August 22, 2026
Home » ଜଗନ୍ନାଥ ସେବା ସମିତି ପକ୍ଷରୁ ଗରିବ ମହିଳା ଙ୍କୁ ନୁଆଖାଇ ଉପହାର, ଏଯାଏଁ ୨୫ଶହ ଶାଢ଼ୀ ବିତରଣ

ଜଗନ୍ନାଥ ସେବା ସମିତି ପକ୍ଷରୁ ଗରିବ ମହିଳା ଙ୍କୁ ନୁଆଖାଇ ଉପହାର, ଏଯାଏଁ ୨୫ଶହ ଶାଢ଼ୀ ବିତରଣ

0
WhatsApp Image 2025-08-24 at 1.04.59 PM

ଧର୍ମଗଡ ର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ଜଗନ୍ନାଥ ସେବା ସମିତି ପକ୍ଷରୁ ଅସହାୟ ଗରିବ ମହିଳାଙ୍କୁ ମାଗଣାରେ ଶାଢୀ ବଣ୍ଟନ କରାଯାଉଛି। ଆସନ୍ତା ନୂଆଖାଇ ରେ ଗରିବ ମହିଳାମାନେ ନୂଆ ଶାଢ଼ୀ ପିନ୍ଧି ଯେପରି ନୂଆଁ ଖାଇ ପାରିବେ ତାହାକୁ ଦୃଷ୍ଟିରେ ରଖି ଜଗନ୍ନାଥ ସେବା ସମିତି ର ଅଧ୍ୟକ୍ଷ ବିଷ୍ଣୁ ପ୍ରସାଦ ଅଗ୍ରୱାଲ ଏଭଳି ଜନ କଲ୍ୟାଣ ପଦକ୍ଷେପ ଗ୍ରହଣ କରିଛନ୍ତି ।ଜଗନ୍ନାଥ ସେବା ସମିତି ପକ୍ଷରୁ ଏପର୍ଯ୍ୟନ୍ତ ୨୫ଶହ ଶାଢ଼ୀ ବିତରଣ ସରିଲାଣି। ଏହି ପରିପ୍ରେକ୍ଷୀରେ ଆଜି ଧର୍ମଗଡ ବ୍ଲକ ଅନ୍ତର୍ଗତ ବାଗବାହାଲି ଗ୍ରାମଠାରେ ଆଜି ୪୦ଜଣ ମହିଳାଙ୍କୁ ଶାଢୀ ପ୍ରଦାନ କରାଯାଇଥିଲା।


ଜଗନ୍ନାଥ ସେବା ସମିତିର ଅଧ୍ୟକ୍ଷ ବିଷ୍ଣୁ ପ୍ରସାଦ ଅଗ୍ରୱାଲ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଧର୍ମଗଡ ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ଆଇନଜୀବୀ ଥବିର ପ୍ରସାଦ ସାହୁ ମୂଖ୍ୟ ଅତିଥି ଭାବେ ଯୋଗଦେଇ ଥିବା ବେଳେ ସମାଜସେବୀ ହୃଷିକେଶ ମିଶ୍ର,ବରିଷ୍ଠ ସାମ୍ୱାଦିକ ବିଦ୍ୟାଧର ସାହୁ,ୱାର୍ଡ ସଭ୍ୟା ପଦ୍ମିନୀ ଭଇଁସାଲ, ଘାସିରାମ ଭଇଁସାଲ ପ୍ରମୁଖ ଯୋଗଦେଇ ଗରିବ ମହିଳା ମାନଙ୍କୁ ଶାଢୀ ପ୍ରଦାନ କରିଥିଲେ।ପଶ୍ଚିମ ଓଡ଼ିଶାର ଗଣ ପର୍ବ ନୂଆଖାଇ ଅବସରରେ କଳାହାଣ୍ଡି ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଥିବା ଗରୀବ ମହିଳାଙ୍କୁ ଏପର୍ଯ୍ୟନ୍ତ ମାଗଣାରେ ୨୫ଶହ ଶାଢୀ ବଣ୍ଟନ କରା ଯାଇ ସାରିଲାଣି ଓ ଆଗାମୀ ଦିନରେ ତରାପୁର ତଥା ବିଭିନ୍ନ ସ୍ଥାନରେ ମେଗା ସ୍ୱାସ୍ଥ୍ୟ ଶିବିର ର ଆୟୋଜନ କରାଯିବ ବୋଲି ଜଗନ୍ନାଥ ସେବା ସମିତି ର ଅଧକ୍ଷ ବିଷ୍ଣୁ ପ୍ରସାଦ ଅଗ୍ରୱାଲ ପ୍ରକାଶ କରିଛନ୍ତି।

କଳାହାଣ୍ଡି ଇପିଏ ରୁ ବିଦ୍ୟାଧର ସାହୁ ଙ୍କ ରିପୋର୍ଟ
ଇପିଏ ନିଉଜ

Leave a Reply

Your email address will not be published. Required fields are marked *

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।