August 21, 2026
Home » ଜଗନ୍ନାଥ ପ୍ରସାଦଠାରେ ଜିଲ୍ଲାସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ

ଜଗନ୍ନାଥ ପ୍ରସାଦଠାରେ ଜିଲ୍ଲାସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ

0
WhatsApp Image 2026-05-12 at 1.34.30 PM (1)

ଛତ୍ରପୁର: ଜଗନ୍ନାଥ ପ୍ରସାଦ ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଆଜି ସକାଳ ୭ ଘଟିକା ଠାରୁ ୧୦ଘଟିକା ପର୍ଯ୍ଯନ୍ତ ଜିଲ୍ଲା ସ୍ତରୀୟ ଜନଶଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଜିଲ୍ଲା ସ୍ତରୀୟ ଶିବିରରେ ଜିଲ୍ଲାପାଳ ଓ୍ବି. କୀର୍ତ୍ତି ଓ୍ବାସନ୍, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶୁଭେନ୍ଦୁ କୁମାର ପାତ୍ର, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସମୀର କୁମାର ଜେନା, ଭଞ୍ଜନଗର ଉପ ଜିଲ୍ଲାପାଳ ଉମା ଶଙ୍କର ବେହେରା ଉପସ୍ଥିତ ରହି ମିଳିତ ଜନଶୁଣାଣୀ କରିଥିଲେ ।
ଏହି ଅଭିଯୋଗ ଶୁଣାଣୀ ଶିବିରରେ ମୋଟ ୧୩୫ଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା । ସେଥି ମଧ୍ଯରୁ ୧୪ଟି ସାମୁହିକ ଓ ଅବଶିଷ୍ଟ ୧୧୯ଟି ବ୍ଯକ୍ତିଗତ ଅଭିଯୋଗ ରହିଥିଲା । ରେଡକ୍ରସ୍ ପାଣ୍ଠିରୁ ୨ ଜଣଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା ।
ଜନଶୁଣାଣି ଶିବିରରେ ମୁଖ୍ଯତଃ ମଧୁବାବୁ ପେନସନ୍, ପ୍ରଧାନ ମନ୍ତ୍ରୀ ଆବାସ ଓ ଅନ୍ତ୍ଯୋଦୟ ଗୃହ .ଯୋଜନା, ରାସନ୍ କାର୍ଡ, ଜମିଜମା, ଶିକ୍ଷା, ସ୍ବାସ୍ଥ୍ଯ, ଚିକିତ୍ସା ଆଦିର ଦରଖାସ୍ତ ହସ୍ତଗତ ହୋଇଥିଲା । ଶିବିରରେ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଯୋଗ ଦେଇଥିଲେ ।।

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed