)

 

ଛତ୍ରପୁର,: ଗଞ୍ଜାମ ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି।

ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନ ଓ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ ହରିଶ ବିସିଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଜନସାଧାରଣଙ୍କ ଅଭିଯୋଗ ଶୁଣିଥିଲେ।

ଜିଲ୍ଲାପାଳ ମୋଟ ୧୫୫ଟି ଅଭିଯୋଗର ଶୁଣାଣୀ କରିଥିଲେ। ସେଥିମଧ୍ୟରୁ ୧୨୫ଟି ବ୍ୟକ୍ତିଗତ ଓ ୩୦ଟି ସାମୂହିକ ଅଭିଯୋଗ ରହିଥିଲା। କେତେକ ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ଅଭିଯୋଗର ଶୀଘ୍ର ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ।

ଏହି ଅବସରରେ ରେଡକ୍ରସ ପାଣ୍ଠିରୁ ୫ ଜଣ ହିତାଧିକାରୀଙ୍କୁ ମୋଟ ୪୫ ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଥିଲା। ଜଣେ ଦିବ୍ୟାଙ୍ଗଙ୍କୁ ଟ୍ରାଇସାଇକେଲ ଓ ଅନ୍ୟ ଜଣଙ୍କୁ ହ୍ୱିଲଚେୟାର ପ୍ରଦାନ କରାଯାଇଥିଲା। ସେହିପରି ୧୦ ଜଣଙ୍କୁ ରାସନ କାର୍ଡ ଏବଂ ୧୪ ଜଣଙ୍କୁ ନୂଆ ପେନସନ ଯୋଜନାର ସୁବିଧା ପ୍ରଦାନ କରାଯାଇଥିଲା।

କାର୍ଯ୍ୟକ୍ରମରେ ଛତ୍ରପୁର ଉପଜିଲ୍ଲାପାଳ ଶିବାଶିଷ ବରାଳ,ଗଞ୍ଜାମ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ, ଗଞ୍ଜାମ ବିଡିଓ ଅଚ୍ୟୁତାନନ୍ଦ ଯାନୀ, ଗଞ୍ଜାମ ତହସିଲଦାର ସୁକାନ୍ତ ମିଶ୍ରଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *