August 20, 2026
Home » ଚାଷୀ ଭାଇ ଭଉଣୀ ମାନଙ୍କୁ ସିଏମ କିଷାନ ସହାୟତା ରାଶି ହସ୍ତାନ୍ତର

ଚାଷୀ ଭାଇ ଭଉଣୀ ମାନଙ୍କୁ ସିଏମ କିଷାନ ସହାୟତା ରାଶି ହସ୍ତାନ୍ତର

0
WhatsApp Image 2025-08-27 at 2.26.23 PM

ରାୟଗଡ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ଠାରେ ତା. ୨୭/୦୮ ଆଜି ଅନୁଷ୍ଠିତ ସିଧା ପ୍ରସାରଣ କାର୍ଯ୍ୟକ୍ରମ ମାଧ୍ୟମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀଙ୍କ ଦ୍ୱାରା ସି ଏମ କିଶାନ ସହାୟତା ରାଶି ଅନ୍ତର୍ଗତ ରବି ୨୦୨୫-୨୬ ଆର୍ଥିକ ବର୍ଷରେ ଚାଷୀ ମାନଙ୍କ ଜମାଖାତାକୁ ହସ୍ତାନ୍ତର କାର୍ଯ୍ୟକ୍ରମକୁ ରାୟଗଡ କୃଷି ଜିଲ୍ଲା ବିଭାଗ ତରଫରୁ ମୁଖ୍ୟ ଅତିଥି ମାନ୍ୟବର ବିଧାୟକ ରାୟଗଡ ଶ୍ରୀଯୁକ୍ତ କାଡ୍ରlକା ଅlପ୍ପlଲ ସ୍ୱାମୀ ସହ ସଭାପତିତ୍ବ କରିଥିଲେ ଜିଲ୍ଲାପାଳ ଆଶୁତୋଷ କୁଲକର୍ଣି(ଭା. ପ୍ର .ସେ),ସମ୍ମାନୀତ ଅତିଥି ଗଣ ଏସ.କେ ଏହେସାନ – ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ରାୟଗଡ,ବରିଷ୍ଠ ବୈଜ୍ଞାନିକ ତଥା କୃଷି ବିଜ୍ଞାନ କେନ୍ଦ୍ର ରାୟଗଡ ମୁଖ୍ୟ ଡକ୍ଟର ସୁସ୍ମିତା ମହାନ୍ତି ,କୃଷି ଜିଲ୍ଲା ଅଧିକାରୀ ଗୁଣୁପୁର ଦିବ୍ୟ ସ୍ୱରୂପ ପଣ୍ଡା ,କୃଷି ଜିଲ୍ଲା ଅଧିକାରୀ ମୁନିଗୁଡା ପ୍ରକାଶ ଚନ୍ଦ୍ର ବେହେରା,ବିଭିନ୍ନ ବିଭାଗୀୟ ଅଧିକାରୀଙ୍କ ସମେତ ପ୍ରାୟ ୧୫୦ରୁ ଉର୍ଦ୍ଧ ଚାଷୀ ଉପସ୍ଥିତ ରହି ଦେଖିଥିଲେ।

ଏହି କାର୍ଯ୍ୟକ୍ରମରେ ବିଶେଷ ଭାବରେ ମୁଖ୍ୟ ମନ୍ତ୍ରୀ ପବିତ୍ର ଗଣେଶ ପୂଜା ଓ ନୂଆଖାଇ ଅବସରରେ ରାଜ୍ୟର ୫୧ ଲକ୍ଷରୁ ଉର୍ଦ୍ଧ କ୍ଷୁଦ୍ର,ନାମ ମାତ୍ର ଓ ଭୂମିହୀନ ଚାଷୀଙ୍କ ଜମା ଖାତାକୁ ୨୦୦୦ ଟଙ୍କା ଲେଖାଏ ପ୍ରାୟ ୧୦୪୧ କୋଟିରୁ ଉର୍ଦ୍ଧ୍ବ ଅର୍ଥ ରାଶି ଚାଷ କ୍ଷେତ୍ରରେ ସହ ଯୋଗ ନିମନ୍ତେ ପ୍ରଦାନ କରିବେ ।ଏହି ଅବସରରେ ରାୟଗଡ ଜିଲ୍ଲାର ୮୬୮୯୩ ଜଣ କ୍ଷୁଦ୍ର ଚାଷୀ ଏହି ସୁବିଧାର ଉପକୃତ ହେବା ସହ ଜମାଖାତା କୁ ପ୍ରତ୍ୟେକ ୨୦୦୦ ଟଙ୍କା ହସ୍ତାନ୍ତର କରାଯାଇଛି। ସମସ୍ତ କାର୍ଯ୍ୟକ୍ରମକୁ ଶ୍ରୀ ଉତ୍ତମ କୁମାର ଦାସ ସହକାରୀ ବୈଷୟିକ ପରିଚାଳକ କୃଷି ବିଭାଗ ମୁନିଗୁଡା ମଞ୍ଚ ପରିଚାଳନା କରିଥିଲେ।

ରିପୋର୍ଟ: ରାୟଗଡ଼ା ଜିଲ୍ଲା ଈପିଏରୁ ତିରୁମାଲା ପ୍ରସାଦ ପଟ୍ଟନାୟକ

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed