August 20, 2026
Home » ଜିନ୍ଦଲ ଫାଉଣ୍ଡେସନ ପକ୍ଷରୁ ଚକ୍ଷୁ ଚିକିତ୍ସା ଶିବିର

ଜିନ୍ଦଲ ଫାଉଣ୍ଡେସନ ପକ୍ଷରୁ ଚକ୍ଷୁ ଚିକିତ୍ସା ଶିବିର

0
WhatsApp Image 2026-02-26 at 11.49.44 AM

ଯୋଡ଼ା – ଜିନ୍ଦଲ ଷ୍ଟିଲର ସାମାଜିକ ସଂସ୍ଥା ଜିନ୍ଦଲ ଫାଉଣ୍ଡେସନର ପ୍ରମୁଖ କାର୍ଯ୍ୟକ୍ରମ ‘ଦୃଷ୍ଟି’ ଅଧୀନରେ ଏବଂ କେନ୍ଦୁଝର ଏଲଭି ପ୍ରସାଦ ଚକ୍ଷୁ ଅନୁଷ୍ଠାନ ସହଯୋଗରେ ବଡ଼ବିଲ ପେଲେଟ ପ୍ଲାଣ୍ଟ, ଟେନ୍ସା ମାଇନ୍ସ ଓ କାଶିଆ ମାଇନ୍ସ ଅଞ୍ଚଳରେ ଚକ୍ଷୁ ଚିକିତ୍ସା ଶିବିର ଆୟୋଜିତ ହୋଇଯାଇଛି।ପେଲେଟ ପ୍ଲାଣ୍ଟ ପାର୍ଶ୍ୱବର୍ତ୍ତୀ ଦେଓଝର ଗ୍ରାମ ପଞ୍ଚାୟତରେ ଆୟୋଜିତ ଚକ୍ଷୁ ଚିକିତ୍ସା ଶିବିରକୁ ପେଲେଟ ପ୍ଲାଣ୍ଟ ୟୁନିଟ ହେଡ୍ ଶ୍ରୀ ସତୀଶ ସିନ୍ଦୁରିଆ ଉଦଘାଟନ କରିଥିଲେ। ଏଥିରେ ସ୍ଥାନୀୟ ଲୋକ ପ୍ରତିନିଧି, ଗ୍ରାମର ବହୁ ବିଶିଷ୍ଟ ଲୋକ ଓ ସିଏସଆର ବିଭାଗର ଅଧିକାରୀ ଉପସ୍ଥିତ ଥିଲେ। ଏହି ଶିବିରରେ ୨୧୪ ଜଣ ଚକ୍ଷୁ ପରୀକ୍ଷା କରାଇଥିଲେ।ଟେନସାରେ ଆୟୋଜିତ ଚକ୍ଷୁ ଚିକିତ୍ସା ଶିବିରରେ ୧୦୫ ଜଣଙ୍କର ଚକ୍ଷୁ ପରୀକ୍ଷା କରାଯାଇଥିଲା। ଏଥିରେ ସରକାରୀ ଅଧିକାରୀ, ସ୍ଥାନୀୟ ଜନପ୍ରତିନିଧି, ଟେନସା ମାଇନ୍ସର ଅଧିକାରୀ ଉପସ୍ଥିତ ଥିଲେ।କାଶିଆ ମାଇନ୍ସରେ ଆୟୋଜିତ ଚକ୍ଷୁ ଚିକିତ୍ସା ଶିବିରକୁ ଜିନ୍ଦଲ ଷ୍ଟିଲର ବିକେଟିଆର କ୍ଲଷ୍ଟର ମୁଖ୍ୟ ଶ୍ରୀ ପ୍ରମୋଦ କୁମାର ପାତ୍ର ଉଦଘାଟନ କରିଥିଲେ। ଏଥିରେ ସ୍ଥାନୀୟ ଲୋକ ପ୍ରତିନିଧି, ବଡ଼ବିଲ ଓ ବାସୁଦେବପୁର ଗୋଷ୍ଠୀ ଚକିତ୍ସା କେନ୍ଦ୍ରର ବରିଷ୍ଠ ଅଧିକାରୀଙ୍କ ସମେତ ଗ୍ରାମବାସୀ, କାଶିଆ ମାଇନ୍ସର ଅଧିକାରୀ, ସିଏସଆର ଅଧିକାରୀ ଓ ସ୍ୱାସ୍ଥ୍ୟ ସଂଗିନୀ ଉପସ୍ଥିତ ଥିଲେ। ଏଥିରେ ମୋଟ ୩୪୦ ଜଣ ଚକ୍ଷୁ ପରୀକ୍ଷା କରାଇଥିଲେ। ସେମାନଙ୍କ ମଧ୍ୟରୁ ୨୪୦ ଜଣଙ୍କୁ ମାଗଣା ଚଷମା ପ୍ରଦାନ କରାଯାଇଥିଲେ।ପାରିପାର୍ଶ୍ୱିକ ଅଞ୍ଚଳର ଶିକ୍ଷା, ସ୍ୱାସ୍ଥ୍ୟ, କୃଷି, କ୍ରୀଡ଼ା ଓ ସଂସ୍କୃତିର ବିକାଶ ଓ ସୁରକ୍ଷା ପାଇଁ ଜିନ୍ଦଲ ଫାଉଣ୍ଡେସନ ବିଭିନ୍ନ କାର୍ଯ୍ୟକ୍ରମ ଜାରି ରଖିଛି। ନିୟମିତ ଭାବେ ଚକ୍ଷୁ ଚିକିତ୍ସା ଶିବିରର ଆୟୋଜନ ପାରିପାର୍ଶ୍ୱିକ ଅଞ୍ଚଳର ଉତ୍ତମ ସ୍ୱାସ୍ଥ୍ୟ ପ୍ରତି ଜିନ୍ଦଲ ଫାଉଣ୍ଡେସନର ପ୍ରତିଶ୍ରୁତିବଦ୍ଧତାକୁ ଦର୍ଶାଉଛି।

କେନ୍ଦୁଝର ଜିଲ୍ଲା ଯୋଡ଼ା ରୁ ଡିମ୍ପଲ ସାଣ୍ଡିଲ ଙ୍କ ରିପୋର୍ଟ ଇପିଏ ନିଉଜ ।

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed