July 5, 2025
Home » ଗୁଡ଼ାରୀ ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ଗୁଡ଼ାରୀ ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

0
WhatsApp Image 2024-12-17 at 1.28.51 PM

ରାୟଗଡ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀଙ୍କ ନିର୍ଦେଶରେ ଅତିରକ୍ତ ଜିଲ୍ଲାପାଳ ଶ୍ରୀ ଭାସ୍କର ରଇତଙ୍କ ଅଧ୍ୟକ୍ଷତାରେ ଗୁଡ଼ାରୀ ବ୍ଲକ ରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି l ଏହି ଶିବିରରେ ଜିଲ୍ଲାମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ, ରାୟଗଡ, ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁ, ଅତିରକ୍ତ ଆରୋକ୍ଷୀ ଅଧିକ୍ଷକ ବିଷ୍ଣୁପ୍ରସାଦ ପlତ୍ର,ଜିଲ୍ଲା ମୁଖ୍ୟ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଲାଲମୋହନ ରାଉତରାୟ, ପଂଚାୟତ ସମିତି ଅଧ୍ୟକ୍ଷା, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଯୋଗଦାନ କରି ଅଭିଯୋଗ ମାନ ଶୁଣାଣି କରିଥିଲେ l ଅନ୍ୟାନ୍ୟ ଜିଲ୍ଲାସ୍ଥରୀୟ ଅଧିକାରୀମାନେ ଯୋଗଦେଇଥିଲେ l ଏହି ଅଭିଯୋଗ ଶିବିରରେ ମୋଟ ୩୭ଟି ଅଭିଯୋଗ ଆସିଥିଲା l ସେଥିରୁ ୩୦ଗୋଟି ବ୍ୟକ୍ତିଗତ ହୋଇଥିବାବେଳେ ୭ଗୋଟି ସାମୁହିକ ଅଭିଯୋଗ ଆସିଥିଲl l ଅଭିଯୋଗ ଗୁଡ଼ିକ ପାଇଲା ପରେ ସମ୍ପୃକ୍ତ ବିଭାଗକୁ ସମାଧାନ କରିବାକୁ ହସ୍ତାନ୍ତର କରାଯିବ l

ରାୟଗଡା ଜିଲ୍ଲା ଇପିଏ ରୁ ତିରୁମାଲା ପ୍ରସାଦ ପଟ୍ଟନାୟକ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ ଏଜେନ୍ସି )

Leave a Reply

Your email address will not be published. Required fields are marked *